ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ ଘଟଣା: ଜେଲ ଗଲେ ଅଭିଯୁକ୍ତ

ଭଦ୍ରକ ଅଫିସ, ୨୦।୪ – ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ବାଣିତିଆ ପଞ୍ଚାୟତ ଅଧୀନ ଏକ ଗ୍ରାମର ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ପରେ ହତ୍ୟା ଉଦ୍ୟମ ଘଟଣାରେ ଗିରଫ ଅଭିଯୁକ୍ତ ଗଗନ ବେହେରା(୫୫)ଙ୍କୁ ଶୁକ୍ରବାର କୋର୍ଟ ଚାଲାଣ  କରାଯାଇଥିଲା। ତାଙ୍କୁ ଭଦ୍ରକ ଜେଲ୍‌କୁ ପଠାଇ ଦିଆଯାଇଛି। ଶୁକ୍ରବାର ଜିଲା ଚିକିତ୍ସାଳୟରେ ଅଭିଯୁକ୍ତ ଗଗନଙ୍କ ଡାକ୍ତରୀ ମାଇନା କରାଯିବା ପରେ କୋର୍ଟ ଚାଲାଣ କରାଯାଇଥିଲା। ଅନ୍ୟପକ୍ଷେ କଟକ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ପୀଡ଼ିତା ନାବାଳିକାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଆସିଥିବା ଗ୍ରାମାଞ୍ଚଳ ଥାନାଧିକାରୀ ଦୟାନିଧି ଦାସ ସୂଚନା ଦେଇଛନ୍ତି। ପ୍ରକାଶ ଯେ, ବୁଧବାର ପୂର୍ବାହ୍ନରୁ ନାବାଳିକା ଜଣଙ୍କ ନିଖୋଜ ଥିଲେ। ତାଙ୍କୁ ଗଗନ ଅପହରଣ କରିନେଇ ହାତଗୋଡ଼ ବାନ୍ଧି ନିକଟସ୍ଥ ଜଙ୍ଗଲରେ ପକାଇ ଦେଇଥିଲେ। ସନ୍ଧ୍ୟାରେ ଆସି ତାଙ୍କୁ ବଳାତ୍କାର କରିବା ପରେ ହତ୍ୟା ଉଦ୍ୟମ କରିଥିଲେ। ନାବାଳିକା ମରିଯାଇଥିବା ଭାବି ଅଭିଯୁକ୍ତ ଗଁା ନିକଟସ୍ଥ ଏକ କେନାଲ ହିଡ଼ ପାଖରେ ତାଙ୍କୁ ଛାଡ଼ି ପଳାଇଯାଇଥିଲେ। ପରିବାର ଲୋକେ ଖୋଜାଖୋଜି କରୁଥିବା ବେଳେ ଗୁରୁବାର ଭୋର ସମୟରେ କେନାଲ ନିକଟରୁ ନାବାଳିକାଙ୍କୁ ଉଦ୍ଧାର କରି ଜିଲା ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ନିଖୋଜ ଥିବା ଟ୍ରଲର ଠାବ, ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର, ମାଲିକ ପହଞ୍ଚି…

ଭୋଗରାଇ,୧୩ା୭(ପ୍ରଦୀପ ଦାସ): ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଜିଲା ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ର(ଜେଟିରୁ )ରୁ ଗତ ୨ ତାରିଖରୁ ସମୁଦ୍ରକୁ ଯାଇ ନିଖୋଜ ଥିବା ମା’ କାଳୀ ନାମକ…

ରାତିଅଧରେ ଏଟିଏମ୍‌ ତାଡ଼ି ଥାର୍‌ ଗାଡ଼ିରେ ବାନ୍ଧି ନେଉଥିଲେ ଦୁର୍ବୃତ୍ତ, ଭୁକିଲା କୁକୁର, ଆଉ ତା’ ପରେ…

ଖଇରା,୧୧ା୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ତୁଡ଼ିଗଡିଆ ବଜାରରେ ଥିବା ଇଣ୍ଡିଆ -୧ ଏଟିଏମ୍‌ ମେଶିନ ତାଡ଼ି ଦୃବୁର୍ତ୍ତମାନେ ଥାର୍‌ ଗାଡ଼ି ପଛରେ ବାନ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri