ନାବାଳିକାଙ୍କୁ ବଳାତ୍କାର ଭିଡିଓ ଭାଇରାଲ ମାମଲା: ମୁଖ୍ୟ ଅଭିଯୁକ୍ତଙ୍କୁ ୨୦ବର୍ଷ କାରାଦଣ୍ଡ

ଢେଙ୍କାନାଳ ଅଫିସ, ୧୩।୧: ଢେଙ୍କାନାଳ ଜିଲା ଭୁବନ ଥାନା ମାର୍ଥାପୁର ଅଞ୍ଚଳର ଜନୈକ ନାବାଳିକାଙ୍କୁ ବଳାତ୍କାର ଏବଂ ଘଟଣାର ଭିଡିଓ ଭାଇରାଲ ମାମଲାର ରାୟ ଶୁକ୍ରବାର ସ୍ବତନ୍ତ୍ର ପୋକ୍‌ସୋ ଅଦାଲତରେ ପ୍ରକାଶ ପାଇଛି। ବିଚାରପତି ରାଜକିଶୋର ମହାପାତ୍ର ଘଟଣାର ମୁଖ୍ୟ ଅଭିଯୁକ୍ତ ଶତ୍ରୁଘ୍ନ ସାହୁ ଓରଫ୍‌ ବଛିଆ (୨୩)ଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୨୦ବର୍ଷ ସଶ୍ରମ କାରାଦଣ୍ଡାଦେଶ ଶୁଣାଇଛନ୍ତି। ସହଯୋଗୀ ତଥା ଅନ୍ୟତମ ଅଭିଯୁକ୍ତ ଶେଷଦେବ ବାରିକ (୨୫)ଙ୍କୁ ୨ବର୍ଷ ଜେଲଦଣ୍ଡ ଶୁଣାଇଥିବାବେଳେ ପ୍ରମାଣ ଅଭାବରୁ ଗୋବିନ୍ଦ ମିଶ୍ର (୨୭)ଙ୍କୁ କୋର୍ଟ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।
ମାମଲାର ବିବରଣୀ ଅନୁଯାୟୀ, ୨୦୧୫ ଜୁଲାଇରେ ସମ୍ପୃକ୍ତା ୧୫ବର୍ଷୀୟା ନାବାଳିକାଙ୍କୁ ମାର୍ଥାପୁର ଗ୍ରାମର ଶତ୍ରୁଘ୍ନ ପ୍ରେମକରି ବିବାହର ପ୍ରଲୋଭନ ଦେଖାଇ ହାଇସ୍କୁଲ ବାରଣ୍ଡାରେ ବଳାତ୍କାର କରିଥିଲେ। ଏହାର ଦୃଶ୍ୟକୁ ଶେଷଦେବ ବାରିକ ଏବଂ ଗୋବିନ୍ଦ ମିଶ୍ର ମୋବାଇଲରେ ରେକର୍ଡିଂ କରି ଭାଇରାଲ କରିଦେଇଥିଲେ। ୨୦୧୫ ଜୁଲାଇ ୮ରେ ଘଟଣା ପ୍ରଘଟ ହୋଇଥିଲା। ଏ ନେଇ ଜୁଲାଇ ୨୦ରେ ଭୁବନ ଥାନାରେ ଅଭିଯୋଗ ହେବାପରେ ନଂ. ୧୧୯/୧୫, ଦଫା ୩୭୬ (୨) (ଏନ୍‌), ୧୨୦(ବି), ୫୦୯, ୩୫୪ ଏଡି, ଆଇଟି ଆକ୍ଟ-୬୭(ଏ), ୬୭(ବି) ଏବଂ ପୋକ୍‌ସୋ ଆକ୍ଟ ୬, ୧୨, ୧୪(୧)ରେ ମାମଲା ରୁଜୁ କରାଯାଇଥିଲା। ୩ ଅଭିଯୁକ୍ତଙ୍କୁ ଗିରଫ କରି ପୋଲିସ କୋର୍ଟ ଚାଲାଣ କରିଥିଲା। ମାମଲାର ସିଟି ସ୍ପେଶାଲ ପୋକ୍‌ସୋ କେସ୍‌ ନଂ. ୨୩/୧୫ର ବିଚାର କରି କୋର୍ଟ ଏହି ସ୍ବତନ୍ତ୍ର ପୋକ୍‌ସୋ ଅଦାଲତ ବିଚାରପତି ରାଜକିଶୋର ମହାପାତ୍ର ଘଟଣାର ମୁଖ୍ୟ ଅଭିଯୁକ୍ତ ଶତ୍ରୁଘ୍ନଙ୍କୁ ଦଫା-୩୭୬ ଏବଂ ୬ ପୋକ୍‌ସୋ ଆକ୍ଟରେ ୨୦ବର୍ଷ ଲେଖାଏ କାରାଦଣ୍ଡା ଶୁଣାଇଛନ୍ତି। ଏହି ଦଣ୍ଡାଦେଶ ସମାନ୍ତରାଳ ଭାବେ ଚାଲିବ। ଏଥିସହ ୨୦ହଜାର ଟଙ୍କା ଜରିମାନା ଏବଂ ଅନାଦାୟେ ବର୍ଷେ ଅଧିକ ଜେଲ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ସେହିପରି ଅନ୍ୟତମ ଅଭିଯୁକ୍ତ ଶେଷଦେବଙ୍କୁ ୨ଟି ଦଫାରେ ୨ବର୍ଷ କାରାଦଣ୍ଡା ଶୁଣାଇଛନ୍ତି। ଏହା ମଧ୍ୟ ସମାନ୍ତରାଳ ଭାବେ ଚାଲିବ। ଅନ୍ୟତମ ଅଭିଯୁକ୍ତ ଆଦିପୁରା ଗ୍ରାମର ଗୋବିନ୍ଦ ମିଶ୍ର ପ୍ରମାଣ ଅଭାବରୁ ଖଲାସ ହୋଇଛନ୍ତି। ମାମଲାକୁ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପୋକ୍‌ସୋ ପବ୍ଲିକ ପ୍ରସିକ୍ୟୁଟର ସୁଲେମାନ ଖାନ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri