Posted inଜାତୀୟ

ନାନ୍‌କାନା ସାହିବ୍‌ ଗୁରୁଦ୍ୱାର ଆକ୍ରମଣ ଘଟଣା: ପାକିସ୍ତାନ ବିରୋଧରେ ବିକ୍ଷୋଭ

ନୂଆଦିଲ୍ଲୀ/ଚଣ୍ଡିଗଡ଼,୫।୧(ପି.ଟି.):ପାକିସ୍ତାନର ନାନ୍‌କାନା ସାହିବସ୍ଥିତ ଗୁରୁଦ୍ୱାର ଉପରେ ଉତ୍ତ୍ୟକ୍ତ ଲୋକଙ୍କ ଆକ୍ରମଣ ଘଟଣାକୁ ବିରୋଧ କରି ଦିଲ୍ଲୀ ସମେତ ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଭାଜପା ସଦସ୍ୟମାନେ ପାକିସ୍ତାନ ବିରୋଧରେ ସ୍ଲୋଗାନ ଦେଇ ଶୋଭାଯାତ୍ରାରେ ପାକ୍‌ ଦୂତାବାସ ଅଭିମୁଖେ ଯାଉଥିବାବେଳେ ସେମାନଙ୍କୁ ଚାଣକ୍ୟପୁରୀ ଥାନା ନିକଟରେ ଅଟକାଯାଇଥିଲା। ଶିଖ୍‌ ଗୁରୁ ନାନକଦେବଙ୍କ ଜନ୍ମସ୍ଥାନ ନାନକାନା ସାହିବରେ ସଂଖ୍ୟାଲଘୁ ଶିଖ୍‌ମାନେ ହିଂସାର ଶିକାର ହେଉଛନ୍ତି ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଆକ୍ରମଣ ଘଟଣାକୁ ଶିଖ୍‌ ସମ୍ପ୍ରଦାୟ ନିନ୍ଦା କରିଛି। ଆକ୍ରମଣକାରୀଙ୍କ ବିରୋଧରେ ପାକିସ୍ତାନ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଶନିବାର ଶିରୋମଣି ଗୁରୁଦ୍ୱାର ପ୍ରବନ୍ଧକ କମିଟି (ଏସ୍‌ଜିପିସି) ମୁଖ୍ୟ ଗୋବିନ୍ଦ ସିଂ ଲଙ୍ଗୋଓ୍ବାଲ ଆହ୍ବାନ ଦେଇଛନ୍ତି। ଏଥିସହିତ ଶିଖ୍‌ମାନଙ୍କୁ ନିରାପତ୍ତା ସୁନିଶ୍ଚିତ କରିବାକୁ ସେ ଅନୁରୋଧ କରିଛନ୍ତି। ପରିସ୍ଥିତି ଅନୁଧ୍ୟାନ ଲାଗି ଏସ୍‌ଜିପିସି ଏକ ଚାରିଜଣିଆ ପ୍ରତିନିଧି ଦଳ ପାକିସ୍ତାନ ପଠାଇବ ବୋଲି ସେ କହିଛନ୍ତି। ଏହି ପ୍ରତିନିଧି ଦଳ ପାକ୍‌ ପଞ୍ଜାବ ପ୍ରଦେଶର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ପରିସ୍ଥିତି ସମ୍ପର୍କରେ ଆଲୋଚନା କରିବ। ଏହାବ୍ୟତୀତ ଏସ୍‌ଜିପିସି ଏହି ପ୍ରସଙ୍ଗକୁ ଜାତିସଂଘରେ ଉଠାଇବ ବୋଲି ଲଙ୍ଗୋଓ୍ବାଲ କହିଛନ୍ତି। ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂ ବାଦଲ ନାନକାନା ସାହିବ ଗୁରୁଦ୍ୱାର ଆକ୍ରମଣ ଘଟଣାର ନିନ୍ଦା କରିଛନ୍ତି। ଗୁରୁଦ୍ୱାର ଆକ୍ରମଣ ଘଟଣାରେ ଶନିବାର କଶ୍ମୀରରେ ମଧ୍ୟ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।
ଅନ୍ୟପକ୍ଷରେ ଗୁରୁଦ୍ୱାର ଆକ୍ରମଣ ଘଟଣାକୁ ପାକିସ୍ତାନ ଖଣ୍ଡନ କରିଛି। ଶିଖ୍‌ ଧର୍ମର ପ୍ରତିଷ୍ଠାତା ନାନକଙ୍କ ଜନ୍ମସ୍ଥାନରେ ଥିବା ଗୁରୁଦ୍ୱାର ଅକ୍ଷତ ରହିଛି। ଆକ୍ରମଣ ଖବର ମିଥ୍ୟା ବୋଲି ଇସ୍‌ଲାମାବାଦ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri