ନର୍ସ ନିହାରିକା ହତ୍ୟା ମାମଲା : ପ୍ରେମିକଙ୍କୁ ନେଇ ବଢୁଛି ସନ୍ଦେହ

ଜଗତ୍‌ସିଂହପୁର ଅଫିସ/ବିରିଡ଼ି(ଡି.ଏନ୍‌.ଏ.),୧୯ା୯: ବିରିଡ଼ି ଥାନା କୁଳକଇଜଙ୍ଗା ପଞ୍ଚାୟତ ନୂଆପାରି ଗ୍ରାମ ନିକଟ ବିଲୁଆଖାଇ ନଦୀପଠାରୁ ନର୍ସ ନିହାରିକା ପାତ୍ର ଓରଫ ରୂପାଲୀ(୨୪)ଙ୍କ ମୃତଦେହ ଉଦ୍ଧାର ହେବାର ଦୁଇଦିନ ପରେ ମଧ୍ୟ ସମଗ୍ର ଘଟଣା ରହସ୍ୟାବୃତ ହୋଇରହିଛି। ବିଶେଷକରି ତାଙ୍କ ପ୍ରେମିକ ବିରିଡ଼ି ଥାନା ହାଜିପୁରର କିଶୋର ଚନ୍ଦ୍ର ଆଞ୍ଚଲଙ୍କୁ ନେଇ ସନ୍ଦେହ ବଢ଼ିବାରେ ଲାଗିଛି। ଏକ ଅଖା ମଧ୍ୟରୁ ହାତଗୋଡ଼ ବନ୍ଧା ଅବସ୍ଥାରେ ନିହାରିକାଙ୍କ ମୃତଦେହ ମିଳିଥିବାବେଳେ ମୁହଁ ନଷ୍ଟ ହୋଇଯାଇଥିବାରୁ ଚିହ୍ନଟ ପ୍ରକ୍ରିୟା ସମ୍ପୂର୍ଣ୍ଣ ହୋଇପାରିନାହିଁ। ଯଦିଓ ପୋଷାକ, ବାମହାତରେ ବନ୍ଧାହୋଇଥିବା ସୂତା ଓ ଶରୀର ଦେଖି ତାଙ୍କ ବାପା ଖୋର୍ଦ୍ଧା ଜିଲା ବାଲିଅନ୍ତା ଥାନା ଭିଙ୍ଗାରପୁର ଗ୍ରାମର ଗଗନ ପାତ୍ର ଓ ମା’ ପ୍ରତିମା ପାତ୍ର ନିହାରିକାଙ୍କୁ ଚିହ୍ନଟ କରିଛନ୍ତି, ତେବେ ତାହା ପର୍ଯ୍ୟାପ୍ତ ନୁହେଁ। ତେଣୁ ତାଙ୍କ ଡିଏନ୍‌ଏ ପରୀକ୍ଷା ହେବ ବୋଲି ଜଗତ୍‌ସିଂହପୁର ଏସ୍‌ଡିପିଓ ପ୍ରକାଶ ଚନ୍ଦ୍ର ପାଲ କହିଛନ୍ତି। ଏଥିପାଇଁ ବୁଧବାର ମୃତଦେହରୁ ନମୁନା ସଂଗ୍ରହ କରାଯାଇଛି। ଏଥିସହ କଟକ ବଡ଼ ଡାକ୍ତରଖାନା ପରିସର ଏଫ୍‌ଏମ୍‌ଟି ବିଭାଗରେ ମୃତଦେହ ବ୍ୟବଚ୍ଛେଦ କରାଯାଇଛି। ଅନ୍ୟପକ୍ଷରେ କିଶୋରଙ୍କ ଉପରେ ପୋଲିସର ସନ୍ଦେହ ବଢିଛି। କାରଣ ନିହାରିକା କଟକର ଯେଉଁ ନର୍ସିଂହୋମରେ କାମ କରୁଥିଲେ, ସେଠାରୁ ଗତ ୮ ତାରିଖ ଅପରାହ୍ନରେ ତାଙ୍କୁ କିଶୋର ନିଜ ସାଥିରେ ନେଇଯାଇଥିଲେ। ଏହା ପରଠାରୁ ଆଉ ନିହାରିକା ନ ଫେରିବାରୁ ନର୍ସିଂହୋମ ପକ୍ଷରୁ ମଧୁପାଟଣା ଥାନାରେ ଅଭିଯୋଗ କରାଯାଇଥିଲା। କିଶୋର ଏବେ ଫେରାର ଅଛନ୍ତି। ତେଣୁ ତାଙ୍କ ବାପା, ମା’ ଓ ଭାଇଙ୍କ ସମେତ ୬ଜଣଙ୍କୁ ପୋଲିସ ପର୍ଯ୍ୟାୟକ୍ରମେ ଥାନାକୁ ଆଣି ପଚରାଉଚରା କରିଛି। ନିହାରିକାଙ୍କ ବିବାହ କିଶୋରଙ୍କ ସହ ସ୍ଥିର ହୋଇଥିଲା। କିନ୍ତୁ କିଶୋରଙ୍କର ଆବଶ୍ୟକ ଘର ନ ଥିବାରୁ ବିବାହ ଅଟକି ରହିଥିଲା। ୨ ବଖରା ଛାତ କରି ସାରିଲା ପରେ ବିବାହ ହେବ ବୋଲି ସ୍ଥିର ହୋଇଥିଲା। ସେହି ଅନୁଯାୟୀ, ଘର କାମ ଆରମ୍ଭ ହୋଇ ଛାତ ପଡିଛି। କିନ୍ତୁ ଘର ଶେଷ ହେବା ପୂର୍ବରୁ ନିହାରିକାଙ୍କ ଏଭଳି ମୃତ୍ୟୁ ଘଟିବା ସମଗ୍ର ଘଟଣାକୁ ରହସ୍ୟମୟ କରିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri