ନାଥୁରାମଙ୍କୁ ନେଇ ପୁଣି କଂଗ୍ରେସ-ଭାଜପା ମୁହାଁମୁହିଁ

ଭୁବନେଶ୍ୱର, ୩୦।୭(ବ୍ୟୁରୋ):ସୋମବାର ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀକୁ ନେଇ ଉଭୟ କଂଗ୍ରେସ ଏବଂ ଭାଜପା ମୁହାଁମୁହିଁ ହୋଇଥିଲେ। କଂଗ୍ରେସ ବିଧାୟକ ଦଳର ନେତା ନରସିଂହ ମିଶ୍ର ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡ୍‌ସେଙ୍କ ପ୍ରସଙ୍ଗ ଉଠାଇ ପରୋକ୍ଷରେ ଭାଜପା ଓ କେନ୍ଦ୍ର ସରକାରଙ୍କୁ ଆକ୍ରମଣ କରିଥିଲେ। ବିରୋଧୀ ଦଳ ଉପନେତା ବିଷ୍ଣୁଚରଣ ସେଠୀ ମଧ୍ୟ ନରସିଂହଙ୍କୁ କଡା ଜବାବ ଦେଇଥିଲେ। ଏହାକୁ ନେଇ ବିଧାନସଭା ଶୂନ୍ୟକାଳରେ ଉଭୟ ଦଳଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ହୋଇଥିଲା। ମଙ୍ଗଳବାର ମଧ୍ୟ ଏ ପ୍ରସଙ୍ଗକୁ ନେଇ ଭାଜପା ଏବଂ କଂଗ୍ରେସ ପରସ୍ପରକୁ ଆକ୍ଷେପ ଏବଂ ପ୍ରତିଆକ୍ଷେପ କରିଥିଲେ। କିଛିସମୟ ପାଇଁ ଗୃହରେ ଉତ୍ତେଜନା ଦେଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନଗର ଉନ୍ନୟନ ମନ୍ତ୍ରୀଙ୍କ ଦିନିକିଆ ବ୍ରହ୍ମପୁର ଗସ୍ତ, ଭାରତର ପ୍ରଥମ ଆଇଟିଏମ୍‌ଏସ୍‌ ବ୍ୟବସ୍ଥାର କଲେ ଶୁଭାରମ୍ଭ

ବ୍ରହ୍ମପୁର ଅଫିସ,୨୮।୮: ଗଞ୍ଜାମ ଜିଲା ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି)ଦ୍ୱାରା କାର୍ଯ୍ୟକାରୀ ହୋଇଥିବା ଇଣ୍ଟିଗ୍ରେଟେଡ୍‌ ଟ୍ରାଫିକ ମ୍ୟାନେଜମେଣ୍ଟ ସିଷ୍ଟମ(ଆଇଟିଏମ୍‌ଏସ୍‌) ସମଗ୍ର ଭାରତରେ ପ୍ରଥମ। ଦିନିକିଆ ବ୍ରହ୍ମପୁର ଗସ୍ତରେ...

ଦୂରଦର୍ଶନରେ ରଥଯାତ୍ରାର ସିଧାପ୍ରସାରଣ

ଭୁବନେଶ୍ୱର,୨୨ା୬(ବ୍ୟୁରୋ)- ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଅନୁଯାୟୀ ମଙ୍ଗଳବାର ପୁରୀରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। କୋଭିଡ୍‌-୧୯ ପାଇଁ ଏଥର ବିନା ଭକ୍ତରେ ରଥଯାତ୍ରା କରିବାକୁ ସୁପ୍ରିମକୋର୍ଟ ରାୟ...

ସାବଧାନ ନ ହେଲେ ହଇରାଣ ହେବା

ଭୁବନେଶ୍ୱର, ୨୧ା୧୦(ବ୍ୟୁରୋ): ଆଗକୁ ପାର୍ବଣ ସାଙ୍ଗକୁ ଶୀତଦିନ ଆସୁଛି। ସଚେତନ ନ ରହିଲେ ପରିସ୍ଥିତି ପୁଣି ବିଗିଡ଼ିଯିବ। କେରଳ ଓ ପାଶ୍ଚାତ୍ୟ ଦେଶ ଭଳି ପୁଣି...

CORONAVIRUS UPDATE: ରାଜ୍ୟରେ ଗୋଟିଏ ଦିନରେ ଚିହ୍ନଟ ହେଲେ ୩ ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ; ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର, ୨୬।୮(ବ୍ୟୁରୋ): ରାଜ୍ୟରେ ବୁଧବାର ଗୋଟିଏ ଦିନରେ ୩,୩୭୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୭,୬୦୨ରେ ପହଞ୍ଚିଛି।...

ଆଜିକୁ ମିଶାଇ ଦ୍ୱିତୀୟ ଥର ଲାଗି ତୁଲାଇ ପାରିନି ସ୍ନାନଯାତ୍ରା ସେବା: ଗଜପତି

ପୁରୀ ଅଫିସ,୫।୬: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ଶୁକ୍ରବାର ମହାପ୍ରଭୁ ସ୍ନାନମଣ୍ଡପରେ ବିଜେ କରି ହାତୀ ବେଶରେ ଦର୍ଶନ ଦେଉଛନ୍ତି। ନିର୍ଘଣ୍ଟ ସମୟରେ ମହାପ୍ରଭୁଙ୍କ ଜଳଲାଗି କରାଯିବା...

ଅଟୋ ଚାଳକଙ୍କୁ ପିଟିଲେ ଯୁବତୀ

ଭୁବନେଶ୍ୱର,୨୧ା୩ (ବ୍ୟୁରୋ): ଶୁକ୍ରବାର ଅଟୋ ଭଡ଼ାକୁ କେନ୍ଦ୍ରକରି ଶହୀଦନଗର ଥାନା ବାଣୀବିହାର ଛକରେ ଅପ୍ରୀତିକର ଘଟଣା ଦେଖିବାକୁ ମିଳିଛି। ଅଟୋ ଭଡ଼ା ଅଧିକ ନେବା କାରଣରୁ...

ଅମୃତ ଯୋଜନାରେ ପାର୍କ ପୁନରୁଦ୍ଧାର କାର୍ଯ୍ୟ ଅଧା: ୧୭ ସରିଛି, ୧୯ ବାକି

ଭୁବନେଶ୍ୱର, ୨୦।୮(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଅମୃତ ଯୋଜନାରେ ରାଜଧାନୀରେ ବିଭିନ୍ନ ପାର୍କର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟ ଚାଲିଛି। ସୌନ୍ଦର୍ଯ୍ୟକରଣ ସହ ନୂତନ ନିର୍ମାଣ ଓ...

ଡିଜେ ସାଉଣ୍ଡରେ କମ୍ପିଲା ଭାପୁର

ଭାପୁର,୧୮।୧୨(ଡି.ଏନ.ଏ.): ଢେଙ୍କାନାଳ ଜିଲା ସଦର ବ୍ଲକ ଭାପୁର ଗ୍ରାମରେ ଚାଲିଥିବା ମାଣବସା ଗୁରୁବାର ମହାଲକ୍ଷ୍ମୀ ପୂଜାର ଭସାଣି ଉତ୍ସବ ବୁଧବାର ଧୁମଧାମରେ ପାଳିତ ହୋଇଛି। ନିର୍ଦ୍ଧାରିତ...

BGU
Play 250+ Trending Games
Archives

Model This Week

Why Dharitri