ନାଟକ ଚାଲିଥିବା ବେଳେ ବାଣ ବିସ୍ଫୋରଣ: ୪ ଗୁରୁତର,୪ ଆହତ

ଆସିକା,୧୫।୩ (ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା-ସୋରଡା ମୁଖ୍ୟରାସ୍ତାର ଧରାକୋଟ ଥାନା ଅନ୍ତର୍ଗତ କେ.ରାମଚନ୍ଦ୍ରପୁର (କଇଠରା) ଗ୍ରାମରେ ରବିବାର ସକାଳେ ବାଣ ବିସ୍ଫୋରଣ ଘଟି ୪ ଗୁରୁତର, ୪ ଆହତ ହୋଇଛନ୍ତି। ସକାଳେ ପୌରାଣିକ ନାଟକ ଚାଲିଥିଲା ବେଳେ ନାଟକର ଏକ ଦୃଶ୍ୟରେ ବାଣ ବିସ୍ଫୋରଣ ଘଟି ୮ରୁ ଊର୍ଦ୍ଧ୍ୱ ଦର୍ଶକ ଗୁରୁତର ହୋଇଥିଲେ । ସେମାନେ ହେଲେ ନାବାଳକ ଓମ୍‌ ରେଡି, ସୁମନ୍‌ ରେଡି, ରାଜା ଗୌଡ, ବିନୟ ଗୌଡ, ବିଜୟ ଗୌଡ, ବାବୁ ବିଷୋୟୀ, ଅରୁଣ ବିଷୋୟୀ ଓ ଚନ୍ଦନ ବିଷୋୟୀ। ସେମାନଙ୍କୁ ଚିକିତ୍ସା ଲାଗି ଆସିକା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ବିଜୟ, ବାବୁ, ଅରୁଣ ଓ ଚନ୍ଦନଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ରାଶିଫଳ ୨୦୨୬: ମେଷରୁ ମୀନ ରାଶି ପାଇଁ କିପରି କଟିବ ନୂତନ ବର୍ଷ, ସବୁ…

ନୂତନ ବର୍ଷ ନୂତନ ଆଶା ଏବଂ ନୂତନ ସୁଯୋଗ ସହିତ ଆରମ୍ଭ ହୁଏ। ଏହି ସମୟରେ ସମସ୍ତେ ଭାବନ୍ତି ଯେ ନୂଆ ବର୍ଷ କ’ଣ ହେବ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri