ନାବାଳିକାଙ୍କୁ ଦନ୍ତା କଚାଡ଼ି ମାରିବା ଘଟଣା: କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକୋ, ତହସିଲଦାରଙ୍କୁ ଅଟକ

ପାଟଣା,୧୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଟେଣ୍ଡେରା ପଞ୍ଚାୟତ ହରିହରପୁର ଗ୍ରାମରେ ଶୁକ୍ରବାର ରାତିରେ ଏକ ଅଭାବନୀୟ ଘଟଣା କ୍ରମରେ ଏକ ଗୋଠଛଡା ଦନ୍ତା ଜଣେ ୧୧ବର୍ଷୀୟା ଝିଅକୁ କଚାଡ଼ି ମାରିଦେଇଥିଲା। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସହ ଉତ୍ତେଜନା ସୃଷ୍ଟି ହୋଇଛି। ଶନିବାର ଉତ୍ତ୍ୟକ୍ତ ଲୋକେ କ୍ଷତିପୂରଣ ଦାବିରେ ରାଞ୍ଚି ବିଜୟୱାଡା ୨୨୦ ନଂ. ଜାତୀୟ ରାଜପଥର ପାଟଣା ସାହାରପଡା ରାସ୍ତାର ବଡ଼ବିଲି ଛକ ନିକଟରେ ରାସ୍ତା ଅବରୋଧ କରିଥିଲେ। ଏପରିକି ଲୋକମାନେ ସାହାରପଡ଼ା ତହସିଲଦାର ଲମ୍ବୋଦର ଖୁଣ୍ଟିଆଙ୍କୁ ଅଟକ ରଖିଥିଲେ। ଖବର ପାଇ ପାଟଣା ଥାନାଧିକାରୀ ସଂଧ୍ୟାରାଣୀ ଜେନା ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ କ୍ଷତିପୂରଣ ଦେବାର ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକୋ ହଟିଥିବା ଜଣାପଡ଼ିଛି।

ପ୍ରକାଶଯୋଗ୍ୟ, ମୃତ ଶିଶୁକନ୍ୟା ହେଉଛନ୍ତି ଶୈଳେନ୍ଦ୍ରୀ ମହାନ୍ତଙ୍କ ଝିଅ ସୁବାସିନୀ ମହାନ୍ତ। ସୁବାସିନୀ ମେଧାବୀ ଛାତ୍ରୀ ଥିଲେ। ଶନିବାର ସେ ନବୋଦୟ ପ୍ରବେଶିକା ପରୀକ୍ଷା ଦେଇଥାନ୍ତେ। ହେଲେ ଏହା ପୂର୍ବରୁ ଶୁକ୍ରବାର ରାତିରେ ଦନ୍ତା ଆକ୍ରମଣରେ ତାଙ୍କ ମୃତ୍ୟୁ ଘଟିଛି। ଅପରପକ୍ଷେ ହାତୀଟି ଏବେ ଆହୁରି ହିଂସ୍ର ହୋଇ ଉଠିଛି। ବିଳମ୍ବିତ ରାତିରେ ଭଣ୍ଡାରୀବିଲା, ଗୁଳୁଦୀପଶି ଓ ତୁଳସୀପୁର ଗ୍ରାମରେ ଲୋକଙ୍କ ଘର ଭାଙ୍ଗିଦେବା ସହ ଧାନ ଚାଉଳ ଖାଇଯାଇଛି। ବନ ବିଭାଗ ହାତୀ ଘଉଡାଇବାରେ ବିଫଳ ହେବା ଯୋଗୁଁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri