ନର୍ସ ନିହାରିକା ହତ୍ୟା ମାମଲା: ପୋଲିସ ନିକଟରେ ପ୍ରେମିକଙ୍କ ଆତ୍ମସମର୍ପଣ

ଜଗତସିଂହପୁର ଅଫିସ/ବିରିଡ଼ି(ଡି.ଏନ୍‌.ଏ.), ୨୦।୯: ବିରିଡ଼ି ଥାନା କୁଳକଇଜଙ୍ଗା ପଞ୍ଚାୟତ ନୂଆପାରି ଗ୍ରାମ ନିକଟ ବିଲୁଆଖାଇ ନଦୀପଠାରୁ ନର୍ସ ନିହାରିକା ପାତ୍ର ଓରଫ ରୂପାଲୀ(୨୪)ଙ୍କ ମୃତଦେହ ଉଦ୍ଧାର ହେବାର ତିନି ଦିନ ପରେ ଧରାପଡ଼ିଛନ୍ତି ପ୍ରେମିକ କିଶୋର ଚନ୍ଦ୍ର ଆଞ୍ଚଲ। ସେ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତିି। ତେବେ ପୋଲିସ ତାଙ୍କୁ ଏକ ଅଜ୍ଞାତ ସ୍ଥାନରେ ରଖି ପଚରାଉଚରା କରୁଥିବା ଜଣାପଡ଼ିଛି।

ପ୍ରକାଶଯୋଗ୍ୟ, ଉକ୍ତ ନଦୀପଠାରୁ ହାତଗୋଡ଼ ବନ୍ଧା ଅବସ୍ଥାରେ ଏକ ଅଖା ଭିତରୁ ନିହାରିକାଙ୍କ ମୃତଦେହ ମିଳିଥିଲା। ପୋଷାକ, ବାମହାତରେ ବନ୍ଧା ହୋଇଥିବା ସୂତା ଏବଂ ଶରୀର ଦେଖି ତାଙ୍କ ବାପା ଖୋର୍ଦ୍ଧା ଜିଲା ବାଲିଅନ୍ତା ଥାନା ଭିଙ୍ଗାରପୁର ଗ୍ରାମର ଗଗନ ପାତ୍ର ଏବଂ ମା’ ପ୍ରତିମା ପାତ୍ର ନିହାରିକାଙ୍କୁ ଚିହ୍ନଟ କରିଥିଲେ। ଅପରପକ୍ଷେ କିଶୋର ଘଟଣା ଦିନଠାରୁ ଫେରାର ଥିଲେ। ତେଣୁ ତାଙ୍କ ବାପା, ମା’ ଓ ଭାଇଙ୍କ ସମେତ ୬ଜଣଙ୍କୁ ପୋଲିସ ଥାନାକୁ ଆଣି ପଚରାଉଚରା କରୁଥିଲା। ଏବେ କିଶୋର ଧରାପଡ଼ିବା ପରେ ଖୁବ୍‌ଶୀଘ୍ର ହତ୍ୟାକାଣ୍ଡ ଉପରୁ ପରଦା ହଟିପାରେ ବୋଲି ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri