ନହକା ଛକକୁ ପରିବା ବଜାର ସ୍ଥାନାନ୍ତର

ଯାଜପୁର ଅଫିସ,୨୮ା୩: ଯାଜପୁର ଜିଲାର ଅନ୍ୟତମ ସହର ବ୍ୟାସନଗର ଗ୍ରୀନ୍‌ ମାର୍କେଟସ୍ଥିତ ପରିବା ବଜାରରେ ଆବଶ୍ୟକ ସ୍ଥାନ ଅଭାବରୁ ଗ୍ରାହକଙ୍କ ମଧ୍ୟରେ ସାମାଜିକ ଦୂରତା ବଜାୟ ରହି ପାରୁ ନ ଥିଲା। ଫଳରେ ଏଠାରେ କରୋନା ସଂକ୍ରମଣର ଆଶଙ୍କା କରି ସହରର ଏକାଧିକ ବୁଦ୍ଧିଜୀବୀ ଏହି ପରିବା ମାର୍କେଟକୁ ନରସିଂହ ଚୌଧୁରୀ ହାଇସ୍କୁଲ ପଡ଼ିଆ କିମ୍ବା ଗୋଶାଳା ପଡିଆକୁ ସ୍ଥାନାନ୍ତର କରିବାକୁ ଦାବି କରିଥିଲେ। କିନ୍ତୁ ଜିଲା ପ୍ରଶାସନ ପରିବା ବଜାରକୁ ନହକା ଛକଠାରୁ ଚୋର୍ଦ୍ଦା ଛକ ପର୍ଯ୍ୟନ୍ତ ରାସ୍ତା କଡରେ ପରିବା ବିକିବାକୁ ନିଷ୍ପତ୍ତି ନେଇଛି। ଶୁକ୍ରବାର ଏହାକୁ କାର୍ଯ୍ୟକାରୀ ମଧ୍ୟ କରାଯାଇଛି। ସନ୍ଧ୍ୟାରେ ଜିଲାପାଳ ରଞ୍ଜନ କୁମାର ଦାଶଙ୍କ ନେତୃତ୍ୱରେ ଗ୍ରାହକଙ୍କ ମଧ୍ୟରେ ଦୂରତା ବଜାୟ ରଖିବା ନିମନ୍ତେ ବୃତ୍ତ ଚିହ୍ନ କରାଯାଇଛି। ପରିବା ବିକ୍ରୟ ସମୟରେ ସେହି ରାସ୍ତାରେ ଗାଡ଼ି ଚଳାଚଳ ବନ୍ଦ ରହିବ ବୋଲି କୁହାଯାଇଛି। ଅନ୍ୟପକ୍ଷରେ କରୋନା ସଂକ୍ରମଣ ଆଶଙ୍କା କରି ଯାଜପୁର ସହରର ଆରଏମସି ଓ ମୋଟରଙ୍ଗାପାଳ ହାଟକୁ ବାଳାଶ୍ରମ ପଡିଆକୁ ଉଠାଇ ନିଆଯାଇଛି। ବାଳାଶ୍ରମ ପଡିଆର ବିଶାଳ ସ୍ଥାନରେ ଏହି ପରିବା ଓ ମାଛ ମାର୍କେଟ ଆରମ୍ଭ ହେବାରୁ ଗ୍ରାହକଙ୍କ ମଧ୍ୟରେ ସାମାଜିକ ଦୂରତା ସହଜରେ ହୋଇ ପାରିଛି। ଗୁରୁବାର ଜିଲା ପ୍ରଶାସନ ପକ୍ଷରୁ ଡାକବାଜି ଯନ୍ତ୍ର, ନୋଟିସ ମାଧ୍ୟମରେ ବ୍ୟବସାୟୀ ଓ ଶ୍ରମିକମାନଙ୍କୁ ଏନେଇ ଅବଗତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri