Posted inଖେଳ

ନାଡାଲଙ୍କ ପରେ ଥିଆଗୋ ସର୍ବକନିଷ୍ଠ

ସାଣ୍ଟିଆଗୋ, ୨ା୩ (ଏଏଫ୍‌ପି)-୨୦୦୫ରେ ରାଫାଲ ନାଡାଲଙ୍କ ପରେ ଲାଟିନ୍‌ ଆମେରିକାର କ୍ଲେ କୋର୍ଟ ‘ଗୋଲ୍‌ଡେନ ସୁଇଙ୍ଗ୍‌’ ଟେନିସ ଟୁର୍ନାମେଣ୍ଟରେ ଚାମ୍ପିୟନ ହେବାରେ ବ୍ରାଜିଲର ଥିଆଗୋ ସିବୋଥ୍‌ ଓ୍ବାଇଲ୍ଡ ସର୍ବକନିଷ୍ଠ ଖେଳାଳି ବିବେଚିତ ହୋଇଛନ୍ତି। ୧୯ବର୍ଷୀୟ ଥିଆଗୋ ଫାଇନାଲରେ ଦ୍ୱିତୀୟ ସିଡ୍‌ ତଥା ନରଓ୍ବେର କାସ୍ପର ରୁଡ୍‌ଙ୍କୁ ୭-୫, ୪-୬, ୬-୩ ସେଟ୍‌ରେ ହରାଇ ଦେଇଛନ୍ତି। ଏକ ଏଟିପି ଇଭେଣ୍ଟରେ ଟାଇଟଲ ଜିତିବାରେ ସେ ବ୍ରାଜିଲର ମଧ୍ୟ ସର୍ବକନିଷ୍ଠ ଖେଳାଳି ବିବେଚିତ ହୋଇଛନ୍ତି। ୨୦୦୫ରେ ନାଡାଲ ଯେତେବେଳେ ଏଠାରେ ଟାଇଟଲ ବିଜୟୀ ହୋଇଥିଲେ, ସେତେବେଳେ ତାଙ୍କୁ ୧୮ ବର୍ଷ ବୟସ ହୋଇଥିଲା। ଏହି ମେକ୍ସିକାନ ଇଭେଣ୍ଟ ଏବେ ମଧ୍ୟ କ୍ଲେ-କୋର୍ଟରେ ଖେଳାଯାଉଛି। ସୋମବାର ନୂଆ ର଼୍ୟାଙ୍କିଙ୍ଗ ତାଲିକା ପ୍ରକାଶ ପାଇଛି। ଏଥିରେ ଥିଆଗୋ ର଼୍ୟାଙ୍କିଙ୍ଗ ତାଲିକାର ୧୮୨ରୁ ୧୧୩ତମ ସ୍ଥାନକୁ ଉନ୍ନୀତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଗୋ ସଙ୍କଟ ମଧ୍ୟରେ DGCAର ବଡ଼ ଆକ୍ସନ, ସସପେଣ୍ଡ ହେଲେ ୪ ଇନ୍ସପେକ୍ଟର

ନୂଆଦିଲ୍ଲୀ,୧୨।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଦ୍ୱାରା ସମ୍ମୁଖୀନ ହେଉଥିବା ପରିଚାଳନାଗତ ସମସ୍ୟାର ପ୍ରାରମ୍ଭିକ ତଦନ୍ତ ପରେ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA) ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ...

ନିଜ ମାଟ୍ରିକ ବ୍ୟାଚର ସାଙ୍ଗସାଥିଙ୍କ ସହ ବଣଭୋଜିର ମଜା ନେଲେ ଭାଜପା ନେତା, କହିଲେ ଦାରିଙ୍ଗବାଡିରେ ଏୟାରଷ୍ଟ୍ରିପ ପାଇଁ…

ଦାରିଙ୍ଗବାଡି, ୧୨।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି କୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ଇକୋ ରିଟ୍ରିଟ ସମେତ ପର୍ଯ୍ୟଟନକ୍ଷେତ୍ର ରେ ଭିଡ଼...

ଆଜି ଭାରତ ଆସିବେ ଫୁଟବଲ୍‌ ମହାରଥୀ ଲିଓନେଲ୍ ମେସି, ଯୋଗ ଦେବେ ପ୍ରଧାନମନ୍ତ୍ରୀଙ୍କ ସମେତ ଏ ସମସ୍ତ ଷ୍ଟାର

କୋଲକାତା,୧୨ା୧୨: ଫୁଟବଲ୍‌ର ମହାରଥୀ ତଥା ବିଶ୍ୱକପ୍ ବିଜେତା ଅଧିନାୟକ ଲିଓନେଲ ମେସି ଶୁକ୍ରବାର ଭୋର୍ ୧:୩୦ରେ ଭାରତରେ ପହଞ୍ଚିବା ସହ ତାଙ୍କର ତିନି ଦିନିଆ ‘GOAT...

ଚମତ୍କାର କଲେ ବୈଭବ ସୂର୍ଯ୍ୟବଂଶୀ: ୫୬ ବଲ୍‌ରେ କଲେ କମାଲ୍‌, କ୍ରିକେଟ୍‌ ଜଗତରେ ପଡ଼ିଲା ଚହଳ

ନୂଆଦିଲ୍ଲୀ,୧୨।୧୨: ଯୁବ ଭାରତୀୟ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ ୧୯ ବର୍ଷରୁ କମ ଏସିଆ କପ୍‌ର ଉଦଘାଟନୀ ମ୍ୟାଚ୍‌ରେ ୟୁଏଇ ବିପକ୍ଷରେ ଏକ ଜ୍ୱଳନ୍ତ ଶତକ ହାସଲ...

ଏଇ ଭାରତରେ

ସାମଗ୍ରିକ ପ୍ରୟାସ ସଫଳତା ପାଇଁ ବାଟ କଢ଼ାଇନିଏ ବୋଲି ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲା ମୁନ୍‌ସିଆରି ବ୍ଲକର ଶଙ୍ଖଦୁରା ଗାଁର ମହିଳାମାନେ ପ୍ରମାଣ କରିପାରିଛନ୍ତି। ଗ୍ରାମପଞ୍ଚାୟତରେ ସେମାନେ...

ଓଡ଼ିଆ ଭାଷାରେ ଲିପ୍ୟନ୍ତରଣ

ସାମ୍ପ୍ରତିକ ପରିସ୍ଥିତିରେ ଓଡ଼ିଆ ଭାଷା ଓ ଏହାର ବ୍ୟବହାରିକ ସଂଜ୍ଞାରେ ଅନେକ ପରିବର୍ତ୍ତନ ହେଲାଣି। ଦୈନନ୍ଦିନ କଥାବାର୍ତ୍ତା ଓ ବିନିମୟରେ କଥିତ ତଥା ଚଳନ୍ତି ଓଡ଼ିଆ...

ନୀରବ ପ୍ରତିକ୍ରିୟା

ପ୍ରତ୍ୟେକ କ୍ରିୟାର ବିପରୀତ ପ୍ରତିକ୍ରିୟା ରହିଛି। ଏଣୁ କଥା କହିଲା ବେଳେ ଭାବିଚିନ୍ତି କହିବା ନିହାତି ଜରୁରୀ। ସବୁ ସମୟରେ ଧ୍ୟାନ ପୂର୍ବକ ପ୍ରତିକ୍ରିୟା ରଖିବା...

ପୁଟିନଙ୍କ ବଡ଼ ଚାଲ୍‌: ନୂଆଦିଲ୍ଲୀରୁ ଫେରିବା ପରେ ଭାରତ ୨ ଶତ୍ରୁଙ୍କୁ ଭେଟିବେ

ମସ୍କୋ,୧୨।୧୨: ଭାରତ ଗସ୍ତର ୮ ଦିନ ପରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତୁର୍କମେନିସ୍ତାନ ଗସ୍ତ କରୁଛନ୍ତି। ଏହି ଦୁଇ ଦିନିଆ ଗସ୍ତ ସମୟରେ, ପୁଟିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri