ନାଁ ପଞ୍ଜିକରଣ କରି ପାରି ନ ଥିବା ଚାଷୀଙ୍କୁ ଭେଟିଲେ ଉପଜିଲାପାଳ

ଜୁନାଗଡ,୮।୫(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକର ୮୬ଜଣ ଚାଷୀ ଠିକ୍‌ ସମୟରେ ପ୍ୟାକ୍ସରେ ନିଜର କାଗଜପତ୍ର ଦେଇ ପାରି ନ ଥିବାରୁ ଚଳିତ ରବି (ଡାଳୁଅ)ଚାଷ ପାଇଁ ପଞ୍ଜୀକରଣ କରିପାରି ନାହାନ୍ତି। କିଛିଦିନ ତଳେ ଏହି ଚାଷୀମାନେ ଏ ନେଇ ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ। ଏ ସମ୍ପର୍କରେ ତଦନ୍ତ କରିବାକୁ ଧର୍ମଗଡ ଉପଖଣ୍ଡ ପ୍ରଶାସନକୁ ଜିଲା ପ୍ରଶାସନ ନିର୍ଦ୍ଦେଶ ଦେଇଥିଲା। ଏଣୁ ଶୁକ୍ରବାର ଧର୍ମଗଡ ଉପଜିଲାପାଳ ପଦ୍ମନାଭ ବେହେରା ଜୁନାଗଡ ବ୍ଲକର ଚାରବାହାଲ, ଛୋରିଆଗଡ, ସାନଫୁର୍ଲା ଆଦି ଗାଁରେ ପହଞ୍ଚି ଏ ସମ୍ପର୍କରେ ତଦନ୍ତ କରିଛନ୍ତି। ଉପଜିଲାପାଳ ବେହେରା ଏହି ଚାଷୀଙ୍କୁ ଭେଟି ସମସ୍ୟା ନେଇ ପଚାରି ବୁଝିଛନ୍ତି। ଏହି ସମୟରେ ଜୁନାଗଡ ତହସିଲଦାର ଉପେନ୍ଦ୍ର ଲୁହା, ଏଆରସିଏସ୍‌ ଅକ୍ଷୟ କୁମାର ଦାଶଙ୍କ ସମେତ ରାଜସ୍ବ ବିଭାଗର କର୍ମଚାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘର ଆଗରେ ପଡ଼ିଛି ଅବସରପ୍ରାପ୍ତ ମହିଳା ଏଏନ୍‌ଏମ୍‌ଙ୍କ ମୃତଦେହ, ଏକାକୀର ସୁଯୋଗ ନେଇ…

ଭବାନୀପାଟଣା,୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗ୍ରାମରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ଏକାକୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ...

ଠିକ୍‌ ଭାବେ ହେଉନି ଅଧିକାଂଶ ବିଭାଗର କାର୍ଯ୍ୟ: ସାଧାରଣ ଲୋକେ ହନ୍ତସନ୍ତ

ଥୁଆମୂଳ ରାମପୁର,୨୦/୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ବୈଠକ ଗୃହଠାରେ ୫ମ ମାସିକ ପଞ୍ଚାୟତ ସମିତ ବୈଠକ ଗୋଷ୍ଠୀ ଉନ୍ନୟନ ଅଧିକାରୀ...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...

ଅଞ୍ଚଳ ପାଇଁ ଗୌରବ ଆଣିଲେ କଳାହାଣ୍ଡି ଛାତ୍ର ଟେକ: ଖେଳିଗଲା ଖୁସିର ଲହରୀ

କର୍ଲାମୁଣ୍ଡା, ୧୯।୧୨ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁର୍ଶୁଲାସ୍ଥିତ ଅମର ଡିଗ୍ରୀ କଲେଜର ଛାତ୍ର ଟେକ ବଗର୍ତ୍ତୀ ଆସନ୍ତା ଜାନୁଆରୀ ୨୬ରେ ନୂଆଦିଲ୍ଲୀ...

ବେଆଇନ ଭାବେ ଚାଲାଣ ହେଉଥିଲା ୪୦୪ ଦେଶୀ ମଦ ପାଉଚ୍‌, ଜବତ କଲା ରିଷିଡ଼ା ପୋଲିସ, ଅଭିଯୁକ୍ତ…

ରିଷିଡା,୧୮।୧୨(ସୁଶାନ୍ତ କୁମାର ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡି ଅଧୀନସ୍ଥ ପୈାରକେଲା  ଢିପୁପଡାଠାରେ ବେଆଇନ ଭାବେ ଚାଲାଣ ହେଉଥିବା ୪୦୪ ଦେଶୀ ମଦପାଉଚକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri