ନାବାଳିକାଙ୍କ ଆଖି ନଷ୍ଟ ହେବା ଘଟଣା: ଜିଲାପାଳ, ସିଡିଏମ୍‌ଓଙ୍କୁ ଭେଟିଲେ ଗ୍ରାମବାସୀ

ନୟାଗଡ଼ ଅଫିସ,୨୬ା୧୦: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ନଛିପୁର ଗ୍ରାମର ଚନ୍ଦ୍ରକାନ୍ତ ଗୋଛାୟତଙ୍କ ଝିଅ ରିଙ୍କି ଗୋଛାୟତ (୬)ଙ୍କ ଆଖି ନଷ୍ଟ ହେବା ଘଟଣାରେ ଶୁକ୍ରବାର ଗ୍ରାମବାସୀ ଜିଲାପାଳ ଓ ସିଡିଏମ୍‌ଓଙ୍କୁ ଭେଟିଛନ୍ତି। ଏହାସହ ସେମାନେ ଦୋଷୀ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଓ ଏକକୋଟି ଟଙ୍କା କ୍ଷତିପୂରଣ ଦାବି କରିଛନ୍ତି। ସେମାନଙ୍କ ଅଭିଯୋଗ ଅନୁଯାୟୀ, ଗତ ୨୯ ତାରିଖରେ ରିଙ୍କିଙ୍କ ଆଖିରେ ଏକ ହେୟାର କ୍ଲିପ ବାଜିଯିବାରୁ ସେମାନେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ। ସେଠାରେ ଡାକ୍ତର ରିଙ୍କିଙ୍କୁ ଦେଖିବା ସହିତ ଆଖି ଗୁରୁତର ହୋଇଯାଇଥିବାରୁ ଭଲ ଚିକିତ୍ସାଳୟରେ ଦେଖାଇବାକୁ କହିଥିଲେ। ପରେ ଡାକ୍ତର ଲେଖିଥିବା ଔଷଧ ନିରାମୟ କେନ୍ଦ୍ରରୁ ଧରି ଫେରିଥିଲେ। ଆଖି ଡ୍ରପ ପକାଇଥିଲେ ମଧ୍ୟ ଭଲ ନ ହେବାରୁ ପରିବାର ଲୋକେ ତାଙ୍କୁ ୩୦ ତାରିଖରେ ଭୁବନେଶ୍ୱରସ୍ଥିତ ଏଲ୍‌ଭି ପ୍ରସାଦ ଚକ୍ଷୁ ଚିକିତ୍ସାଳୟକୁ ଆଣିଥିଲେ। ଡାକ୍ତର ସେଠାରେ ଆଖିରେ ପକାଇଥିବା ଔଷଧ ଦେଖାଇବାକୁ କହିଥିଲେ। ସେମାନେ ଦେଖାଇବାରୁ ଏହା ଆଖି ନୁହେଁ କାନ ଔଷଧ ବୋଲି କହିଥିଲେ। ଏହାକୁ ପକାଇବା ଦ୍ୱାରା ଆଖି ନଷ୍ଟ ହୋଇଯାଇଛି ବୋଲି ସେଠାକାର ଡାକ୍ତର କହିଥିବା ଚନ୍ଦ୍ରକାନ୍ତ ଅଭିଯୋଗ କରିଛନ୍ତି। ବର୍ତ୍ତମାନ ରିଙ୍କି ସେଠାରେ ଚିକିତ୍ସିତ ହେଉଛନ୍ତି। ଏ ନେଇ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଶ୍ୱେତ ମହାପାତ୍ରଙ୍କୁ ପଚାରିବାରୁ ସେ କହିଥିଲେ, ଏଥିରେ ଡାକ୍ତରଙ୍କ କୌଣସି ଭୁଲ୍‌ ନାହିଁ। ପରିବାର ଲୋକ ଆଖିରେ ପକାଇଥିବା କାନ ଔଷଧ ନିରାମୟ କେନ୍ଦ୍ରରେ ୫ମାସ ହେଲା ମହଜୁଦ୍‌ ନାହିଁ। ଉକ୍ତ ଔଷଧ ସେମାନେ ଅନ୍ୟ କାହାଠାରୁ ଆଣି ପକାଇ ଥାଇପାରନ୍ତି। ଝିଅଟିର ମାଗଣା ଚିକିତ୍ସା କରାଯିବା ପାଇଁ ସେ ଏଲ୍‌ଭି ପ୍ରସାଦ ଚିକିତ୍ସାଳୟକୁ ଚିଠି ଲେଖିବେ। ସେହିଭଳି ଜିଲାପାଳଙ୍କ ସହିତ ଆଲୋଚନା କରି ସମସ୍ତ ପ୍ରକାର ସହଯୋଗ ରିଙ୍କିଙ୍କୁ ଯୋଗାଇ ଦିଆଯିବ ବୋଲି ସେ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

ଅକ୍ଟୋବର ସୁଦ୍ଧା ସରିବ ପୋଲିସ ଏସ୍‌ଆଇ ପରୀକ୍ଷା

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପ୍ରଶ୍ନପତ୍ର ଲିକ୍‌ ଓ ନିଯୁକ୍ତି ଅନିୟମିତା ଯୋଗୁ ଦେଢ଼ବର୍ଷ ଧରି ପୋଲିସ ସବ୍‌-ଇନ୍ସପେକ୍ଟର (ଏସ୍‌ଆଇ) ପରୀକ୍ଷା ଅନିଶ୍ଚିତତା ଭିତରେ ରହିଥିବାବେଳେ ଇତିମଧ୍ୟରେ ବହୁ ଆବେଦନକାରୀଙ୍କ…

ଗୋଲ୍ଡେନ୍‌ ବୁଟ୍‌ ରେସ୍‌ରେ ମେସିଙ୍କ ସମକକ୍ଷ ଏମ୍‌ବାପେ

ଇଷ୍ଟ ରଦରଫୋର୍ଡ,୨ା୭ (ଏପି):ଚଳିତ ଫିଫା ବିଶ୍ୱକପ୍‌ରେ ଫ୍ରାନ୍ସ ତା’ର ବିଜୟଧାରା ଜାରି ରଖି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛି। କିଲିଆନ ଏମ୍‌ବାପେଙ୍କ ଡବଲ ଗୋଲ୍‌ ବଳରେ ବୁଧବାର ଅନୁଷ୍ଠିତ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri