ନାବାଳିକାଙ୍କୁ ଘର ଆଗରୁ ଉଠାଇ ନେଇଥିଲେ, ଜେଲ୍‌ ଗଲେ ଯୁବକ

ନୟାଗଡ଼ ଅଫିସ,୧ା୯: ନୟାଗଡ଼ ଟାଉନ ଥାନା ଅଞ୍ଚଳର ଜଣେ ନାବାଳିକା(୧୩)ଙ୍କୁ ଅପହରଣ କରିବା ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇ ଜେଲ୍‌ ଯାଇଛନ୍ତି। ଯୁବକ ଜଣକ ହେଲେ ସଦର ଥାନା ଗୁଡୁପାଙ୍ଗୀ ଗ୍ରାମର ଦୀନବନ୍ଧୁ ପ୍ରଧାନ (୨୦)। ଥାନାରୁ ମିଳିଥିବା ସୂଚନା ଅନୁସାରେ ଦୀନବନ୍ଧୁ ଗତ ୨୭ ତାରିଖ ରାତିରେ ନାବାଳିକାଙ୍କୁ ତାଙ୍କ ଘର ଆଗରୁ ଉଠାଇ ନେଇଥିଲେ। ପରଦିନ ଏ ନେଇ ନାବାଳିକାଙ୍କ ପରିବାର ଲୋକେ ଟାଉନ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଅଭିଯୋଗକୁ ଭିତ୍ତି କରି ଯୁବକଙ୍କ ମୋବାଇଲ୍‌ ଟ୍ରାକିଂ କରି ଉଭୟ ନାବାଳିକା ଓ ଯୁବକ ଭୁବନେଶ୍ୱରରେ ଥିବା ଜାଣିବାକୁ ପାଇଥିଲା। ଶନିବାର ନାବାଳିକାଙ୍କୁ ପୋଲିସ ଭୁବନେଶ୍ୱର ବଡ଼ଗଡ଼ ଥାନା ଅନ୍ତର୍ଗତ ବ୍ରିଟ୍‌ କଲୋନୀରୁ ଉଦ୍ଧାର କରିବା ସହିତ ଯୁବକଙ୍କୁ ଗିରଫ କରିଥିଲା। ପରେ ପୋଲିସ ନାବାଳିକାଙ୍କୁ ଜିଲା ଶିଶୁ ମଙ୍ଗଳ ସମିତିରେ ହାଜର କରାଇଥିଲା। ନାବାଳିକାଙ୍କ ବୟାନ ରେକର୍ଡ଼ କରାଯିବା ସହିତ ଡାକ୍ତରୀମାଇନା କରାଯାଇଥିଲା। ବର୍ତ୍ତମାନ ନାବାଳିକାଙ୍କୁ ଶିଶୁ ସୁଧାର ଗୃହରେ ରଖାଯାଇଛି ଓ ଆଗାମୀ ଦିନରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଟାଉନ ପୋଲିସ ପକ୍ଷରୁ ସୂଚନା ମିଳିଛି। ଏ ନେଇ ଥାନାରେ ୧୨୧/୧୯ରେ ଏକ ମାମଲା ରୁଜୁ କରାଯାଇ ଗିରଫ ଯୁବକଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ସେଠାରେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଖୁଣ୍ଟବନ୍ଧ ଜେଲ୍‌କୁ ପଠାଯାଇଥିବା ଟାଉନ ଥାନା ଅଧିକାରୀ ଜୟଦୀପ ମହାନ୍ତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?