Posted inଜାତୀୟ

ନାଗରିକତ୍ୱ ସଂଶୋଧନ ଆଇନକୁ ବିରୋଧ: ପଶ୍ଚିମବଙ୍ଗକୁ ବ୍ୟାପିଲା ନିଆଁ

ଗୁଆହାଟୀ/ନୂଆଦିଲ୍ଲୀ/କୋଲକାତା, ୧୪ା୧୨(ପି.ଟି./ଆଇଏଏନ୍‌ଏସ୍‌): ନୂଆ ନାଗରିକତ୍ୱ ଆଇନକୁ ନେଇ ଉତ୍ତର-ପୂର୍ବାଞ୍ଚଳରେ ଚାଲିଥିବା ଆନ୍ଦୋଳନର ନିଆଁ ଶୁକ୍ରବାର ପଶ୍ଚିମବଙ୍ଗକୁ ବ୍ୟାପିଛି। ଆସାମ, ତ୍ରିପୁରା, ମଣିପୁର, ସିକିମ, ମେଘାଳୟ ଓ ତ୍ରିପୁରାରେ ସ୍ଥିତି ସାମାନ୍ୟ ସୁଧୁରିଥିବାବେଳେ ପଡ଼ୋଶୀ ପଶ୍ଚିମବଙ୍ଗରେ ବ୍ୟାପକ ହିଂସା ଏବଂ ପୋଡ଼ାଜଳା ଦେଖିବାକୁ ମିଳିଛି। ବିକ୍ଷୋଭକାରୀମାନେ କେତେକ ରେଳଷ୍ଟେଶନରେ ଭଙ୍ଗାରୁଜା କରିଛନ୍ତି। ସେପଟେ ଏହି ଆଇନକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ବିଭିନ୍ନ ରାଜନୈତିକ ଦଳ ଓ ସଙ୍ଗଠନ ପକ୍ଷରୁ ଦାଏର ପିଟିଶନ ସଂଖ୍ୟା ବଢ଼ିବାରେ ଲାଗିଛି। ବିକ୍ଷୋଭକୁ ଦୃଷ୍ଟିରେ ରଖି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ମେଘାଳୟ ଓ ଅରୁଣାଚଳ ପ୍ରଦେଶ ଗସ୍ତକୁ ବାତିଲ କରିଦେଇଛନ୍ତି।
ରାଷ୍ଟ୍ରପତି ରାମନାଥ କୋବିନ୍ଦ ନାଗରିକତ୍ୱ ସଂଶୋଧନ ବିଲ୍‌ରେ ସ୍ବାକ୍ଷର କରିବା ପରେ ଏହା ଆଇନରେ ପରିଣତ ହୋଇଛି। ଉତ୍ତର-ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକ ଜଳୁଥିବାବେଳେ ରାଷ୍ଟ୍ରପତି ଉକ୍ତ ବିଲ୍‌କୁ ଅନୁମୋଦନ ଦେବା ଦୁର୍ଭାଗ୍ୟଜନକ ବୋଲି ଆସାମ ରାଜଧାନୀ ଗୁଆହାଟୀରେ ଗଣବିକ୍ଷୋଭ କରାଯାଇଛି। ଅଲ୍‌ ଆସାମ ଷ୍ଟୁଡେଣ୍ଟ ୟୁନିୟନ୍‌ (ଏଏଏସ୍‌ୟୁ) ପକ୍ଷରୁ ଦିଆଯାଇଥିବା ଅନଶନ ଡାକରାରେ ଛାତ୍ରୀଛାତ୍ର, ବରିଷ୍ଠ ନାଗରିକ, କଳାକାର ଓ ଶିକ୍ଷକମାନେ କର୍ଫ୍ୟୁକୁ ଅମାନ୍ୟ କରି ସାମିଲ ହୋଇଛନ୍ତି। ସେମାନେ ନୂଆ ଆଇନକୁ ଗ୍ରହଣ କରିବେ ନାହିଁ ବୋଲି କହିଛନ୍ତି। ଆସାମ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ କହିଛନ୍ତି, ଭାଜପା ନେତୃତ୍ୱାଧୀନ ସରକାର ବିରୋଧରେ ଷଡ଼ଯନ୍ତ୍ର ଚାଲିଛି। ଏଥିରେ କଂଗ୍ରେସ, ବାମପନ୍ଥୀ ଓ କେତେକ ସାମ୍ପ୍ରଦାୟିକ ଶକ୍ତି ସାମିଲ ଅଛନ୍ତି। ହିଂସାରେ ସମ୍ପୃକ୍ତ ବ୍ୟକ୍ତିମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ ଚେତାବନୀ ଦେଇଛନ୍ତି। ସିବିଏ ବିରୋଧୀ ଆନ୍ଦୋଳନ ପଶ୍ଚିମବଙ୍ଗରେ ପହଞ୍ଚତ୍ଛି। ସଂଖ୍ୟାଲଘୁ ସମ୍ପ୍ରଦାୟର ଆନ୍ଦୋଳନକାରୀମାନେ ଅପରାହ୍ନ ୩ଟା ୨୨ରେ ରେଳପଥ ଅବରୋଧ କରିଥିଲେ। ଫଳରେ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ହାଓଡା ଜିଲାର ଉଲୁବେରିଆ ଷ୍ଟେଶନରେ ସେମାନେ ବ୍ୟାପକ ଭଙ୍ଗାରୁଜା କରିଥିଲେ। ସେମାନଙ୍କ ଆକ୍ରମଣରେ ଜଣେ ଟ୍ରେନ୍‌ ଡ୍ରାଇଭର ଆହତ ହୋଇଛନ୍ତି। ସେହିପରି ମୁର୍ଶିଦାବାଦ ଜିଲାର ଏକ ଷ୍ଟେଶନ କମ୍ପ୍ଲେକ୍ସରେ ବିକ୍ଷୋଭକାରୀମାନେ ନିଆଁ ଲଗାଇ ଦେଇଛନ୍ତି। ହମ୍‌ସଫର ଏକ୍ସପ୍ରେସ୍‌କୁ ମଧ୍ୟ ଆନ୍ଦୋଳନକାରୀ ଟାର୍ଗେଟ କରିଥିବା ସାଉଥ୍‌ ଇଷ୍ଟର୍ନ ରେଲଓ୍ବେ ମୁଖପାତ୍ର ସଞ୍ଜୟ ଘୋଷ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

ବିଦାୟ ନେଲେ ଅଜିତ ଅଗରକର, ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ରେସ୍‌ରେ ଅଛନ୍ତି ଏମାନେ..

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

ଭାରତୀୟ କ୍ରୁ ଥିବା ଜାହାଜ ଉପରେ ଆକ୍ରମଣ; ୨ ବିଦେଶୀ ନାଗରିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ/ବୁଚାରେଷ୍ଟ,୬।୧୦: କଳା ସାଗର (Black Sea) ରେ ରୋମାନିଆ ନିକଟରେ ଭାରତୀୟ କର୍ମଚାରୀ ଥିବା ଏକ ବାଣିଜ୍ୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣରେ ଦୁଇଜଣ ବିଦେଶୀ ନାଗରିକଙ୍କ…

କମିଲା ସୁନା-ରୁପା ମୂଲ୍ୟ; କିଣିନିଅନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ ଦୀପାବଳି ସୁଦ୍ଧା ଦର କେତେ ରହିବ

ନୂଆଦିଲ୍ଲୀ,୬।୧୦: ଗତକାଲି, ଅର୍ଥାତ ସୋମବାର ସୁନା ଓ ରୁପା ଦରରେ ଉତ୍ଥାନ-ପତନ ଦେଖିବାକୁ ମିଳିଥିଲା। ଆଜି, ଅକ୍ଟୋବର ୬ରେ MCX ରେ ଉଭୟ ଧାତୁର ମୂଲ୍ୟ ହ୍ରାସ…

ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ: ଚର୍ଚ୍ଚାରେ ସମ୍ବିତ ପାତ୍ରଙ୍କ ମନ୍ତବ୍ୟ

ନୂଆଦିଲ୍ଲୀ,୧୦।୬: ନିର୍ବାଚନ କମିଶନଙ୍କୁ ନେଇ ବିରୋଧୀ ଦଳଗୁଡ଼ିକର ଆକ୍ରମଣ ମଧ୍ୟରେ ପାଲଟା ଜବାବ ଦେଇଛି ଭାଜପା। ଭାଜପା ଏମ୍‌ପି ସମ୍ବିତ ପାତ୍ର ବିରୋଧୀ ଦଳଗୁଡ଼ିକ ଉପରେ ତୀବ୍ର…

ହଠାତ ଏମିତି ଏକ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଚମକାଇ ଦେଲେ ଏହି କ୍ରିକେଟର, ଏକ ଭାବପ୍ରବଣ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ କହିଲେ…

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟକ ପଦରୁ ସମସ୍ତ ଫର୍ମାଟରେ ଓହରିଯିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ଏକ ଭାବପୂର୍ଣ୍ଣ ପୋଷ୍ଟ ମାଧ୍ୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?