Posted inଖେଳ

ନାପୋଲି ଇଟାଲିଆନ କପ୍‌ ଫାଇନାଲରେ

ନାପଲ୍ସ, ୧୪ା୬ (ଏପି)-ଶନିବାର ଇଣ୍ଟର ମିଲାନ ବିପକ୍ଷ ମ୍ୟାଚ ୧-୧ରେ ଅମୀମାସିଂତ ଭାବେ ଶେଷ କରିବା ପରେ ନାପୋଲି ଇଟାଲିଆନ୍‌ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛି। ଦଳ ପକ୍ଷରୁ ଡ୍ରାଇଜ୍‌ ମର୍ଟେନ୍ସ ନିର୍ଣ୍ଣାୟକ ଗୋଲ ସ୍କୋର କରିଥିଲେ। ଏଥିସହିତ କ୍ଲବ ତରଫରୁ ମୋଟ ଉପରେ ସର୍ବାଧିକ ଗୋଲ ସ୍କୋର କରିବାରେ ଏକ ରେକର୍ଡର ଅଧିକାରୀ ହୋଇପାରିଥିଲେ। କରୋନା ଭାଇରସ୍‌ ଯୋଗୁ ଖେଳ ସ୍ଥଗିତ ରଖାଯିବା ପୂର୍ବରୁ ଗତ ଫେବୃୟାରୀରେ ଦୁଇ ଦଳ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଲେଗ୍‌ ମ୍ୟାଚରେ ନାପୋଲି ୧-୦ ଗୋଲରେ ବିଜୟ ଲାଭ କରିଥିଲା। ଶନିବାର ବିନା ଦର୍ଶକରେ ସାନ୍‌ ପାଓଲୋ ଷ୍ଟାଡିୟମରେ ଅନୁଷ୍ଠିତ ଦ୍ୱିତୀୟ ଲେଗ୍‌ ମ୍ୟାଚ ୧-୧ରେ ଡ୍ର ରହିବା ଦ୍ୱାରା ନାପୋଲି ଏଗ୍ରିଗେଟ୍‌ରେ ୨-୧ରେ ଜିତି ଫାଇନାଲରେ ପ୍ରବେଶ କରିଥିଲା। ମ୍ୟାଚ୍‌ରେ ଖ୍ରିଷ୍ଟିଆନ ଏରିକ୍‌ସନ ଏକ କର୍ନର କିକ୍‌ରୁ ସିଧାସଳଖ ସ୍କୋର କରି ଇଣ୍ଟରମିଲାନକୁ ୧-୦ରେ ଅଗ୍ରଣୀ କରାଇଥିଲେ। ମାତ୍ର ପ୍ରଥମାର୍ଦ୍ଧ ଖେଳ ଶେଷ ହେବାକୁ ଆଉ ଅଳ୍ପ ସମୟ ବାକି ରହିଥିବାବେଳେ ମର୍ଟେନ୍ସଙ୍କ ଗୋଲ ମ୍ୟାଚକୁ ସମାନ ସ୍ତରକୁ ନେଇ ଆସିଥିଲା। ଏହି ଗୋଲ ଦ୍ୱାରା ସେ ଦଳକୁ ଫାଇନାଲରେ ପହଞ୍ଚାଇବା ବ୍ୟତୀତ ସମସ୍ତ ପ୍ରତିଯୋଗିତାରେ ତାଙ୍କ ମୋଟ ଗୋଲ ସଂଖ୍ୟା ୧୨୨କୁ ବୃଦ୍ଧି କରିଥିଲେ। ଏଥିସହିତ ସେ ନାପୋଲିର ସର୍ବାଧିକ ଗୋଲ ସ୍କୋରର ଖେଳାଳି ବିବେଚିତ ହୋଇପାରିଛନ୍ତି। ବୁଧବାର ରୋମ୍‌ରେ ଅନୁଷ୍ଠିତ ହେବାକୁ ଥିବା ଫାଇନାଲରେ ନାପୋଲି ଟିମ୍‌ ଜୁଭେଣ୍ଟସକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri