ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା: ଜେଲ ଗଲେ ଫେରାର ବି. ଟେକ୍‌ ଛାତ୍ର

ଦିଗପହଣ୍ଡି,୧୨।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା ମାମଲାରେ ଫେରାର ଅଭିଯୁକ୍ତଙ୍କୁ ଦିଗପହଣ୍ଡି ପୋଲିସ ବୁଧବାର ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ ଉକ୍ତ ଅଞ୍ଚଳର ବି.ଟେକ୍‌ ଛାତ୍ର ପ୍ରିୟବ୍ରତ ସେଠୀ।
ଥାନାରେ ମାମଲା ନଂ.୧୫୧/୧୯ରେ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜିଲା ଦୌରା ଜଜ୍‌ କୋର୍ଟ ଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜେଲକୁ ପଠାଇ ଦିଆଯାଇଛି।
ପୋଲିସ ସୂଚନାନୁଯାୟୀ, ଅଭିଯୁକ୍ତ ଜଣକ ନାବାଳିକାଙ୍କୁ ଭଲ ପାଉଥିଲେ। ବିବାହର ପ୍ରତିଶ୍ରୁତି ଦେଇ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଆସୁଥିଲେ। ପରେ ତାଙ୍କୁ ପ୍ରତାରଣା କରିବା ସହ ବିବାହ ପାଇଁ ମନା କରିଦେଇଥିଲେ। ଏ ନେଇ ନାବାଳିକା ଗତ ୨୦୧୯ ଅଗଷ୍ଟ ୧୭ ତାରିଖରେ ଦିଗପହଣ୍ଡି ଥାନାରେ ଅଭିଯୁକ୍ତଙ୍କ ବିରୋଧରେ ବୟାନ ଦେଇଥିଲେ। ନାବାଳିକାଙ୍କ ମା’ଙ୍କ ଏତଲାକୁ ଭିତ୍ତିକରି ଅଭିଯୁକ୍ତଙ୍କ ନାଁରେ ମାମଲା ରୁଜୁ ହୋଇଥିଲା। ଗିରଫ ଭୟରେ ଅଭିଯୁକ୍ତ ଘଟଣା ଦିନଠାରୁ ଫେରାର ଥିଲେ। ସେ ଫେରିଥିବା ଖବର ପାଇ ପୋଲିସ ତାଙ୍କୁ ଗିରଫ କରିଥିଲା। ଅଭିଯୁକ୍ତଙ୍କ ଡାକ୍ତରୀମାଇନା ପରେ କୋର୍ଟ ଚାଲାଣ କରାଯାଇଥିବା ଆଇଆଇସି ବସନ୍ତ କୁମାର ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri