ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଅଟକ

କବିସୂର୍ଯ୍ୟନଗର,୧୭ା୮-ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ଏକ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ୬ ବର୍ଷିୟା ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଆସିକା ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରୁ ଅଧିକ ଚିକିତ୍ସା ପାଇଁ ଶୁକ୍ରବାର ସନ୍ଧ୍ୟାରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ଆସିକାର ଇନଚାର୍ଜ ଡ଼ା. ଦୀପକ ସାମନ୍ତରା ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ କବିସୂର୍ଯ୍ୟନଗର ପୋଲିସ ଗୁରୁବାରଠାରୁ ଅଭିଯୁକ୍ତଙ୍କୁ ଅଟକ ରଖିଛି । ଏ ନେଇ ଥାନାରେ ପୀଡ଼ିତାଙ୍କ ସମ୍ପର୍କୀୟଙ୍କ ଏତଲା ଦେବା ପରେ ପୋଲିସ ନଂ.୧୯୧/୧୯ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ସାଇଣ୍ଟିଫିକ୍‌ ଟିମ ମଧ୍ୟ ଘଟଣାସ୍ଥଳକୁ ଯାଇ ତଦନ୍ତ କରିଛନ୍ତି ।
ପ୍ରକାଶ ଯେ, ନାବାଳିକା ଜଣଙ୍କ ତାଙ୍କ ଅଜା ଘରେ ରହୁଥିଲେ। ଗୁରୁବାର ରାକ୍ଷୀ ପୂର୍ଣ୍ଣିମାରେ ସେ ସାଙ୍ଗମାନଙ୍କ ସହ ଗାଁରେ ବୁଲୁଥିଲେ। ଏହି ସମୟରେ ଉକ୍ତ ଗ୍ରାମର ଜଣେ ବିବାହିତ ବ୍ୟକ୍ତି ନାବାଳିକାଙ୍କ ୨ ସାଙ୍ଗଙ୍କୁ ଲଡ଼ୁ ଦେଇ ଘରକୁ ପଠାଇ ଦେଇଥିଲେ। ପୀଡ଼ିତା ନାବାଳିକାଙ୍କୁ ଘରେ ଛାଡି ଦେବେ କହି ଗାଁ ଶେଷରେ ଥିବା ଏକ ଗଛମୂଳକୁ ନେଇ ବଳାତ୍କାର କରିଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri