ନାଉଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଅଚଳ ଅବସ୍ଥାରେ ୧୦୮ ଆମ୍ବୁଲାନ୍ସ

ନାଉଗାଁ ,୨୫।୧୧(ସ୍ବ.ପ୍ର.): ରୋଗୀଙ୍କୁ ବିନାମୂଲ୍ୟରେ ହସ୍‌ପିଟାଲରେ ପହଞ୍ଚାଇବା ପାଇଁ ସରକାର ୧୦୮ ପରି ଜରୁରି ଆମ୍ବୁଲାନ୍ସ ସେବା ଆରମ୍ଭ କରିଛନ୍ତି। ଏହି ଆମ୍ବୁଲାନ୍ସ ସେବା ନାଉଗାଁ ବ୍ଲକରେ ୨୦୧୫ରୁ କାର୍ଯ୍ୟକାରୀ ହେଉଛି। ହେଲେ ନାଉଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ୧୦୮ ଆମ୍ବୁଲାନ୍ସ ଏବେ ଅଚଳ ଅବସ୍ଥାରେ ରହିଥିବା କୁହାଯାଉଛି। ଦୀର୍ଘ ଦିନ ଧରି ଆମ୍ବୁଲାନ୍ସ ମରାମତି ହୋଇ ନ ଥିବାବେଳେ ଏହାର ରକ୍ଷଣାବେକ୍ଷଣ ମଧ୍ୟ କରାଯାଉ ନାହିଁ। ଆମ୍ବୁଲାନ୍ସ ଡୋର କାଚ ପଡ଼ିଲାଣି। ତେଣୁ ଝରକାରେ କାଗଜ ପଟି ଲଗାଯାଇଛି। ସେହିପରି ଭିତରେ ଥିବା ସିଟ୍‌ ମଧ୍ୟ ଭାଙ୍ଗିଯାଇଛି। ଆମ୍ବୁଲାନ୍ସରେ ଶୀତତାପ ନିୟନ୍ତ୍ରଣ ବ୍ୟବସ୍ଥା ଥିଲେ ବି ତାହା ଅଚଳ ହୋଇପଡ଼ିଛି। ନାମକୁ ମାତ୍ର ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ଆମ୍ବୁଲାନ୍ସ ରିହିଛି। ଗାଁ ଗହଳିକୁ ଉକ୍ତ ଆମ୍ବୁଲାନ୍ସ ରୋଗୀ ଆଣିବା ପାଇଁ ଗଲେ ବିଭିନ୍ନ ସମୟରେ ଷ୍ଟାଟ୍‌ ହେଉ ନ ଥିବା ଅଭିଯୋଗ ହୋଇଛି। ଫଳରେ ଆମ୍ବୁଲାନ୍ସକୁ ଅଧିକାଂଶ ସମୟରେ ଠେଲି ଷ୍ଟାଟ କରିବାକୁ ପଡ଼ୁଛି। ସାଧାରଣତଃ କୋଣସି ରୋଗୀକୁ ସେବା ଯୋଗାଇ ଦେବା ପାଇଁ ଏହି ଆମ୍ବୁଲାନ୍ସ ଠିକ ସମୟରେ ପହଞ୍ଚତ୍ ପାରୁନାହିଁ। ଅନେକ ସମୟରେ ଆମ୍ବୁଲାନ୍ସ ଉପରେ ଲୋକେ ଭରସା ନ କରି ନିଜେ ଗାଡି ଖର୍ଚ୍ଚ କରି ସ୍ବାସ୍ଥ୍ୟକେନ୍ଦ୍ରକୁ ରୋଗୀକୁ ନେଇ ଯାଇଥାନ୍ତି। ବ୍ଲକରେ ୧ଲକ୍ଷରୁ ଊର୍ଦ୍ଧ୍ୱ ଜନସାଧରାଣ ବସବାସ କରୁଥିବା ବେଳେ ଅନେକ ଦାରିଦ୍ର୍ୟ ସୀମା ରେଖା ତଳେ ରହିଛନ୍ତି। ଫଳରେ ସେମାନେ ଏହି ଆମ୍ବୁଲାନ୍ସ ଉପରେ ନିର୍ଭର କରିଥାନ୍ତି। ତେଣୁ ଆମ୍ବୁଲାନ୍ସକୁ ଶୀଘ୍ର ମରାମତି କରି ରୋଗୀ ସେବାରେ ଲଗାଇବାକୁ ବ୍ଲକ ଅଞ୍ଚଳବାସୀ ଦାବି କରିଛନ୍ତି। ଏ ସମ୍ପର୍କରେ ନାଉଗାଁ  ସ୍ବାସ୍ଥ୍ୟକେନ୍ଦ୍ର ଭାରାପ୍ରାପ୍ତ ଅଧିକାରୀ ଡା. ସୁନନ୍ଦନ ମହାନ୍ତିଙ୍କୁ ପଚାରିବାରେ ଆମ୍ବୁଲାନ୍ସ ମରାମତି ପାଇଁ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ମୁଖ୍ୟ ଚିକିତ୍ସାଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଖୁବ୍‌ଶୀଘ୍ର ଏହାର ମରାମତି କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri