ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଅଟକ

କବିସୂର୍ଯ୍ୟନଗର,୧୭ା୮-ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ଏକ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ୬ ବର୍ଷିୟା ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଆସିକା ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରୁ ଅଧିକ ଚିକିତ୍ସା ପାଇଁ ଶୁକ୍ରବାର ସନ୍ଧ୍ୟାରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ଆସିକାର ଇନଚାର୍ଜ ଡ଼ା. ଦୀପକ ସାମନ୍ତରା ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ କବିସୂର୍ଯ୍ୟନଗର ପୋଲିସ ଗୁରୁବାରଠାରୁ ଅଭିଯୁକ୍ତଙ୍କୁ ଅଟକ ରଖିଛି । ଏ ନେଇ ଥାନାରେ ପୀଡ଼ିତାଙ୍କ ସମ୍ପର୍କୀୟଙ୍କ ଏତଲା ଦେବା ପରେ ପୋଲିସ ନଂ.୧୯୧/୧୯ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ସାଇଣ୍ଟିଫିକ୍‌ ଟିମ ମଧ୍ୟ ଘଟଣାସ୍ଥଳକୁ ଯାଇ ତଦନ୍ତ କରିଛନ୍ତି ।
ପ୍ରକାଶ ଯେ, ନାବାଳିକା ଜଣଙ୍କ ତାଙ୍କ ଅଜା ଘରେ ରହୁଥିଲେ। ଗୁରୁବାର ରାକ୍ଷୀ ପୂର୍ଣ୍ଣିମାରେ ସେ ସାଙ୍ଗମାନଙ୍କ ସହ ଗାଁରେ ବୁଲୁଥିଲେ। ଏହି ସମୟରେ ଉକ୍ତ ଗ୍ରାମର ଜଣେ ବିବାହିତ ବ୍ୟକ୍ତି ନାବାଳିକାଙ୍କ ୨ ସାଙ୍ଗଙ୍କୁ ଲଡ଼ୁ ଦେଇ ଘରକୁ ପଠାଇ ଦେଇଥିଲେ। ପୀଡ଼ିତା ନାବାଳିକାଙ୍କୁ ଘରେ ଛାଡି ଦେବେ କହି ଗାଁ ଶେଷରେ ଥିବା ଏକ ଗଛମୂଳକୁ ନେଇ ବଳାତ୍କାର କରିଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri