ନଳକୂଅରୁ ବାହାରୁଛି ପୋକ, ଜୋକ

ଝୁମ୍ପୁରା, ୧୭।୧୦ (ଡି.ଏନ.ଏ.)-ନଳକୂଅର ହ୍ୟାଣ୍ଡେଲ ହଲାଇଲେ ପାଣି ସହିତ ବାହାରି ଆସୁଛନ୍ତି ପୋକ ଜୋକ। ଏହା ଦେଖି ୱାର୍ଡ ବସିନ୍ଦା ଉକ୍ତ ନଳକୂପରୁ ପାଣି ପିଇବା ବନ୍ଦ କରିବା ସହିତ ଆନୁଷଙ୍ଗିକ କାମ ମଧ୍ୟ ବନ୍ଦ କରି ଦେଇଛନ୍ତି। ଏହି ଘଟଣା ଦେଖିବାକୁ ମିଳିଛି ଝୁମ୍ପୁରା ବ୍ଲକ ଅନ୍ତର୍ଗତ ଖେଣ୍ଡରା ଗ୍ରାମ ପଂଚାୟତର ୭ନଂ ୱାର୍ଡରେ ରହିଥିବା ନଳକୂପରେ। ୱାର୍ଡ ବାସୀ ଏ ନେଇ ପଞ୍ଚାୟତ କାର୍ଯ୍ୟାଳୟରେ ଅଭିଯୋଗ କରିବା ସହିତ ଝୁମ୍ପୁରାସ୍ଥିତ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗର ଦୃଷ୍ଟି ଆକର୍ଷଣ କରିଛନ୍ତି। ନଳକୂଅ ପାଖରେ ଆବର୍ଜନାମୟ ପରିବେଶ ତଥା କେଶିଙ୍ଗ ପାଇପ ଫାଟି ଥିବା ନେଇ ଏପରି ଜୋକ ଓ ପୋକ ପାଣି ସହିତ ବାହାରୁଥିବା କୁହାଯାଉଛି। ଅଭିଯୋଗ ହେବାର ୩ ଦିନ ବିତି ଯାଇଥିଲେ ହେଁ ପାନୀୟ ଜଳ ପାଇଁ ବିକଳ୍ପ ବ୍ୟବସ୍ଥା କରାଯାଇ ନ ଥିବାରୁ ୱାର୍ଡବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ସେହି ଓ୍ବାର୍ଡରେ ଗୋଟିଏ ମାତ୍ର ନଳକୂପ ରହିଛି। ଏସମ୍ପର୍କରେ ଖେଣ୍ଡରା ସରପଞ୍ଚ ଦର୍ଶନ ମୁଣ୍ଡାଙ୍କୁ ପଚାରିବାରୁ ପାନୀୟ ଜଳ ଯୋଗାଣ ବିଭାଗ ସହିତ ଯୋଗାଯୋଗ ଚାଲିଛି, ଶୀଘ୍ର ବ୍ୟବସ୍ଥା କରାଯିବ ବୋଲି ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି। ଅନ୍ୟପକ୍ଷେ ବିଭାଗୀୟ ଯନ୍ତ୍ରୀ ମୋହନ ସିଂ କହିଛନ୍ତି ଯେ, ନଳକୂଅ ସହିତ କେଶିଙ୍ଗ ପାଇପ ମରାମତି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହେଲୋ ପଏଣ୍ଟଠାରେ ୭୭ତମ ବନ ମହୋତ୍ସବ: ଯୋଗଦେଲେ…

ଥୁଆମୂଳ ରାମପୁର, ୩।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରାସ୍ଥିତ ହେଲୋ ପଏଣ୍ଟଠାରେ ଶୁକ୍ରବାର ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ପକ୍ଷରୁ…

ଶିକ୍ଷକ ଅଭାବ ପାଠ ପଢ଼ାରେ ସମସ୍ୟା : ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୩ ଜଣ ଶିକ୍ଷକ

ରିଷିଡା, ୩/୭ (ସୁଶାନ୍ତ ମଲ୍ଲିକ): ଶିକ୍ଷକ ଅଭାବ ଯୋଗୁଁ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ବିଦ୍ୟାଳୟରେ ଶିକ୍ଷାଦାନ ବ୍ୟାହତ ହେଉଥିବା ଅଭିଯୋଗ ହୋଇଛି। କେଉଁଠି…

ଜନଗଣନା ହ୍ୟାଣ୍ଡବୁକ: ଜିଲାରେ ୨୩୭ ଅଧିକାରୀ ନେଲେ…

ଭଞ୍ଜନଗର,୩ା୭(ବାବୁଲା ପ୍ରଧାନ): ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ଉପଖଣ୍ଡସ୍ତରୀୟ ଜନଗଣନା ଅବସରରେ ଜିଲା ଜନଗଣନା ପୁସ୍ତିକା ପ୍ରସ୍ତୁତିକୁ ସୂଚାରୁ ଓ ତ୍ରୁଟିମୁକ୍ତ କରିବା ଉଦ୍ଦେଶ୍ୟରେ ପ୍ରଶିକ୍ଷଣ…

ଡ୍ରାଇଭରଙ୍କ ରହସ୍ୟମୟ ନିଖୋଜ ଘଟଣା: ଏ ଥାନାରୁ ସେ ଥାନାକୁ ଦୌଡିଦୌଡି ବଞ୍ଚାଇ ପାରିଲେନି ସ୍ତ୍ରୀ, ଶେଷରେ…

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ଗତ ୯ ଦିନ ହେଲା  ରହସ୍ୟଜନକ ଭାବେ ନିଖୋଜ …

ନିକଟରେ ହୋଇଥିଲା ବାହାଘର: ଖବର ପାଇ ପଶିଗଲେ ଦୁର୍ବୃତ୍ତ

ଆଳି, ୩।୭ (ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲାର ଆଳି ଥାନା ଅନ୍ତର୍ଗତ ନିଆଳ ଗ୍ରାମରେ ଦୁର୍ବୃତ୍ତମାନେ ଜଣେ ମହିଳାଙ୍କୁ ଆକ୍ରମଣ କରି ପ୍ରାୟ ପାଞ୍ଚ ଲକ୍ଷ ଟଙ୍କା…

କମ୍ପାନୀରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବା ପାଇଁ ବିଧାୟକଙ୍କ ସମୀକ୍ଷା, ମନମୁଖୀ କାର୍ଯ୍ୟ ନେଇ…

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠରେ ଭାରତୀୟ ବିରଳ ମୃତ୍ତିକା ସଂରକ୍ଷଣ (ଆଇଆର୍‌ଇଏଲ୍‌) କମ୍ପାନୀରେ ସ୍ଥାନୀୟ ଅଞ୍ଚଳର ଦକ୍ଷତା ଭିତ୍ତିକଏବଂ ବେକାର ଯୁବତୀ/ଯୁବକଙ୍କୁ ନିଯୁକ୍ତି ଦେବା ସହିତ ଅନ୍ୟାନ୍ୟ…

୪ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ୪୫ କିଲୋଗ୍ରାମ ଗଞ୍ଜେଇ ଜବତ, ୩ ଜଣଙ୍କୁ ବାନ୍ଧିଲା…

ମୋହନା, ୩।୭ (ମନ୍ମଥ ମିଶ୍ର): ଗଜପତି ଜିଲାର ଅଡବା ପୋଲିସ ପକ୍ଷରୁ ଜାଙ୍ଗୁଡ଼ି ଓ ଖାରିଗୁଡ଼ା ନିକଟରେ ପାଟ୍ରୋଲିଂ କରାଯିବା ସହ କଡ଼ାକଡ଼ି ଯାଞ୍ଚ କରାଯାଇଥିଲା। ଏହି…

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri