ନାକଚଣା ଦ୍ୱାରରେ ଦୁଇରଥ

ପୁରୀ ଅଫିସ, ୧୦ା୭: ହେରାପଞ୍ଚମୀରେ ଶ୍ରୀଦେବୀ (ଲକ୍ଷ୍ମୀ ଠାକୁରାଣୀ) ମହାପ୍ରଭୁଙ୍କୁ ଫେରାଇ ନେବାକୁ ଆସିଥିଲେ। ହେଲେ ଅଭିମାନ କରି ଚାଲିଯିବା ପରେ ଶ୍ରୀମନ୍ଦିରକୁ ଫେରିବା ଲାଗି ପ୍ରସ୍ତୁତି ଆରମ୍ଭ କରିଛନ୍ତି ମହାପ୍ରଭୁ। ଆସନ୍ତା ୧୨ତାରିଖରେ ବାହୁଡ଼ା ଯାତ୍ରା। ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିିବେ ଚତୁର୍ଦ୍ଧାବିଗ୍ରହ। ଏଥିଲାଗି ପରମ୍ପରା ଅନୁଯାୟୀ ମଙ୍ଗଳବାର ରଥର ଦକ୍ଷିଣ ମୋଡ଼ କରାଯାଇଛି। ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଏବଂ ପରେ ବଡଠାକୁରଙ୍କ ତାଳଧ୍ୱଜ ରଥ ଦକ୍ଷିଣ ମୋଡ଼ ହୋଇ ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ସମ୍ମୁଖରେ ଲାଗିଛି। ତେବେ ସନ୍ଧ୍ୟା ହୋଇଯିବାରୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଦକ୍ଷିଣ ମୋଡ଼ ହୋଇପାରିନାହିଁ। ବୁଧବାର ସକାଳ ୮ଟାରେ ନନ୍ଦିଘୋଷ ରଥର ଦକ୍ଷିଣ ମୋଡ଼ ହେବ। ତେବେ ମଙ୍ଗଳବାର ୨ ଘଣ୍ଟା ବିଳମ୍ବରେ ଆଜ୍ଞାମାଳ ବିଜେ ହୋଇଥିଲା।
ଚତୁର୍ଦ୍ଧାବିଗ୍ରହ ଏବେ ଆଡ଼ପ ମଣ୍ଡପରେ ଅବସ୍ଥାନ କରି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଏଥିପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରରେ ଲାଗୁଛି ଶ୍ରଦ୍ଧାଳୁଙ୍କ ଗହଳି। ସୋମବାର ରାତିରେ ଗୁଣ୍ଡିଚା ମନ୍ଦିରରେ ଜଣେ ଜେଟିପିଙ୍କୁ ସେବାୟତଙ୍କ ମାଡ଼ ମରାକୁ ନେଇ ନୀତି ବିଳମ୍ବ ହୋଇଥିଲା। ମଙ୍ଗଳବାର ଭୋର ୪ଟା ୩୫ରେ ପହୁଡ଼ ହୋଇଥିଲା। ଭୋର ୪ଟାରେ ଦ୍ୱାରଫିଟାକୁ ସମୟ ନିର୍ଘଣ୍ଟ ହୋଇଥିବା ବେଳେ ପ୍ରାୟ ୩ ଘଣ୍ଟା ବିଳମ୍ବ ଘଟିଥିଲା। ସକାଳ ୬ଟା ୫୫ରେ ଦ୍ୱାର ଫିଟାଯିବା ୭ଟା ୩୫ରେ ମଙ୍ଗଳ ଆଳତି ହୋଇଥିଲା। ସକାଳ ୯ଟା ୧୫ରେ ମହାପ୍ରଭୁଙ୍କ ଅବକାଶ ନୀତି ବଢି ପୂର୍ବାହ୍ନ ୧୦ଟା ୨୫ ସାହାଣ ମେଲା ଦର୍ଶନ ଆରମ୍ଭ ହୋଇ ଅପରାହ୍ନ ସାଢେ ୧୧ଟା ପର୍ଯ୍ୟନ୍ତ ଚାଲିଥିଲା। ଏହାପରେ ଅନ୍ୟାନ ନୀତି ବଢି ମଧ୍ୟାହ୍ନ ୧୨ଟା ୨୦ରେ ଗୋପାଳ ବଲ୍ଲଭ ନୀତି ସମ୍ପନ୍ନ ହୋଇଥିଲା। ଅପରାହ୍ନ ୧ଟା ୧୦ରେ ସକାଳଧୂପ ନୀତି ପରେ ପାଣି ପଡ଼ି ଅପରାହ୍ନ ୨ଟା ୪୦ରେ ଆଜ୍ଞାମାଳ ବିଜେ ହୋଇଥିଲା। ଏଥିରେ ପ୍ରାୟ ୨ ଘଣ୍ଟା ବିଳମ୍ବ ଘଟିଥିଲା। ତିନିଠାକୁରଙ୍କ ଆଜ୍ଞାମାଳ ନେଇ ୩ ବାଡର ପୂଜାପଣ୍ଡା ସାମନ୍ତ ରଥ ପାଖକୁ ଆସିଥିଲେ। ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ରହିଥିବା ତିନିରଥକୁ ବାହୁଡା ବିଜେ ଲାଗି ମହାପ୍ରଭୁଙ୍କ ଆଜ୍ଞାମାଳ ପ୍ରଦାନ କରିଥିଲେ। ଅପରାହ୍ନ ୩ଟା ୫ରେ ବିଜେ କାହାଳୀ, ଘଣ୍ଟଘଣ୍ଟା ବାଜିବା ପରେ ପ୍ରଥମେ ଦର୍ପଦଳନ ରଥକୁ ଦକ୍ଷିଣ ମୋଡ଼ କରାଯାଇଥିଲା। ଶ୍ରୀଗୁଣ୍ଡିଚା ମନ୍ଦିରଠାରୁ ବଡ଼ଶଙ୍ଖ ପର୍ଯ୍ୟନ୍ତ ଦର୍ପଦଳନ ରଥକୁ ଟାଣି ନିଆଯାଇଥିଲା। ସେଠାରେ ରଥକୁ ବୁଲାଯାଇ ନାକଚଣା ଦ୍ୱାରକୁ ଟାଣି ନିଆଯାଇଥିଲା। ଅପରାହ୍ନ ୪ଟା ୨୦ରେ ନାକଚଣା ଦ୍ୱାରରେ ଦର୍ପଦଳନ ରଥ ଲାଗିଥିଲା। ଅପରାହ୍ନ ୪ଟା ୪୦ରେ ତାଳଧ୍ୱଜ ରଥଟଣା ଆରମ୍ଭ ହୋଇ ସନ୍ଧ୍ୟା ୬ଟା ୫ରେ ନାକଚଣା ଦ୍ୱାରରେ ପହଞ୍ଚତ୍ଥିଲା। ସନ୍ଧ୍ୟା ହୋଇଯିବାରୁ ନନ୍ଦିଘୋଷ ରଥକୁ ଦକ୍ଷିଣ ମୋଡ କରାଯାଇପାରିନାହିଁ। ବୁଧବାର ସକା ୮ଟାରେ ନନ୍ଦିଘୋଷ ରଥର ଦକ୍ଷିଣ ମୋଡ଼ ହେବ ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି। ସୂଚନାଥାଉ କି, ଗତ ୪ ବର୍ଷ ମଧ୍ୟରେ କେବଳ ୨୦୧୮ରେ ଦକ୍ଷିଣ ମୋଡ଼ ଦିନ ତିନିରଥ ନାକଚଣା ଦ୍ୱାରରେ ଲାଗିପାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri