ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ: ନିରପେକ୍ଷ ତଦନ୍ତ ଦାବି କଲା ଭାଜପା ମହିଳା ମୋର୍ଚ୍ଚା

ହିଞ୍ଜିଳିକାଟୁ,୨୧ା୧୧(ଡି.ଏନ୍‌.ଏ): ହିଞ୍ଜିଳି ଥାନା ଅଞ୍ଚଳରେ ଗତ ଶନିବାର ଜଣେ ୧୦ବର୍ଷୀୟ ନାବାଳିକାଙ୍କୁ ନିଜ ଦୋକାନରେ ବଳାତ୍କାର କରିଥିବା ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ଗିରଫ କରିଛି। ସେ ହେଲେ ଦେବରାଜ ପାଣିଗ୍ରାହୀ(୬୫)। ହିଞ୍ଜିଳିକାଟୁ ଡାକ୍ତରଖାନାରେ ଅଭିଯୁକ୍ତଙ୍କ ଡାକ୍ତରୀମାଇନା କରାଯାଇଥିବା ବେଳେ ପୋଲିସ ହେପାଜତରେ ନାବାଳିକାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ନିଆଯାଇ ଡାକ୍ତରୀ ମାଇନା କରାଯାଇଛି। ଅଭିଯୁକ୍ତଙ୍କୁ ପୋକ୍‌ସୋ କୋର୍ଟ ଚାଲାଣ କରାଯିବା ପରେ ବିଚାର ବିଭାଗୀୟ ହାଜତକୁ ପଠାଯାଇଛି।
କିଛି ରାଜନୈତିକ ଦଳ ଓ ସଂଗଠନ ପକ୍ଷରୁ ଏହି ଘଟଣାକୁ ନିନ୍ଦା କରାଯାଇଛି। ବଳାତ୍କାର ମାମଲାକୁ ଚପାଇ ଦେବାକୁ ଅଞ୍ଚଳର କେତେଜଣ ପ୍ରଭାବଶାଳୀ ବ୍ୟକ୍ତି ନାବାଳିକାଙ୍କ ମା’ଙ୍କ ଉପରେ ଚାପ ପକାଇଥିବା ଅଭିଯୋଗ ହୋଇଥିଲା। ତେଣୁ ଏହି ମାମଲାର ନିରପେକ୍ଷ ତଦନ୍ତ ଓ ଦୋଷୀ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି କରି ଗୁରୁବାର ରାଜ୍ୟ ଭାଜପା ମହିଳା ମୋର୍ଚ୍ଚାର ଏକ ଟିମ ଉପସଭାନେତ୍ରୀ ପିଙ୍କି ପ୍ରଧାନଙ୍କ ନେତୃତ୍ୱରେ ହିଞ୍ଜିଳି ଯାଇଥିଲେ। ସେମାନେ ନାବାଳିକାଙ୍କ ଗ୍ରାମକୁ ଯାଇ ଲୋକଙ୍କ ସହ କଥା ହୋଇଥିଲେ। ପରେ ସରପଞ୍ଚଙ୍କୁ ନେଇ ହିଞ୍ଜିିଳି ଥାନାକୁ ଯାଇ ଆଇଆଇସି ଅଭିମନ୍ୟୁ ଦାଶଙ୍କୁ ମାମଲା ରୁଜୁ କରାଯିବାରେ କାହିଁକି ବିଳମ୍ବ କରାଗଲା ତାହା ପଚାରି ବୁଝିିଥିଲେ। ତଦନ୍ତ ପରେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ଆଇଆଇସି ଦାଶ ଟିମ ସଦସ୍ୟାଙ୍କୁ ଜଣାଇଥିଲେ। ଆଇନଜୀବୀ ତଥା ଭାଜପା ନେତ୍ରୀ ନମିତା ପଣ୍ଡା ନାବାଳିକା ଓ ଅଭିଯୁକ୍ତଙ୍କ ଡାକ୍ତରୀମାଇନା ପାଇଁ ପୃଥକ ଡ଼ାକ୍ତରଖାନାକୁ ନିଆଯିବା ଘଟଣାକୁ ଅଭିସନ୍ଧିମୂଳକ ବୋଲି କହିଛନ୍ତି। ଘଟଣାରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରା ନ ଗଲେ ମହିଳା ମୋର୍ଚ୍ଚା ରାସ୍ତାକୁ ଓହ୍ଲାଇବ ବୋଲି କହିଛି। ମହିଳା ମୋର୍ଚ୍ଚା ଟିମରେ ରାଜ୍ୟ ସାଧାରଣ ସମ୍ପାଦିକା ବବିତା ପାତ୍ର, ରାଜ୍ୟ କାର୍ଯ୍ୟକାରୀ ସଦସ୍ୟା ସୁବାସିନୀ ପଟ୍ଟନାୟକ, ବନ୍ଦିତା ତ୍ରିପାଠୀ, ମାନିନୀ ଦେବୀ, ରଞ୍ଜନା ମିଶ୍ର, ରଶ୍ମିତା ଦାଶ ପ୍ରମୁଖଙ୍କ ସହ ଭାଜପା ନଗର ସଭାପତି ମାଧବ ଗାୈଡ଼ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri