ନାବାଳକ ପୁଅ ନେଲେ ବାପାଙ୍କ ଜୀବନ

ଦେବଗଡ଼,୧୫।୪ (ଡି.ଏନ.ଏ.)-ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଝରାକଣ୍ଢଳ ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି । ନାବାଳକ ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ୍ୟୁ ଘଟିଛି। ପୋଲିସ ଅର୍ଦ୍ଧଦଗ୍ଧ ମୃତଦେହ ଜବତ କରିଛି । ୨ ନାବାଳକ ପୁଅଙ୍କୁ ପୋଲିସ ଅଟକ ରଖିଛି।
ମିଳିଥିବା ସୂଚନା ଅନୁଯାୟୀ, ଝରାକଣ୍ଡଳ ଗ୍ରାମର ବେଣୁଧର କିସାନ (୪୫) ସବୁଦିନ ଭଳି ମଙ୍ଗଳବାର ରାତି ପ୍ରାୟ ୮ଟାରେ ନିଶାସକ୍ତ ଅବସ୍ଥାରେ ସ୍ତ୍ରୀ ସହ ପାଟି ତୁଣ୍ଡ କରିବା ସହ ଅଶ୍ଲୀଳ ଭାଷାରେ ଗାଲି ଗୁଲଜ କରିଥିଲେ । ଏହା ଦେଖି ବଡ ପୁଅ (୧୬) ସାନ ପୁଅ (୧୨) ବାପାଙ୍କୁ ଗଣ୍ଡଗୋଳ ନ କରିବାକୁ ଅନୁରୋଧ କରିଥିଲେ। ହେଲେ ବେଣୁଧର କୌଣସି କଥା ଶୁଣି ନ ଥିଲେ । ଫଳରେ ଏହି ଗଣ୍ଡଗୋଳ ଉଗ୍ରରୂପ ଧାରଣ କରିଥିଲା ।  ବଡ଼ପୁଅ ଘରେ ଥିବା ଏକ ଟାଙ୍ଗିଆ ଆଣି ବାପାଙ୍କୁ ଆକ୍ରମଣ କରିଥିଲେ। ଏଥିରେ ବେଣୁ ଗୁରୁତର ହୋଇଥିଲେ । ସ୍ଥାନୀୟ ଲୋକଙ୍କ ସହାୟତାରେ ତାଙ୍କୁ ବଣାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଗଛରୁ ପଡି ସେ ଗୁରୁତର ହୋଇଥିବା ସମ୍ପର୍କୀୟମାନେ କହିଥିଲେ। ହେଲେ ତାଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ରାଉରକେଲା ଆଇଜିଏଚ୍‌କୁ ସ୍ଥାନାନ୍ତର କରାଯାଇଥିଲା । ମାତ୍ର ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଥିଲା। ବୁଧବାର ସକାଳେ ବେଣୁଙ୍କ ମୃତଦେହ ଗ୍ରାମ ନିକଟ ନଦୀ ପଠାରେ ପୋଡା ଯାଉଥିବା ବେଳେ କୌଣସି ସୂତ୍ରରୁ ସୂଚନା ପାଇ ବାରକୋଟ ଥାନା ପୋଲିସ ଅର୍ଦ୍ଧଦଗ୍ଧ ମୃତଦେହକୁ ଜବତ କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri