ନାଧରା ରାମଚଣ୍ଡୀ ମହୋତ୍ସବ:ଆଧ୍ୟାତ୍ମିକତା-ସଂସ୍କୃତିର ଯୁଗଳବନ୍ଦୀ

ଓଡ଼ାପଡ଼ା,୧୪ା୧(ଡି.ଏନ.ଏ.)ଆଧ୍ୟାତ୍ମିକତା ସହ ସଂସ୍କୃତିର ନିଆରା ଯୁଗଳବନ୍ଦୀ ହେଉଛି ରାମଚଣ୍ଡୀ ମହୋତ୍ସବ। ସୁସ୍ଥ ସୁନ୍ଦର ସମାଜ ଗଠନ ଲକ୍ଷ୍ୟ ନେଇ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମ ୩ୟ ବର୍ଷରେ ପହଞ୍ଚତ୍ଛି। ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ନାଧରାର ପ୍ରସିଦ୍ଧ ଶକ୍ତିକ୍ଷେତ୍ର ମା’ ରାମଚଣ୍ଡୀଙ୍କ ପୀଠ ନିକଟ ବ୍ରାହ୍ମଣୀ ମୁକ୍ତାକାଶ ରଙ୍ଗମଞ୍ଚରେ ରବିବାର ମହୋତ୍ସବ ଉଦ୍‌ଘାଟିତ ହୋଇଛି। ଏହାସାଙ୍ଗକୁ ୨୪ତମ ବିଶ୍ୱଶାନ୍ତି ଶ୍ରୀବିଷ୍ଣୁ ମହାଯଜ୍ଞ ସମଗ୍ର ଅଞ୍ଚଳରେ ସୃଷ୍ଟି କରିଛି ଆଧ୍ୟତ୍ମିକ ବାତାବରଣ। ମହୋତ୍ସବ ମାଧ୍ୟମରେ ଆଧ୍ୟାତ୍ମିକତାର ରଜ୍ଜୁରେ ସଂସ୍କୃତି ପରମ୍ପରାକୁ ବାନ୍ଧିବାକୁ କରାଯାଇଛି ପ୍ରୟାସ। ଦିନରେ ମା’ ରାମଚଣ୍ଡୀଙ୍କ ଯଜ୍ଞବେଦୀରେ ବିଶ୍ୱକଲ୍ୟାଣ ଉଦ୍ଦେଶ୍ୟରେ ଆହୁତି ପ୍ରଦାନ କରାଯାଉଛି। ସଞ୍ଜ ନଇଁଲେ ମୁଖରିତ ହୋଇଉଠୁଛି ମୁକ୍ତାକାଶ ରଙ୍ଗମଞ୍ଚ। କଳାସଂସ୍କୃତିର ପ୍ରଦର୍ଶନ କଳାକାର ଏବଂ କଳାପ୍ରେମୀଙ୍କ ଭିତରେ ଭରିଦେଉଛି ଆନନ୍ଦ। ସ୍ଥାନୀୟ ଅଞ୍ଚଳ ସମେତ ରାଜ୍ୟର ବିଭିନ୍ନ ସ୍ଥାନରୁ କଳାକାରଙ୍କ ସମାଗମ ହୋଇଛି। ରଙ୍ଗିନ ଆଲୋକମାଳାର ବର୍ଣ୍ଣାଳୀ ସାଙ୍ଗକୁ ନୃତ୍ୟସଙ୍ଗୀତର ଅପୂର୍ବ ଛନ୍ଦରେ ମୁଖରିତ ହୋଇଉଠୁଛି ବ୍ରାହ୍ମଣୀନଦୀ କୂଳରେ ଥିବା ବିସ୍ତୀର୍ଣ୍ଣ ଆମ୍ରକାନନ। ଏହାକୁ ଦେଖିବାକୁ ହଜାର ହଜାର ସଂଖ୍ୟାରେ ଦର୍ଶକ ଭିଡ଼ ଜମାଉଛନ୍ତି। ସମ୍ବଲପୁରୀ ନୃତ୍ୟ, ଗୀତ, ଘଡୁକି ନୃତ୍ୟ, ଗୋଟିପୁଅ ନୃତ୍ୟ, ବଜାସାଲ ନୃତ୍ୟ ଚଳିତ ମହୋତ୍ସବର ପ୍ରମୁଖ ଆକର୍ଷଣ ସାଜିଛି। ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷ ଲାଭ କରିଥିବା ପ୍ରତିଭାଧାରୀଙ୍କୁ ସମ୍ମାନିତ କରାଯାଉଛି ବୋଲି ଆୟୋଜକ ମା’ ରାମଚଣ୍ଡୀ ବିଶ୍ୱଶାନ୍ତି ଆୟୋଜକ କମିଟି, ରାମଚଣ୍ଡୀ ସେବା ପରିଷଦ ଏବଂ ନାଧରା ଗ୍ରାମବାସୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱନ୍ଦ୍ୱ ଦୂର ହେଉ

ଗାଈକୁ ଜାତୀୟ ପ୍ରାଣୀ ଘୋଷଣା କରିବା ସହ ସାରା ଭାରତରେ ଏହାର ହତ୍ୟା ନିଷେଧ ପାଇଁ ପ୍ରମୁଖ ମୁସଲିମ୍‌ ବ୍ୟକ୍ତିବିଶେଷ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସର୍ବବୃହତ୍‌ ମୌଲବୀ…

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri