ନାବାଳିକାଙ୍କୁ ଗଣବଳାତ୍କାର: ୨ ନାବାଳକଙ୍କ ସମେତ ୩ ଅଟକ

ବଣାଇ,୧୮।୧୧(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇ ଉପଖଣ୍ଡ ଲହୁଣୀପଡା ଥାନା ଅନ୍ତର୍ଗତ ଟେନସାବସ୍ତିରେ ଶୁକ୍ରବାର ରାତିରେ ଜଣେ ନାବାଳିକା (୧୪)ଙ୍କୁ ଗଣବଳାତ୍କାର କରାଯାଇଛି। ରବିବାର ଘଟଣାରେ ସମ୍ପୃକ୍ତ ୨ନାବାଳକ ସହ ଜଣେ ଯୁବକଙ୍କୁ ଅଟକ ରଖି ପୋଲିସ ପଚରାଉଚରା କରୁଛି। ଅଭିଯୁକ୍ତ ଓ ପୀଡ଼ିତାଙ୍କ ଡାକ୍ତରୀ ମାଇନା କରାଯିବ ବୋଲି ପୋଲିସ କହିଛି।
ଶୁକ୍ରବାର ଏକ ନିର୍ବନ୍ଧ ଉତ୍ସବରେ ଯୋଗଦେବା ପାଇଁ ଉକ୍ତ ଅଞ୍ଚଳର ନାବାଳିକା ଯାଇଥିଲେ। ଜଣେ ନାବାଳକ ତାଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ ଟେନସା ଡାକବଙ୍ଗଳା ନିକଟକୁ ନେଇଯାଇଥିଲେ। ପରେ ଆଉ ଦୁଇଜଣ ସେଠାରେ ପହଞ୍ଚତ୍ ଥିଲେ। ଶେଷରେ ସମସ୍ତେ ତାଙ୍କୁ ବଳାତ୍କାର କରିଥିଲେ। ଏହି ଘଟଣା ନାବାଳିକାଙ୍କ ପରିବାର ଲୋକେ ଜାଣିବା ପରେ ଶନିବାର ଟେନ୍‌ସା ଫାଣ୍ଡିରେ ଅଭିଯୋଗ କରିଥିଲେ। ପୋଲିସ ଘଟଣାକୁ ଗୁରୁତ୍ୱ ଦେଇ ନ ଥିଲା। ପରେ ସ୍ଥାନୀୟ ଅଞ୍ଚଳର ୩୦ରୁ ଊର୍ଦ୍ଧ୍ୱ ମହିଳା ଫାଣ୍ଡି ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ପରେ ପୋଲିସ ଅଭିଯୋଗକୁ ଗ୍ରହଣ କରିବାକୁ ବାଧ୍ୟ ହୋଇଥିଲା। କେଉଁ କାରଣରୁ ପୋଲିସ ଏହି ଘଟଣାକୁ ଚାପି ଦେବାକୁ ଚେଷ୍ଟା କରୁଥିଲା ତାହା ଜଣାପଡିନାହିଁ। ମହିଳାଙ୍କ ଆନ୍ଦୋଳନ ପରେ ପୋଲିସ ଚାପରେ ଏକ ମାମଲା ରୁଜୁ କରିଛି ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ଏ ସଂକ୍ରାନ୍ତରେ ଲହୁଣୀପଡା ଥାନାରେ ଏକ ମାମଲା (ନଂ.୧୨୧/୨୦୧୯) ରୁଜୁ ହୋଇଛି। ଘଟଣାର ତଦନ୍ତ ଚାଲିଛି ବୋଲି ଉପଖଣ୍ଡ ପୋଲିସ ଅଧିକାରୀ ଅବକାଶ ରାଉତରାୟ ପ୍ରକାଶ କରିଛନ୍ତି। ଅପରପକ୍ଷରେ ପୋଲିସ ପ୍ରଥମରୁ ଏହି ଘଟଣାକୁ ଚାପିଦେବାକୁ ଚେଷ୍ଟା କରୁଥିବାରୁ ତଦନ୍ତର ଦିଗ କୁଆଡେ ଯାଉଛି ତା ଉପରେ ଏବେ ସମସ୍ତଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?