ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା: ଜେଲ ଗଲେ ଫେରାର ବି. ଟେକ୍‌ ଛାତ୍ର

ଦିଗପହଣ୍ଡି,୧୨।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା ମାମଲାରେ ଫେରାର ଅଭିଯୁକ୍ତଙ୍କୁ ଦିଗପହଣ୍ଡି ପୋଲିସ ବୁଧବାର ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ ଉକ୍ତ ଅଞ୍ଚଳର ବି.ଟେକ୍‌ ଛାତ୍ର ପ୍ରିୟବ୍ରତ ସେଠୀ।
ଥାନାରେ ମାମଲା ନଂ.୧୫୧/୧୯ରେ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜିଲା ଦୌରା ଜଜ୍‌ କୋର୍ଟ ଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜେଲକୁ ପଠାଇ ଦିଆଯାଇଛି।
ପୋଲିସ ସୂଚନାନୁଯାୟୀ, ଅଭିଯୁକ୍ତ ଜଣକ ନାବାଳିକାଙ୍କୁ ଭଲ ପାଉଥିଲେ। ବିବାହର ପ୍ରତିଶ୍ରୁତି ଦେଇ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଆସୁଥିଲେ। ପରେ ତାଙ୍କୁ ପ୍ରତାରଣା କରିବା ସହ ବିବାହ ପାଇଁ ମନା କରିଦେଇଥିଲେ। ଏ ନେଇ ନାବାଳିକା ଗତ ୨୦୧୯ ଅଗଷ୍ଟ ୧୭ ତାରିଖରେ ଦିଗପହଣ୍ଡି ଥାନାରେ ଅଭିଯୁକ୍ତଙ୍କ ବିରୋଧରେ ବୟାନ ଦେଇଥିଲେ। ନାବାଳିକାଙ୍କ ମା’ଙ୍କ ଏତଲାକୁ ଭିତ୍ତିକରି ଅଭିଯୁକ୍ତଙ୍କ ନାଁରେ ମାମଲା ରୁଜୁ ହୋଇଥିଲା। ଗିରଫ ଭୟରେ ଅଭିଯୁକ୍ତ ଘଟଣା ଦିନଠାରୁ ଫେରାର ଥିଲେ। ସେ ଫେରିଥିବା ଖବର ପାଇ ପୋଲିସ ତାଙ୍କୁ ଗିରଫ କରିଥିଲା। ଅଭିଯୁକ୍ତଙ୍କ ଡାକ୍ତରୀମାଇନା ପରେ କୋର୍ଟ ଚାଲାଣ କରାଯାଇଥିବା ଆଇଆଇସି ବସନ୍ତ କୁମାର ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ମାନିତ ହେଲେ ଓଡ଼ିଆ ପୁଅ ଯୁବ କବି ସୁନୀଲ, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ,୩।୮(ବିଦ୍ୟାଧର ସାହୁ ): ସାହିତ୍ୟ ସଂସଦ , ମାଲକାନଗିରି ଓଡ଼ିଶାର ସପ୍ତମ ପ୍ରତିଷ୍ଠା ଦିବସ ବ୍ରହ୍ମପୁର ସ୍ଥିତ ଗୋପାଳ କୃଷ୍ଣ ରଙ୍ଗ ମଞ୍ଚ, ଗୋସାଣୀ ନୂଆଁ ଗାଁ…

କରେଣ୍ଟ କଟିଲେ ଠପ ହୋଇଯାଉଛି ମୋବାଇଲ ସେବା

କେସିଙ୍ଗା,୩।୮,(ତୁମେଶ୍ୱର ସାହୁ): କଳାହାଣ୍ଡି ଜ଼ିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ସିରଜାପାଲି ଗ୍ରାମରେ ଥିବା ଜିଓ ଟାୱାର ବିଦ୍ୟୁତ ଚାଲିଗଲେ ଠପ ହୋଇଯାଉଛି । ଯାହାଦ୍ୱାରା ମୋବାଇଲ ସେବା…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ଫାର୍ମାସିଷ୍ଟଙ୍କ ସାହସକୁ ଚାରିଆଡୁ ପ୍ରଶଂସା

ଗୁଣପୁର,୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯଶୋବନ୍ତ ନାୟକ ମହାନତା ଦେଖାଇ ଜଣେ ପ୍ରସୂତିଙ୍କ ସହ ଶିଶୁକନ୍ୟାର ଜୀବନ ବଞ୍ଚାଇଛନ୍ତି।…

ଶୌଚ ହେବାକୁ ଯାଇଥିଲେ ମହିଳା, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

କେନ୍ଦ୍ରାପଡ଼ା,୩ା୮: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବ୍ରାହ୍ମଣୀ ନଦୀକୁ ଶୌଚ ହେବାକୁ ଯାଇଥିବାବେଳେ ଜଣେ ମହିଳାଙ୍କୁ କୁମ୍ଭୀର…

ଆଜି ଏହି ୬ ଜିଲାରେ ବିଜୁଳି ଘଡ଼ଘଡ଼ି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା…

ଭୁବନେଶ୍ୱର,୩ା୮: ରାଜ୍ୟରେ ବନ୍ୟା ସ୍ଥିତି ଜାରି ରହିଥିବାବେଳେ ବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷରେ ଦୁଇଦିନ ହେବ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ସୋମବାରଠାରୁ…

ମୋଦି ସରକାରଙ୍କୁ ନେଇ ବଡ଼ କଥା କହିଲେ ତସଲିମା

କୋଲକାତା,୩।୮: ବାଂଲାଦେଶରୁ ବହିଷ୍କୃତ ଏବଂ ବର୍ତ୍ତମାନ ନୂଆଦିଲ୍ଲୀରେ ରହୁଥିବା ଲେଖିକା ତସଲିମା ନାସରିନ ବଙ୍ଗ ସରକାରଙ୍କ ପ୍ରଶଂସା କରିଛନ୍ତି ଏବଂ ତାଙ୍କର କୃତଜ୍ଞତା ପ୍ରକାଶ କରିଛନ୍ତି। ନାସରିନ…

Bankipur Bypoll Result 2026: ବାଙ୍କିପୁର ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ, ଫଳାଫଳ ପୂର୍ବରୁ ‘ଲଡୁ’ ତିଆରି କଲେଣି ଭାଜପା କର୍ମୀ

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନ ପାଇଁ ଗୁରୁବାର (୩୦ ଜୁଲାଇ, ୨୦୨୬) ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆଜି (ସୋମବାର) ଘୋଷଣା କରାଯିବ। ଏହି ଆସନ ପାଇଁ…

କବିତା ଆସରରେ ମାତୃଭାଷାର ବିକାଶ ପାଇଁ ଆହ୍ବାନ

ହାଟଡିହୀ,୨l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲ ପରିସରରେ ହାଟଡିହୀ ସାହିତ୍ୟ ଘର ପକ୍ଷରୁ ବର୍ଷାକାଳୀନ କବିତା ଆସର ଅନୁଷ୍ଠିତ ହୋଇଯାଇଛି। ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri