ନାଟ୍ୟ କଳା ମହାସଂଘର ସାଙ୍ଗଠନିକ ସଭା: ସରକାରୀ ପ୍ରୋତ୍ସାହନ ଯୋଗାଇ ଦିଆଯାଉ

ଜୁନାଗଡ,୨୬।୭(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ସହର ଆରଏମ୍‌ସି ଗୋଦାମଠାରେ ଶୁକ୍ରବାର ନାଟ୍ୟ କଳା ମହାସଂଘର ଏକ ସାଙ୍ଗଠନିକ ସଭା ଅନୁଷ୍ଠିତ ହୋଇଯାଇଛି। ଜୁନାଗଡ ଓ ଗୋଲାମୁଣ୍ଡା ବ୍ଲକ ଜୋନ ନାଟ୍ୟ କଳାସଂଘ ପକ୍ଷରୁ ଏହାକୁ ଆୟୋଜନ କରାଯାଇଥିଲା। ଏଥିରେ କଳାହାଣ୍ଡି ଜିଲା ସମେତ ପଡୋଶୀ ନୂଆପଡା, ନବରଙ୍ଗପୁର ଓ ଛତିଶଗଡ ଅଞ୍ଚଳର ନାଟ୍ୟ କଳାକାରମାନେ ଯୋଗଦେଇଥିଲେ। ଜୟପାଟଣା ବ୍ଲକ ସଭାପତି ନବିନ ଧଙ୍ଗଡାମାଝିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ମହାସଂଘ ସଭାପତି ପ୍ରିୟ ରଞ୍ଜନ ପଣ୍ଡା, ମୁଖ୍ୟବକ୍ତା ଭାବେ ମହାସଂଘ ସମ୍ପାଦକ ଡମ୍ବରୁଧର ବାଗ, ସମ୍ମାନିତ ଅତିଥି ଭାବେ ମହାସଂଘର ଉପସଭାପତି ପଦ୍ମକିଶୋର ଦୁର୍ଗା, ମହାସଂଘର ଉପଦେଷ୍ଟା ମନୋଜ କୁମାର ଦାସ, ନାଟ୍ୟଗୁରୁ ହୁକମତ୍‌ ନାଗେଶ, କୋକସରା ବ୍ଲକ ସଭାପତି ଭିକାରୀ ଦୁର୍ଗା, ସମ୍ପାଦକ କମଲ କୁମାର, କଲମପୁର ସଭାପତି ଅଶୋକ କର, କୃଷ୍ଣଚନ୍ଦ୍ର ଲେଞ୍ଜିଆ ପ୍ରମୁଖ ଯୋଗଦେଇଥିଲେ। ନାଟ୍ୟ କଳାକାରଙ୍କୁ ସରକାରଙ୍କ ପକ୍ଷରୁ କୌଣସି ପ୍ରୋତ୍ସାହନ ଯୋଗାଇ ଦିଆଯାଉ ନ ଥିବାରୁ ସେମାନେ ଏବେ ଦୟନୀୟ ଅବସ୍ଥାରେ ଜୀବନ ଯାପନ କରୁଛନ୍ତି। ଅନେକ କଳାକାର ବାଧ୍ୟ ହୋଇ ପେଟ ପାଇଁ ନିଜ ବୃତ୍ତିକୁ ଛାଡି ଦାଦନ ଖଟିଯିବା ସହ ଅନ୍ୟାନ କାମଧନ୍ଦା କରୁଛନ୍ତି। ଫଳରେ ଓଡିଶାର ସର୍ବପ୍ରାଚୀନ ନାଟ୍ୟ କଳା ଦିନକୁ ଦିନ ଲୋପ ପାଇବାକୁ ବସିଛି। ସରକାରଙ୍କ ପକ୍ଷରୁ ନାଟ୍ୟ କଳାକାରଙ୍କୁ ପ୍ରୋତ୍ସାହନ ଯୋଗାଇ ଦିଆଗଲେ ପୁଣିଥରେ ଉକ୍ତ କଳାକାରମାନେ ନିଜର ବୃତ୍ତିକୁ ଆପଣାଇ ଲୋକଙ୍କୁ ମନୋରଞ୍ଜନ କରିପାରିବେ ବୋଲି ସଭାରେ ବକ୍ତାମାନେ ଉଦ୍‌ବୋଧନ ଦେଇଥିଲେ। ସେହିପରି ନାଟ୍ୟକଳାକାରଙ୍କୁ ଏକତ୍ର ହୋଇ ସଙ୍ଗଠନକୁ ମଜଭୁଥ୍‌ କରିବା ସହ କଳାକୁ ପ୍ରସାରିତ କରିବା ପାଇଁ ଆହ୍ବାନ ଦିଆଯାଇଥିଲା। କାର୍ଯ୍ୟକ୍ରମକୁ ବେଦବର ଡୋଙ୍ଗରୀ ପରିଚାଳନା କରିଥିଲେ। ନାଟ୍ୟଗୁରୁ ସୁଧାଂଶୁ ଶେଖର ନାଏକ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ ଅସୁସ୍ଥ, ମେଡିକାଲରେ ଭର୍ତ୍ତୀ

କଲ୍ୟାଣସିଂହପୁର,୪।୭(ଦୀପକ କୁମାର ପରିଡା): କଲ୍ୟାଣସିଂହପୁର ବ୍ଲକ ସୀମାନ୍ତ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ପଞ୍ଚାୟତ ଫୁକେର ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର…

ଜିଲାପାଳଙ୍କୁ ଦାବିପତ୍ର ପରେ ପ୍ରଶାସନ ତତ୍ପର: ଅବକାରୀ ବିଭାଗର ବଡ଼ଧରଣର ଚଢ଼ାଉ, ୪ ଅଭିଯୁକ୍ତଙ୍କ ନାଁରେ ମାମଲା

ଥୁଆମୂଳ ରାମପୁର,୪ା୭(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଲନାଗୀ ପଞ୍ଚାୟତରେ ବେଆଇନ ମଦ କାରବାର ଯୋଗୁ ସ୍ଥାନୀୟ ଅଞ୍ଚଳରେ ଆର୍ଥିକ ଓ ସାମାଜିକ ସ୍ଥିତି ବିଗିଡ଼ିବା…

ଅଦିନିଆ ବର୍ଷା ସହ ଘନ କୁହୁଡ଼ି: ଜନଜୀବନ ଅସ୍ତବ୍ୟସ୍ତ

ଥୁଆମୂଳ ରାମପୁର,୪।୭,(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ଗତ ତିନି ଦିନ ହେଲା ପାଣିପାଗରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ଲଗାତାର ଲାଗି…

କେସିଙ୍ଗା ଏନ୍‌ଏସି ନିର୍ବାଚନରେ ବିଜେଡିର ବିଜୟକୁ ନେଇ ଗୁପ୍ତ ବୈଠକ

କେସିଙ୍ଗା,୪ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ସହର କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦରେ କିଛି ମାସ ପରେ ନିର୍ବାଚନ ହେବାର ସଙ୍କେତ ମିଳିବା ପରେ ବିଜେଡି ପକ୍ଷରୁ…

ଲଗାଣ ବର୍ଷାରେ ଭାଙ୍ଗିଲା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ

ରିଷିଡ଼ା,୪ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ହରି ବାରିକଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ ଜୀବନ ବିତାଉଛନ୍ତି। ଆବାସ…

କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି

ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ):  ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ହେଲୋ ପଏଣ୍ଟଠାରେ ୭୭ତମ ବନ ମହୋତ୍ସବ: ଯୋଗଦେଲେ…

ଥୁଆମୂଳ ରାମପୁର, ୩।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରାସ୍ଥିତ ହେଲୋ ପଏଣ୍ଟଠାରେ ଶୁକ୍ରବାର ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri