Posted inଜାତୀୟ

ନାଗରିକତା ସଂଶୋଧନ ଆଇନ: ୯ ରାଜ୍ୟରେ ବିରୋଧ

ନୂଆଦିଲ୍ଲୀ, ୧୯।୧୨: ନାଗରିକତା ସଂଶୋଧନ ଆଇନକୁ ନେଇ ଦେଶରେ ଆଇନ ଶୃଙ୍ଖଳା ସ୍ଥିତି ଅଣାୟତ ହେବାରେ ଲାଗିଛି। ଦିଲ୍ଲୀ, ଉତ୍ତରପ୍ରଦେଶ, ବିହାର, ପଶ୍ଚିମବଙ୍ଗ, ଆସାମ, ମେଘାଳୟ, ମହାରାଷ୍ଟ୍ର, ତେଲଙ୍ଗାନା ଏବଂ କର୍ନାଟକ ଆଦି ୯ଟି ରାଜ୍ୟରେ ଏହାକୁ ବିରୋଧ କରି ପ୍ରଦର୍ଶନ ଜାରି ରହିଛି। ଦିଲ୍ଲୀରେ ୧୫ରୁ ଅଧିକ ମେଟ୍ରୋ ଷ୍ଟେଶନ ବନ୍ଦ ହେବା ସହିତ କିଛି ଅଞ୍ଚଳରେ ଇଣ୍ଟରନେଟ୍‌ ସେବାକୁ ବନ୍ଦ କରାଯାଇଛି। ସେହିପରି ଉତ୍ତରପ୍ରଦେଶରେ ଅନିର୍ଦ୍ଦିଷ୍ଟ ସମୟ ପାଇଁ ଇଣ୍ଟରନେଟ୍‌ ସେବାକୁ ବନ୍ଦ କରାଯିବା ସହିତ ସମସ୍ତ ଜିଲାରେ ୧୪୪ ଧାରା ଲାଗୁ କରାଯାଇଛି। ବିହାରର ପାଟନା, ଦରଭଙ୍ଗା, ଖଗଡ଼ିଆ ଆଦି କେତେକ ସ୍ଥାନରେ ଟ୍ରେନ୍‌ ରୋକୋ କରାଯାଇଛି। କର୍ନାଟକରେ ଏହାକୁ ନେଇ ପ୍ରଦର୍ଶନ ଜାରି ରହିଛି। ବେଙ୍ଗାଲୁରୁରେ ଐତିହାସିକ ରାମଚନ୍ଦ୍ର ଗୁହାଙ୍କୁ ଅଟକ ରଖାଯାଇଛି। ପଶ୍ଚିମବଙ୍ଗରେ ଏହାକୁ ବିରୋଧ କରି ଲୋକଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି। ତେଲଙ୍ଗାନାର ନାଗରିକତା ସଂଶୋଧନ ଆଇନକୁ ବିରୋଧ କରାଯାଇଛି। ହାଇଦ୍ରାବାଦ୍‌ରେ ୫୦ରୁ ଅଧିକ ପ୍ରଦର୍ଶନକାରୀଙ୍କୁ ଗିରଫ କରାଯାଇଛି। ମହାରାଷ୍ଟ୍ରରେ ପ୍ରଦର୍ଶନକାରୀ ରାଜରାସ୍ତାକୁ ଓହ୍ଲାଇଛନ୍ତି। ସେହିପରି ଆସାମ ଏବଂ ମେଘାଳୟରେ ମଧ୍ୟ ପ୍ରଦର୍ଶନ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri