ନାଉଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଅଚଳ ଅବସ୍ଥାରେ ୧୦୮ ଆମ୍ବୁଲାନ୍ସ

ନାଉଗାଁ ,୨୫।୧୧(ସ୍ବ.ପ୍ର.): ରୋଗୀଙ୍କୁ ବିନାମୂଲ୍ୟରେ ହସ୍‌ପିଟାଲରେ ପହଞ୍ଚାଇବା ପାଇଁ ସରକାର ୧୦୮ ପରି ଜରୁରି ଆମ୍ବୁଲାନ୍ସ ସେବା ଆରମ୍ଭ କରିଛନ୍ତି। ଏହି ଆମ୍ବୁଲାନ୍ସ ସେବା ନାଉଗାଁ ବ୍ଲକରେ ୨୦୧୫ରୁ କାର୍ଯ୍ୟକାରୀ ହେଉଛି। ହେଲେ ନାଉଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ୧୦୮ ଆମ୍ବୁଲାନ୍ସ ଏବେ ଅଚଳ ଅବସ୍ଥାରେ ରହିଥିବା କୁହାଯାଉଛି। ଦୀର୍ଘ ଦିନ ଧରି ଆମ୍ବୁଲାନ୍ସ ମରାମତି ହୋଇ ନ ଥିବାବେଳେ ଏହାର ରକ୍ଷଣାବେକ୍ଷଣ ମଧ୍ୟ କରାଯାଉ ନାହିଁ। ଆମ୍ବୁଲାନ୍ସ ଡୋର କାଚ ପଡ଼ିଲାଣି। ତେଣୁ ଝରକାରେ କାଗଜ ପଟି ଲଗାଯାଇଛି। ସେହିପରି ଭିତରେ ଥିବା ସିଟ୍‌ ମଧ୍ୟ ଭାଙ୍ଗିଯାଇଛି। ଆମ୍ବୁଲାନ୍ସରେ ଶୀତତାପ ନିୟନ୍ତ୍ରଣ ବ୍ୟବସ୍ଥା ଥିଲେ ବି ତାହା ଅଚଳ ହୋଇପଡ଼ିଛି। ନାମକୁ ମାତ୍ର ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ଆମ୍ବୁଲାନ୍ସ ରିହିଛି। ଗାଁ ଗହଳିକୁ ଉକ୍ତ ଆମ୍ବୁଲାନ୍ସ ରୋଗୀ ଆଣିବା ପାଇଁ ଗଲେ ବିଭିନ୍ନ ସମୟରେ ଷ୍ଟାଟ୍‌ ହେଉ ନ ଥିବା ଅଭିଯୋଗ ହୋଇଛି। ଫଳରେ ଆମ୍ବୁଲାନ୍ସକୁ ଅଧିକାଂଶ ସମୟରେ ଠେଲି ଷ୍ଟାଟ କରିବାକୁ ପଡ଼ୁଛି। ସାଧାରଣତଃ କୋଣସି ରୋଗୀକୁ ସେବା ଯୋଗାଇ ଦେବା ପାଇଁ ଏହି ଆମ୍ବୁଲାନ୍ସ ଠିକ ସମୟରେ ପହଞ୍ଚତ୍ ପାରୁନାହିଁ। ଅନେକ ସମୟରେ ଆମ୍ବୁଲାନ୍ସ ଉପରେ ଲୋକେ ଭରସା ନ କରି ନିଜେ ଗାଡି ଖର୍ଚ୍ଚ କରି ସ୍ବାସ୍ଥ୍ୟକେନ୍ଦ୍ରକୁ ରୋଗୀକୁ ନେଇ ଯାଇଥାନ୍ତି। ବ୍ଲକରେ ୧ଲକ୍ଷରୁ ଊର୍ଦ୍ଧ୍ୱ ଜନସାଧରାଣ ବସବାସ କରୁଥିବା ବେଳେ ଅନେକ ଦାରିଦ୍ର୍ୟ ସୀମା ରେଖା ତଳେ ରହିଛନ୍ତି। ଫଳରେ ସେମାନେ ଏହି ଆମ୍ବୁଲାନ୍ସ ଉପରେ ନିର୍ଭର କରିଥାନ୍ତି। ତେଣୁ ଆମ୍ବୁଲାନ୍ସକୁ ଶୀଘ୍ର ମରାମତି କରି ରୋଗୀ ସେବାରେ ଲଗାଇବାକୁ ବ୍ଲକ ଅଞ୍ଚଳବାସୀ ଦାବି କରିଛନ୍ତି। ଏ ସମ୍ପର୍କରେ ନାଉଗାଁ  ସ୍ବାସ୍ଥ୍ୟକେନ୍ଦ୍ର ଭାରାପ୍ରାପ୍ତ ଅଧିକାରୀ ଡା. ସୁନନ୍ଦନ ମହାନ୍ତିଙ୍କୁ ପଚାରିବାରେ ଆମ୍ବୁଲାନ୍ସ ମରାମତି ପାଇଁ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ମୁଖ୍ୟ ଚିକିତ୍ସାଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଖୁବ୍‌ଶୀଘ୍ର ଏହାର ମରାମତି କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଓଡ଼ିଶା ପୋଲିସ ପ୍ରଗତି ଡ୍ୟାସବୋର୍ଡ ରାଙ୍କିଙ୍ଗ୍‌: ପୁରୁଷୋତ୍ତମପୁର ଏସ୍‌ଡିପିଓ, ଗଞ୍ଜାମ ଥାନା ପ୍ରଥମ

ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍‌ ନେଟ୍‌ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍‌ଏସ୍‌) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍‌...

ଅବ୍ୟବସ୍ଥା ଘେରରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଡାକ୍ତରଙ୍କ ମରୁଡି, କାମରେ ଆସୁନି …

ମୋହନା,୧। ୧(ମନ୍ମଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବା ପାଇଁ କୋଟି କୋଟି ଟଙ୍କା ପାଣି ଭଳିଆ ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri