ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ମାମଲା: ୩ ବର୍ଷ ପରେ ଗିରଫ ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୩ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଥିବା ଜଣେ ଯୁବକଙ୍କୁ ଘଟଣାର ୩ ବର୍ଷ ପରେ ଦିଗପହଣ୍ଡି ପୋଲିସ ବୁଧବାର ବ୍ରହ୍ମପୁର କୋର୍ଟକୁ ଚାଲାଣ କରିଛନ୍ତି। କେସ୍‌ ନଂ ୭୭/୨୦୧୭ ଦଫା – ୩୧୩/୩୬୩/୩୭୬(୨)(ଏନ୍‌) ଧାରା – ୬ ଅନୁଯାୟୀ, ଜାମିନ ଆବେଦନ ନାମଞ୍ଜୁର ହେବାରୁ ତାଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଛି। ଅଭିଯୁକ୍ତ ଜଣକ ହେଲେ ପାଟପୁର ଥାନା ଅଧୀନ ଏକ ଗାଁର ସନ୍ତୋଷ ନାୟକ।
ତଦନ୍ତକାରୀ ପୋଲିସ ଅଧିକାରୀ ଏସ୍‌ଆଇ ମଧୁସ୍ମିତା ପ୍ରଧାନଙ୍କ ସୂଚନାନୁସାରେ, ନାବାଳିକା ଜଣକ ତାଙ୍କ ଗାଁ ନିକଟ ଏକ ଇଟାଭାଟିରେ ଦିନ ମଜୁରିଆ ଭାବେ କାମ କରୁଥିଲେ। ଅନ୍ୟ ଗାଁର ସନ୍ତୋଷ ମଧ୍ୟ ସେଠାକାର ଇଟାଭାଟିରେ କାମ କରୁଥିଲେ। ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଅଭିଯୁକ୍ତ ଜଣକ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ସେ ଗର୍ଭବତୀ ହେବା ପରେ ଅଭିଯୁକ୍ତ ଜଣକ ତାଙ୍କୁ ଔଷଧ ଖୁଆଇ ଗର୍ଭପାତ କରାଇଥିଲେ। ପରେ ନାବାଳିକାଙ୍କୁ ଅପହରଣ କରି ବ୍ରହ୍ମପୁର ନେଇଯାଇଥିଲେ। ଏକ ସାମାଜିକ ଅନୁଷ୍ଠାନର କାର୍ଯ୍ୟକର୍ତ୍ତା ନାବାଳିକାଙ୍କୁ ବ୍ରହ୍ମପୁର ଷ୍ଟେଶନରୁ ଉଦ୍ଧାର କରି ସହରର ଏକ ବାଳାଶ୍ରମକୁ ହସ୍ତାନ୍ତର କରିଥିଲେ। ବାଳାଶ୍ରମ କର୍ତ୍ତୃପକ୍ଷଙ୍କ ସହଯୋଗ କ୍ରମେ ନାବାଳିକା ଜଣକ ଦିଗପହଣ୍ଡି ଥାନାରେ ପହଞ୍ଚି ଅଭିଯୁକ୍ତଙ୍କ ବିରୋଧରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ନାବାଳିକାଙ୍କ ଡାକ୍ତରୀ ମାଇନା କରାଯିବା ପରେ ତାଙ୍କୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ ହୋଇଥିବା ଖବରପାଇ ସେ ଫେରାର ହୋଇଯାଇଥିଲେ। ଲକ୍‌ଡାଉନ୍‌ ପରେ ଅଭିଯୁକ୍ତ ଜଣକ ଚେନ୍ନାଇରୁ ଗାଁକୁ ଫେରିଥିବା ଖବରପାଇ ପୋଲିସ ଟିମ୍‌ ଚଢ଼ାଉ କରି ଅଭିଯୁକ୍ତଙ୍କୁ ଗିରଫ କରିବା ସହ ମଙ୍ଗଳବାର ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ତାଙ୍କ ଡାକ୍ତରୀ ମାଇନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri