ନଳକୂପରୁ ବାହାରୁଛି ଲୁଣାପାଣି : ପାନୀୟ ଜଳ ପାଇଁ ବିଡିଓଙ୍କୁ ଘେରିଲେ ମହିଳା

ବାସୁଦେବପୁର, ୨୯।୬ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତ ତେନ୍ତୁଳିଆଡିଆ ଗ୍ରାମ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଏହି ଗ୍ରାମବାସୀ ପାନୀୟ ଜଳ ପାଇଁ ହନ୍ତସନ୍ତ ହେଉଛନ୍ତି। ଏହି ଗ୍ରାମ ସଂଲଗ୍ନ ଅଞ୍ଚଳରେ ମଧୁର ପାନୀୟ ଜଳ ମିଳୁ ନ ଥିବାବେଳେ ଗ୍ରାମରେ ଥିବା ଏକମାତ୍ର ନଳକୂପରୁ ଲୁଣାପାଣି ବାହାରୁଛି। ଗ୍ରାମର ୩ ଶହରୁ ଊର୍ଦ୍ଧ୍ୱ ଲୋକ ପାନୀୟ ଜଳ ପାଇଁ ସଙ୍କଟରେ ପଡ଼ିଛନ୍ତି। ଲୁଣାପାଣି ବାହାରୁଥିବା ଗ୍ରାମରେ ନୂତନ ନଳକୂପ ବସାଯିବା ଦାବିରେ ୫୦ରୁ ଊର୍ଦ୍ଧ୍ୱ ମହିଳା ଶନିବାର ମଧ୍ୟାହ୍ନରେ ବିଡିଓଙ୍କୁ ଘେରିଥିଲେ। ତେନ୍ତୁଳିଆଡ଼ିଆ ଗ୍ରାମ ଏକ ସମୁଦ୍ର ତଟବର୍ତ୍ତୀ ଗ୍ରାମ ହୋଇଥିବାରୁ ପାନୀୟଜଳ ସହିତ ରାସ୍ତାଘାଟର ଦୁରବସ୍ଥା ସମସ୍ୟା ସମ୍ପର୍କରେ ସେମାନେ ବିଡିଓ ବୀରକିଶୋର ପାଣିଗ୍ରାହୀଙ୍କୁ ଅବଗତ କରାଇଛନ୍ତି। ଏହି ଗ୍ରାମରେ ପାନୀୟଜଳଜନିତ ସମସ୍ୟା ସମାଧାନ ଦିଗରେ ତୁରନ୍ତ ପଦକ୍ଷେପ ନିଆ ନ ଗଲେ ଆନ୍ଦୋଳନାତ୍ମକ ପଦକ୍ଷେପ ଗ୍ରହଣ କରିବେ ବୋଲି ଗ୍ରାମବାସୀ ଚେତାବନୀ ଦେଇଥିଲେ। ଖୁବ୍‌ଶୀଘ୍ର ଏହି ସମସ୍ୟା ସମାଧାନ ଦିଗରେ ପଦକ୍ଷେପ ନିଆଯିବ ବୋଲି ବିଡିଓ ବୀରକିଶୋର ପାଣିଗ୍ରାହୀ ପ୍ରତିଶ୍ରୁତି ଦେଇଛନ୍ତି।
ଏ ସମ୍ପର୍କରେ ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ଯନ୍ତ୍ରୀ ଭରତ ସାହୁ କହିଛନ୍ତି, ଏହି ଅଞ୍ଚଳରେ ଏକ ନଳକୂପ ବସାଇବା ବ୍ୟୟବହୁଳ। ପଞ୍ଚାୟତ ଚାହିଁଲେ ତାଙ୍କ ଫଣ୍ଡରୁ ଏ ନେଇ ଅର୍ଥ ବରାଦ କରି ସମସ୍ୟାର ସମାଧାନ କରିପାରିବ। ସରପଞ୍ଚ ଗଦାଧର ନାୟକଙ୍କୁ ପଚାରିବାରୁ ପଞ୍ଚାୟତର ୪ଟି ନଳକୂପ ବସାଇବା ଲାଗି ସେ ଫଣ୍ଡରୁ ୧୪ ଲକ୍ଷ ଟଙ୍କା ଇସ୍ୟୁ କରିଥିବା ବେଳେ ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ସହଯୋଗ କରୁ ନ ଥିବାରୁ ନୂତନ ନଳକୂପ ବସାଯାଇ ପାରୁନି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରେ ୫ ନୂଆ ବିଚାରପତି ନିଯୁକ୍ତ: ମୋଟ ବିଚାରପତି ସଂଖ୍ୟା ହେଲା..

ନୂଆଦିଲ୍ଲୀ,୧ା୬:ସୁପ୍ରିମକୋର୍ଟରେ ସୋମବାର ୫ ନୂଆ ବିଚାରପତିଙ୍କୁ ନିଯୁକ୍ତି ମିଳିବା ଫଳରେ ଶୀର୍ଷ ଅଦାଲତର ମୋଟ ବିଚାରପତି ସଂଖ୍ୟା ୩୭ରେ ପହଞ୍ଚତ୍ବାକୁ ଯାଉଛି, ଯାହାକି ମଞ୍ଜୁରୀପ୍ରାପ୍ତ ସଂଖ୍ୟାଠାରୁ ଗୋଟିଏ…

ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…

ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ…

ନିମିଷକେ ଉଜୁଡିଗଲା ସଂସାର…ବିବାହର କିଛି ଘଣ୍ଟା ପରେ ଆଖିବୁଜିଲେ ପାଇଲଟ୍‌: ସ୍ତ୍ରୀଙ୍କ ସହ କରୁଥିଲେ…

ଓ୍ବାଶିଂଟନ୍‌,୧।୬: ଆମେରିକାରେ ଏକ ହେଲିକପ୍ଟର ଦୁର୍ଘଟଣାରେ ଜଣେ ଭାରତୀୟ ବଂଶୋଦ୍ଭବ ପାଇଲଟ ମୃତ୍ୟୁବରଣ କରିଛନ୍ତି। ଏହି ଦୁଃଖଦ ଘଟଣା ତାଙ୍କ ବିବାହର ମାତ୍ର କିଛି ଘଣ୍ଟା ପରେ…

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଟେଷ୍ଟ କ୍ରିକେଟ୍‌ ନିୟମରେ ହେଲା ବଡ଼ ପରିବର୍ତ୍ତନ: ଏଣିକି…

ନୂଆଦିଲ୍ଲୀ,୧।୬: ଟେଷ୍ଟ କ୍ରିକେଟ୍‌ରେ ପୁଣି ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏନେଇ ଏକ ସୂଚନା ଶେୟାର କରିଛି। ସାଧାରଣତଃ ଖରାପ…

ଦୁଇ ଭଉଣୀଙ୍କ ମଧ୍ୟରେ ଗଢ଼ିଉଠିଲା ପ୍ରେମ ସମ୍ପର୍କ: ବିବାହ କରିବା ପାଇଁ ଏମିତି କାମ କଲେ…ଜାଣିଲେ ହୋଇଯିବେ ଚକିତ

ନୂଆଦିଲ୍ଲୀ, ୧।୬: ବିହାରର ଜାମୁଇ ଜିଲାର ଲକ୍ଷ୍ମୀପୁର ବ୍ଲକରୁ ଏକ ବିବାହ ଖବର ସାମ୍ନାକୁ ଆସିଛି, ଯାହା ବ୍ୟାପକ ଆଲୋଚନାର ବିଷୟ ପାଲଟିଛି। ହରଲା ଗାଁର ଜଣେ…

LPGକୁ ନେଇ ଜରୁରୀ ଖବର: ୩୦ ଦିନ ମଧ୍ୟରେ ସମାପ୍ତ କରନ୍ତୁ ଏହି କାମ, ନଚେତ୍‌ ବନ୍ଦ ହୋଇଯିବ…

ନୂଆଦିଲ୍ଲୀ, ୧।୬: ଇରାନ-ଆମେରିକା ଯୁଦ୍ଧ ସାରା ବିଶ୍ୱରେ ଅସ୍ଥିରତା ସୃଷ୍ଟି କରିଛି, ଯାହା ଭାରତରେ ଗ୍ୟାସ ଯୋଗାଣକୁ ମଧ୍ୟ ପ୍ରଭାବିତ କରିଛି। କେନ୍ଦ୍ର ସରକାର LPG ଏବଂ…

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri