Posted inଜାତୀୟ

ନାଗପୁର ହସ୍ପିଟାଲରୁ ୫ କରୋନା ସନ୍ଦିଗ୍ଧ ଫେରାର: ହାଇ ଆଲର୍ଟରେ ସହର

ମୁମ୍ବାଇ,୧୪।୩: କରୋନା ଭାଇରସ୍‌ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଥିବା ବେଳେ ଏହାକୁ ନେଇ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି। ଏପରିକି ହସ୍ପିଟାଲରେ ଏକୁଟିଆ ସଂକ୍ରମିତ ରୋଗୀ ନିଜର ଚିକିତ୍ସା କରାଉ ନ ଥିବା ବେଳେ ସନ୍ଦିଗ୍ଧ ମଧ୍ୟ ଯାଞ୍ଚ କରିବା ପାଇଁ ଡରୁଛନ୍ତି। କିଛି ଏଭଳି ଘଟଣା ସାମ୍ନାକୁ ଆସିଛି ମହାରାଷ୍ଟ୍ରର ନାଗପୁରରେ। ନାଗପୁରର ଏକ ହସ୍ପିଟାଲରେ କରୋନା ଭାଇରସ୍‌ର ୫ଜଣ ସନ୍ଦିଗ୍ଧ ଶୁକ୍ରବାର ବିଳମ୍ବିତ ରାତିରେ ଫେରାର ହୋଇଯାଇଥିବା ଜଣାପଡ଼ିଛି। ଏହାପରେ ନାଗପୁରରେ ହାଇ ଆଲର୍ଟ ଘୋଷଣା କରାଯାଇ ସନ୍ଦିଗ୍ଧଙ୍କ ଖୋଜୁଛି ପୋଲିସ। ସୂଚନାଯୋଗ୍ୟ, ନାଗପୁରର ଇନ୍ଦିରା ଗାନ୍ଧୀ ମେଡିକାଲ କଲେଜ ଓ ହସ୍ପିଟାଲରେ କରୋନାର ୫ଜଣ ସନ୍ଦିଗ୍ଧଙ୍କୁ ଭର୍ତ୍ତି କରାଯାଇଥିଲା। ସଂକ୍ରମଣ ଯାଞ୍ଚ ପାଇଁ ସେମାନଙ୍କୁ ଅଲଗା ଅଇସୋଲେଶନ୍‌ ଓ୍ବାର୍ଡରେ ରଖାଯାଇଥିଲା। କିନ୍ତୁ ଭୟଭୀତ ହୋଇ ସେମାନେ ଶୁକ୍ରବାର ରାତିରେ ସେଠାରୁ ଫେରାର ହୋଇଯାଇଛନ୍ତି। ଏହି ଘଟଣାରେ ପୋଲିସ ତଦନ୍ତ ଜାରି ରଖିବା ସହ ସହରରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରି ସେମାନଙ୍କ ଠିକଣା ଖୋଜୁଛି। ସୂଚନା ମୁତାବକ ନାଗପୁରରେ କରୋନା ଭାଇରସ୍‌ ୩ଟି ମାମଲା ଚିହ୍ନଟ ହୋଇଛି। ଏହାକୁ ମିଶାଇ ମହାରାଷ୍ଟ୍ରରେ ସଂକ୍ରମିତଙ୍କ ସଂଖ୍ୟା ୧୧କୁ ବୃଦ୍ଧି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କାହା ପାଖରେ ଅଛି ପରମାଣୁ ବୋମାର ରିମୋଟ କଣ୍ଟ୍ରୋଲ, ଆକ୍ରମଣ ପାଇଁ କିଏ ନିର୍ଦ୍ଦେଶ ଦେଇପାରିବ ଜାଣନ୍ତୁ

ନୂଆଦିଲ୍ଲୀ,୨୨।୧୨: ସାଧାରଣ ଜନତା ପ୍ରାୟତଃ ପରମାଣୁ ଅସ୍ତ୍ର ବିଷୟରେ ଅନେକ ପ୍ରଶ୍ନ କରନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ହେଉଛି ଭାରତରେ ଏହି ଅସ୍ତ୍ରଗୁଡ଼ିକ ଉପରେ ପ୍ରକୃତ...

ଭୟଙ୍କର ଦୁର୍ଘଟଣା: ଡିଭାଇଡରରେ ପିଟି ହୋଇ ରାଜପଥରେ ଓଲଟିଲା ବସ୍, ୧୬ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୨।୧୨: ଇଣ୍ଡୋନେସିଆରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ରିପୋର୍ଟ ଅନୁଯାୟୀ ରବିବାର ବିଳମ୍ବିତ ରାତିରେ ଇଣ୍ଡୋନେସିଆର ମୁଖ୍ୟ ଦ୍ୱୀପ ଜାଭାରେ ଏକ ଯାତ୍ରୀବାହୀ ବସ୍...

୭ଦିନ ଜାରି ରହିବ ଶୀତ ଲହରି

ଭୁବନେଶ୍ୱର,୨୨ା୧୨(ବନ୍ଦନା ସେଠୀ): ରାଜ୍ୟରେ ଶୀତ ଲହରି ଜାରି ରହିବ। ଆସନ୍ତା ୭ଦିନ ପର୍ଯ୍ୟନ୍ତ ପାଣିପାଗର କୌଣସି ବିଶେଷ ପରିବର୍ତ୍ତନ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ...

ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି: ଗୁରୁକୁଳ ଖୋଲିବା ସହ ଶୀତ ମହୋତ୍ସବ ହେବ ଆଡମ୍ବରପୂର୍ଣ୍ଣ

ଦାରିଙ୍ଗବାଡି, ୨୨।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସୋମବାର ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗସ୍ତ କରିଛନ୍ତି। ସେ ସକାଳ...

ମଝି ଆକାଶରେ ଅଟକିଗଲା ଶହଶହ ଯାତ୍ରୀଙ୍କ ଜୀବନ, ଟେକ୍‌ ଅଫ୍‌ର କିଛି ମିନିଟ୍‌ ଘଟିଲା ଏମିତି…

ନୂଆଦିଲ୍ଲୀ,୨୨।୧୨: ସୋମବାର ଦିଲ୍ଲୀରୁ ମୁମ୍ବାଇ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ ଉଡ଼ାଣ ଆରମ୍ଭ କରିବାର କିଛି ସମୟ ପରେ ଦିଲ୍ଲୀ ଫେରିବାକୁ ବାଧ୍ୟ ହୋଇଥିଲା।...

ଅଭାବନୀୟ ଘଟଣା, ଶାଗ-ଚିକେନ ଖାଇ ଚାଲିଗଲା ୩ ଜଣଙ୍କ ଜୀବନ

ଅନୁଗୋଳ,୨୨ା୧୨: ଢେଙ୍କାନାଳ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଖାଦ୍ୟରେ ବିଷକ୍ରିୟା କାରଣରୁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି...

ଶରୀରର ସୁରକ୍ଷା କବଚ : ଆଣ୍ଟିଅକ୍ସିଡାଣ୍ଟ

ଆଜିକାଲି ସ୍ବାସ୍ଥ୍ୟ ଓ ପୋଷଣ କ୍ଷେତ୍ରରେ ଆଣ୍ଟିଅକ୍ସିଡାଣ୍ଟ (Antioxidant) ବିଷୟରେ ବେଶ୍‌ ଚର୍ଚ୍ଚା ହେଉଛି। ତେବେ ପ୍ରଶ୍ନ ଉଠେ: ଆଣ୍ଟିଅକ୍ସିଡାଣ୍ଟ କ’ଣ, ଏହା ଆମ ଶରୀର...

ଜାଣି ରଖନ୍ତୁ କିପରି କିଡ୍‌ନୀକୁ ରଖିବେ ସୁସ୍ଥ

ଆମ ଶରୀରର ଅନ୍ୟତମ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରବାହିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି ଅଦରକାରୀ ତତ୍ତ୍ୱକୁ ନିଷ୍କାସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri