Posted inଭଦ୍ରକ

ନାବାଳିକାଙ୍କୁ ବଳାତ୍କାର ସାଙ୍ଗକୁ ବ୍ଲାକମେଲିଂ: ଜାଲ ବିଛାଇ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଧାମନଗର, ୫।୧୨ (ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ଧୂଷୁରୀ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ୩ ମାସ ଧରି ବଳାତ୍କାର କରାଯିବା ଘଟଣା ପଦାକୁ ଆସିଛି। ଅଭିଯୁକ୍ତ ଯୁବକ ଏହି ନାବାଳିକାଙ୍କୁ ବଳାତ୍କାର କରିବାର ଦୃଶ୍ୟ ମୋବାଇଲରେ ରେକର୍ଡିଂ କରି ତାଙ୍କୁ ବ୍ଲାକମେଲିଂ କରିଆସୁଥିଲେ। ଏ ସମ୍ପର୍କରେ ଜାଣିବା ପରେ ପୀଡ଼ିତାଙ୍କ ମା’ ପୋଲିସର ଦ୍ୱାରସ୍ଥ ହୋଇଛନ୍ତି। ଧୂଷୁରୀ ଥାନା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରି ବୁଧବାର ସନ୍ଧ୍ୟାରେ ଅଭିଯୁକ୍ତ ଯୁବକଙ୍କୁ ଥାନାକୁ ଧରି ଆଣି ଅଟକ ରଖି ପଚରାଉଚରା କରୁଥିବା ଜଣାପଡ଼ିଛି। ତଦନ୍ତ ପରେ ଖୁବ୍‌ଶୀଘ୍ର ଏ ଦିଗରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୋଲିସ କହିଛି। ପୀଡ଼ିତାଙ୍କ ମା’ ଥାନାରେ ଦେଇଥିବା ଏତଲା ଭିତ୍ତିରେ ପୋଲିସ ଏକ ମାମଲା(ନଂ.୨୩୭/୧୯) ରୁଜୁ କରିଛି। ରାଜ୍ୟ ସମେତ ସାରା ଦେଶରେ ନାରୀ ନିର୍ଯାତନା ଓ ଗଣବଳାତ୍କାର ଭଳି ଅପରାଧ ଘଟୁଥିବା ବେଳେ ଧୂଷୁରୀ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ୩ ମାସ ଧରି ବଳାତ୍କାର କରାଯିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି।
ପୀଡ଼ିତାଙ୍କ ମା’ ଥାନାରେ କରିଥିବା ଅଭିଯୋଗରେ ଦର୍ଶାଇଛନ୍ତି ଯେ, ୩ ମାସ ତଳେ ଘରେ ଝିଅକୁ ଛାଡ଼ି ସେ ବାପଘରକୁ ଯାଇଥିଲେ। ଏହାର ସୁଯୋଗରେ ପଡ଼ୋଶୀ ପରିବାରର ଜଣେ ଯୁବକ ତାଙ୍କ ଘରକୁ ଯିବାଆସିବା କରି ଝିଅ ସହିତ ସମ୍ପର୍କ ବଢାଇ ପରେ ପ୍ରେମ ନିବେଦନ କରିଥିଲେ। ସେ ରାଜି ନ ହେବାରୁ ତାଙ୍କୁ ଜବରଦସ୍ତ ଉଠାଇ ନେଇ ବଳାତ୍କାର କରିବା ସହ ଏହାର ଭିଡିଓ ରେକର୍ଡିଂ କରି ରଖିଥିଲେ। ଏହି ଭିଡିଓକୁ ଭାଇରାଲ କରିଦେବା ଭୟ ଦେଖାଇ ସେ ତାଙ୍କ ଝିଅକୁ ୩ ମାସ ଧରି ବଳାତ୍କାର କରିଆସୁଥିଲେ। ପୀଡ଼ିତାଙ୍କ ମା’ ଏକଥା ଜାଣି ସମ୍ପୃକ୍ତ ଯୁବକଙ୍କ ପରିବାରକୁ ପଚାରିବାରୁ ତାଙ୍କୁ ଆକ୍ରମଣ ସହିତ ହତ୍ୟା ଧମକ ଦିଆଯାଇଥିଲା। ନିରୂପାୟ ହୋଇ ଶେଷରେ ସେ ପୋଲିସର ଆଶ୍ରୟ ନେଇଛନ୍ତି। ଧାମନଗର ଏସ୍‌ଡିପିଓ ମନୋରଞ୍ଜନ ସାମଲ ଓ ଆଇଆଇସି ପ୍ରଫୁଲ୍ଲ କୁମାର ସିଂ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ଅଭିଯୋଗ ମିଳିବା ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସ ଦୁଇଦିନ ହେବ ଜାଲ ବିଛାଇଥିଲା। ପ୍ରଥମେ ଅଭିଯୁକ୍ତଙ୍କ ଦୁଇଭାଇଙ୍କୁ ଥାନାକୁ ଆଣି ପଚରାଉଚରା କରାଯାଇଥିଲା। ବୁଧବାର ପୀଡ଼ିତାଙ୍କ ପକ୍ଷରୁ ଲିଖିତ ଅଭିଯୋଗ ହେବା ପରେ ପୋଲିସ ମାମଲା ରୁଜୁ କରି ତଦନ୍ତକୁ ତ୍ୱରାନ୍ବିତ କରିଥିଲା। ଏଏସ୍‌ଆଇ ଧୃତରାଷ୍ଟ୍ର ମଲ୍ଲିକଙ୍କ ନେତୃତ୍ୱରେ ଏକ ଟିମ୍‌ ବୁଧବାର ସନ୍ଧ୍ୟାରେ ଚଢ଼ାଉ କରି ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇଛି। ତାଙ୍କୁ ଡାକ୍ତରୀମାଇନା କରାଯାଇ ଶୀଘ୍ର ଆବଶ୍ୟକ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ଜଗତରେ ଶୋକର ଛାୟା, ମାତ୍ର ୩୬ ବର୍ଷ ବୟସରେ ଚୀର ନିଦ୍ରାରେ ଶୋଇଗଲେ ଏହି ଆନ୍ତର୍ଜାତୀୟ ଅମ୍ପାୟାର

ନୂଆଦିଲ୍ଲୀ,୧୩।୧୦: ଜିମ୍ବାୱେ ମହିଳା କ୍ରିକେଟ ଦଳର ପୂର୍ବତନ ଦ୍ରୁତ ବୋଲର୍‌ ତଥା ଅମ୍ପାୟାର୍‌ ସାରା ଡାମ୍ବାନେଭାନାଙ୍କ ୩୬ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ମାସ ଧରି…

ମୋ ଭାଇ ଡାକୁଛି, ମୁଁ ପଳେଇବି…୬ ମାସ ଭିତରେ ଡକାଡକି ହୋଇ ଚାଲିଗଲେ ୩ ଭାଇ, ଜାଣନ୍ତୁ ଚାଞ୍ଚଲ୍ୟକର ଘଟଣା

କାନପୁର,୧୩।୧୦: ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମାତ୍ର ୬ ମାସ ମଧ୍ୟରେ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌: ଭାଙ୍ଗିଲେ କୋହଲିଙ୍କ ରେକର୍ଡ

ନୂଆଦିଲ୍ଲୀ,୧୩।୧୦: କୌଣସି ଖେଳାଳିଙ୍କ ପାଇଁ ପ୍ରଥମ ଥର ଟେଷ୍ଟ ଦଳର ଅଧିନାୟକ ହେବା ଏକ ବଡ଼ ଆହ୍ବାନ। କିନ୍ତୁ ଆଫଗାନିସ୍ତାନର ରହମତ ଶାହ ଏହି ଦାୟିତ୍ୱକୁ ସ୍ମରଣୀୟ…

ଅକ୍ଟୋବର ୨୯ ପର୍ଯ୍ୟନ୍ତ ସାବଧାନ: ମେଷ ସମେତ ୩ ରାଶିଙ୍କ ଉପରେ ମାଡିଆସୁଛି ବଡ଼ ବିପଦ! ପାଖରୁ ପଳାଇବ ଧନ

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହଙ୍କୁ ପ୍ରେମ, ସୁଖ-ସମୃଦ୍ଧି, ଐଶ୍ୱର୍ଯ୍ୟ ଓ ଆର୍ଥିକ ସ୍ଥିତିର କାରକ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ଶୁକ୍ର ନିଜ ରାଶି ତୁଳାରେ…

୭୭ ବର୍ଷରେ ହେମାଙ୍କ ଜବରଦସ୍ତ ଡ୍ୟାନ୍ସ! ମନ ଜିଣିଲେ ଡ୍ରିମ୍‌ ଗର୍ଲ

ମୁମ୍ବାଇ,୧୩।୧୦: ବୟସ ମାତ୍ର ଏକ ସଂଖ୍ୟା! ୭୭ ବର୍ଷ ବୟସରେ ବି ନିଜ ନୃତ୍ୟର ଯାଦୁରେ ଦର୍ଶକଙ୍କ ହୃଦୟ ଜିଣୁଛନ୍ତି ବଲିଉଡ୍‌ର ଡ୍ରିମ୍‌ ଗର୍ଲ ହେମା ମାଳିନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?