Posted inଜାତୀୟ

ନାଗରିକତା ସଂଶୋଧନ ବିଲ୍‌: ଭୋଟିଂରୁ ଦୂରେଇ ରହିଲେ ମିମି ଚକ୍ରବର୍ତ୍ତୀଙ୍କ ସମେତ ୬ଏମ୍‌ପି

ନୂଆଦିଲ୍ଲୀ,୧୦।୧୨: ଲୋକ ସଭାରେ ନାଗରିକତା ସଂଶୋଧନ ବିଲ୍‌ ଗୃହୀତ ହୋଇଯାଇଥିବା ବେଳେ ଏବେ ରାଜ୍ୟ ସଭାରେ ଏହାକୁ ପାରିତ କରିବା ପାଇଁ ସରକାର ଉଦ୍ୟମ ଚଳାଇଛନ୍ତି। ଏହି ବିଲ୍‌କୁ ଆସାମରୁ ଆରମ୍ଭ କରି ପଶ୍ଚିମବଙ୍ଗ ପର୍ଯ୍ୟନ୍ତ ବିରୋଧ କରାଯାଉଛି। ସେହିପରି ସଂସଦରେ ମଧ୍ୟ କେତେକ ଦଳ ଏହାକୁ ବିରୋଧ କରୁଥିବା ଦେଖିବାକୁ ମିଳିଛି। ଆରମ୍ଭରୁ ଉକ୍ତ ବିଲ୍‌କୁ ବିରୋଧ କରିଆସୁଥିବା ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର ୬ ଏମ୍‌ପି ମତଦାନ ସମୟରେ ଅନୁପସ୍ଥିତ ରହିଥିଲେ। ଅନୁପସ୍ଥିତ ଥିବା ଏହି ୬ ଏମ୍‌ପିଙ୍କ ମଧ୍ୟରେ ଅଭିନେତ୍ରୀରୁ ଏମ୍‌ପି ହୋଇଥିବା ମିମି ଚକ୍ରବର୍ତ୍ତୀ ମଧ୍ୟ ସାମିଲ ଅଛନ୍ତି। ଅପରପକ୍ଷରେ ଏମ୍‌ପି ନୁସରତ ଜହାଁ ମତଦାନ କରିଥିବା ଜଣାପଡ଼ିଛି। ମୋଦି ସରକାରଙ୍କ ନାଗରିକତା ସଂଶୋଧନ ବିଲ୍‌କୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାର୍ନାଜୀ ବହୁଥର ବିରୋଧ କରିବା ସହ ଏହି ଆଇନକୁ ରାଜ୍ୟରେ ଲାଗୁ କରିବେ ନାହିଁ ବୋଲି ମନା କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌: ଭାଙ୍ଗିଲେ କୋହଲିଙ୍କ ରେକର୍ଡ

ନୂଆଦିଲ୍ଲୀ,୧୩।୧୦: କୌଣସି ଖେଳାଳିଙ୍କ ପାଇଁ ପ୍ରଥମ ଥର ଟେଷ୍ଟ ଦଳର ଅଧିନାୟକ ହେବା ଏକ ବଡ଼ ଆହ୍ବାନ। କିନ୍ତୁ ଆଫଗାନିସ୍ତାନର ରହମତ ଶାହ ଏହି ଦାୟିତ୍ୱକୁ ସ୍ମରଣୀୟ…

ଅକ୍ଟୋବର ୨୯ ପର୍ଯ୍ୟନ୍ତ ସାବଧାନ: ମେଷ ସମେତ ୩ ରାଶିଙ୍କ ଉପରେ ମାଡିଆସୁଛି ବଡ଼ ବିପଦ! ପାଖରୁ ପଳାଇବ ଧନ

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହଙ୍କୁ ପ୍ରେମ, ସୁଖ-ସମୃଦ୍ଧି, ଐଶ୍ୱର୍ଯ୍ୟ ଓ ଆର୍ଥିକ ସ୍ଥିତିର କାରକ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ଶୁକ୍ର ନିଜ ରାଶି ତୁଳାରେ…

୭୭ ବର୍ଷରେ ହେମାଙ୍କ ଜବରଦସ୍ତ ଡ୍ୟାନ୍ସ! ମନ ଜିଣିଲେ ଡ୍ରିମ୍‌ ଗର୍ଲ

ମୁମ୍ବାଇ,୧୩।୧୦: ବୟସ ମାତ୍ର ଏକ ସଂଖ୍ୟା! ୭୭ ବର୍ଷ ବୟସରେ ବି ନିଜ ନୃତ୍ୟର ଯାଦୁରେ ଦର୍ଶକଙ୍କ ହୃଦୟ ଜିଣୁଛନ୍ତି ବଲିଉଡ୍‌ର ଡ୍ରିମ୍‌ ଗର୍ଲ ହେମା ମାଳିନୀ…

ବୈଭବଙ୍କ ରହସ୍ୟମୟ ପୋଷ୍ଟକୁ ନେଇ ହଇଚଇ: ଦେଲେ ଏଭଳି ସଙ୍କେତ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୩।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ T20I ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ଖେଳିବାର ସୁଯୋଗ ମିଳିନାହିଁ। ଟିମ ଇଣ୍ଡିଆର ମ୍ୟାନେଜମେଣ୍ଟ ସଞ୍ଜୁ ସାମସନଙ୍କ ଉପରେ ଭରସା ଦେଖାଇଛି। ତେବେ…

୩୮ ବର୍ଷ ବୟସରେ ଟିମ୍‌ ବଦଳାଇଲେ ଏହି କ୍ରିକେଟର୍‌: ପ୍ରଥମ ମ୍ୟାଚ୍‌ରେ କଲେ ଚମତ୍କାର

ଚଣ୍ଡିଗଡ଼,୧୩।୧୦: ଭାରତୀୟ କ୍ରିକେଟ ଦଳରୁ ଦୀର୍ଘଦିନ ଧରି ବାହାରେ ଥିବା ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ରଣଜୀ ଟ୍ରଫି ୨୦୨୬-୨୭ ସରିଜ୍‌ରେ ଜବରଦସ୍ତ ଆରମ୍ଭ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?