Posted inଜାତୀୟ

ନାଗରିକତ୍ୱ ସଂଶୋଧନ ଆଇନରେ ପରିବର୍ତ୍ତନ ଆସିପାରେ: ସଙ୍କେତ ଦେଲେ ଶାହା

ନୂଆଦିଲ୍ଲୀ,୧୫।୧୨: ନାଗରିକତ୍ୱ ସଂଶୋଧନ ଆଇନକୁ ନେଇ ସମଗ୍ର ଉତ୍ତରପୂର୍ବ ଭାରତରେ ହିଂସା ଉପୁଜିଛି। କେବଳ ସେତିକି ନୁହେଁ ଏହାକୁ ନେଇ ବିଦେଶରେ ମଧ୍ୟ ବିରୋଧ ପ୍ରଦର୍ଶନ କରାଗଲାଣି। ତେବେ ଶନିବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଝାଡ଼ଖଣ୍ଡରେ ଏକ ନିର୍ବାଚନ ରାଲିରେ ସମ୍ବୋଧନ ଦେବା ସମୟରେ ଏହି ଆଇନରେ ପରିବର୍ତ୍ତନ ଆସିପାରେ ବୋଲି ସଙ୍କେତ ଦେଇଛନ୍ତି। ସେ କହିଛନ୍ତି ମେଘାଳୟ ମୁଖ୍ୟମନ୍ତ୍ରୀ ତାଙ୍କୁ ଏହି ଆଇନକୁ ପରିବର୍ତ୍ତନ କରିବାକୁ ପ୍ରସ୍ତାବ ଦେଇଛନ୍ତି। ହେଲେ ଏହାକୁ ନେଇ କେହି ଭୟଭୀତ ହେବ ଉଚିତ୍‌ ନୁହଁ ବୋଲି ଶାହା କହିଛନ୍ତି। ସକରାତ୍ମକ ମନୋଭାବ ନେଇ ମେଘାଳୟରରେ ଥିବା ସମସ୍ୟାର ସମାଧାନ କରନ୍ତୁ ଦେଖିବେ ସବୁ ଠିକ୍‌ ହୋଇଯିବ। ଶାହାଙ୍କ ଏହି କଥାକୁ ନେଇ ଏବେ ରାଜନୈତିକ ମହଲରେ ଆଲୋଚନା ଚାଲିଛି। କୁହାଯାଉଛି କି ଶାହା ଯାହା କହୁଛନ୍ତି ତାକୁ ଦେଖିଲେ ଲାଗୁଛି ନାଗରିକତ୍ୱ ସଂଶୋଧନ ଆଇନରେ ପରିବର୍ତ୍ତନ ଆସିପାରେ। ଏବେ ଏହାକୁ ନେଇ ଯେଉଁ ହିଂସା ପରିସ୍ଥିତି ସୃଷ୍ଟି ହୋଇଛି ସେଥିପାଇଁ ସେ ବିରୋଧୀ କଂଗ୍ରେସକୁ ଦାୟୀ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋକିମଙ୍କ ନୂଆ ଦଳରେ ସୋଫିଆ? ରାଜ୍ୟ ରାଜନୀତିରେ ଚହଳ

ଭୁବନେଶ୍ୱର,୧୫।୪: ନୂଆ ଆଞ୍ଚଳିକ ଦଳ ଲୋକାର୍ପଣ କଲେ ମହମ୍ମଦ ମୋକିମ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଏକ ବିରାଟ ସମାବେଶରେ ଲୋକାର୍ପଣ ହେଲା ନୂଆଦଳ। ମୋକିମଙ୍କ ନୂଆ ଦଳ…

ଅବନୀତଙ୍କ ଗ୍ଲାମରସ୍‌ ଲୁକ୍‌କୁ ନେଇ ଉଠିଲା ପ୍ରଶ୍ନ

ଅଭିନେତ୍ରୀ ଅବନୀତ କୌର ଯେତିକି ଗ୍ଲାମରସ୍‌ ସେତିକି ଚର୍ଚ୍ଚିତ ମଧ୍ୟ। ନିଜ ଚମକଦାର ଲୁକ ପାଇଁ ପ୍ରାୟତଃ ପ୍ରଶଂସା ସାଉଁଟନ୍ତି। ନିକଟରେ ସେ ତାହା ତ୍ୱଚାରେ ବୋଟକ୍ସ…

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ସର୍ବନିମ୍ନ ମୌଳିକ ଦରମା…

ନୂଆଦିଲ୍ଲୀ,୧୫।୪: ଅଷ୍ଟମ ବେତନ କମିଶନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ବେତନ କମିଶନର ସରକାରୀ ୱେବସାଇଟ ମଧ୍ୟ ବିଭିନ୍ନ ସହରର ଅଂଶୀଦାରମାନଙ୍କ ସହିତ ଆଲୋଚନା ପାଇଁ ଏକ…

ରାଘବ ଚଢାଙ୍କୁ କେନ୍ଦ୍ର ଦେଲା ‘Z’ ସିକ୍ୟୁରିଟି, ଏଏପିକୁ ଝଟ୍‌କା

ନୂଆଦିଲ୍ଲୀ,୧୫।୪: ପଞ୍ଜାବର ଆମ ଆଦମୀ ପାର୍ଟି (ଆପ) ସରକାର ରାଘବ ଚଢାଙ୍କ ସୁରକ୍ଷା ପ୍ରତ୍ୟାହାର କରିନେଇଛି, ଯାହା ପରେ କେନ୍ଦ୍ର ସରକାର ତାଙ୍କୁ ‘Z’ ବର୍ଗର ସୁରକ୍ଷା…

ମୋଦିଙ୍କ ସହ କଥା ହେବା ପରେ ପାକିସ୍ତାନକୁ ଜୋରଦାର ଝଟ୍‌କା ଦେଲା ଆମେରିକା, ବିଶ୍ୱରେ ଚହଳ!

ଓ଼୍ବାଶିଂଟନ,୧୫।୪: ଆମେରିକା ହର୍ମୁଜ ପ୍ରଣାଳୀ ଦେଇ ଯିବାକୁ ଚେଷ୍ଟା କରୁଥିବା ଦୁଇଟି ପାକିସ୍ତାନୀ ଜାହାଜକୁ ଫେରାଇ ଦେଇଛି। ଏହାକୁ ପାକିସ୍ତାନ ପାଇଁ ଏକ ବଡ଼ ବିପର୍ଯ୍ୟୟ ଭାବରେ…

ରାଘବ ଚଢାଙ୍କୁ ପୁଣି ଆଉ ଏକ ଝଟ୍‌କା, ପଞ୍ଜାବ ସରକାର ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୫।୪: ଆମ ଆଦମୀ ପାର୍ଟି ନେତା ଏବଂ ରାଜ୍ୟ ସଭାର ଉପନେତା ଅଶୋକ ମିତ୍ତଲଙ୍କ ଘର ଏବଂ କାର୍ଯ୍ୟାଳୟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ଚଢାଉ ମଧ୍ୟରେ, ପଞ୍ଜାବ…

ପବନ ଖେରାଙ୍କୁ ବଡ଼ ଝଟ୍‌କା: ଆଗୁଆ ଜାମିନ ଆଦେଶ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୫।୪: କଂଗ୍ରେସ ନେତା ପବନ ଖେରାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା ଲାଗିଛି। ସୁପ୍ରିମକୋର୍ଟ ତେଲଙ୍ଗାନା ହାଇକୋର୍ଟଙ୍କ ଅନ୍ତରୀଣ ଜାମିନ ପ୍ରଦାନ ଆଦେଶ ଉପରେ ସ୍ଥଗିତାଦେଶ ଲଗାଇଛନ୍ତି। କୋର୍ଟ…

ଲଜ୍ଜାଜନକ ରେକର୍ଡ କଲା KKR: IPL ଇତିହାସରେ ଯାହା କେବେ ଘଟି ନ ଥିଲା…

ନୂଆଦିଲ୍ଲୀ,୧୫।୪: IPL 2026ର ୨୨ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ (KKR) ଚେନ୍ନାଇ ସୁପର କିଙ୍ଗ୍ସ (CSK) ବିପକ୍ଷରେ ୩୨ ରନରେ ପରାଜୟ ବରଣ କରିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri