ବ୍ରହ୍ମପୁର ଅଫିସ,୨୧ା୨-ବ୍ରହ୍ମପୁର ପୋଲିସ ଜିଲାରେ ବଚପନ ବଚାଓ ଆନ୍ଦୋଳନ ଆରମ୍ଭ ହୋଇଛି। ଏଥିରେ ଜିଲା ଶ୍ରମ ଅଧିକାରୀ, ଜିଲା ଶିଶୁ ସୁରକ୍ଷା ଅଧିକାରୀ, ଶିଶୁ ମଙ୍ଗଳ କମିଟି ସଦସ୍ୟ, ଥାନାରେ ଥିବା ଜୁଭେନାଇଲ ପୋଲିସ ଅଧିକାରୀ ଓ ଚାଇଲ୍ଡ ଲାଇନ କର୍ମକର୍ତ୍ତାଙ୍କୁ ନେଇ ଗଠିତ ୫ ଜଣିଆ ସ୍କ୍ବାଡ୍ ଗଠିତ ହୋଇଛି। ଏହି ସ୍ବତନ୍ତ୍ର ଡ୍ରାଇଭ ମଙ୍ଗଳବାରରୁ ବ୍ରହ୍ମପୁର ପୋଲିସ ଜିଲାରେ ଆରମ୍ଭ ହୋଇଛି। ତୃତୀୟ ଦିନରେ ଏହି ସ୍କ୍ବାଡ୍ ଉଭୟ ଟାଉନ ଥାନା ଓ ବଡବଜାର ଥାନା ଅନ୍ତର୍ଗତ ଗିରିଜା ଛକ, ଗୌତମ ସିନେମା ହଲ ରୋଡ, ଅନ୍ନପୂର୍ଣ୍ଣା ମାର୍କେଟ, ଅମିତ ହସ୍ପିଟାଲ ରୋଡ, ଏସ୍ଏନ୍ଟି ରୋଡ, ଫାଷ୍ଟ ଗେଟ, ଆସ୍କା ରୋଡ, କେଏମ୍ଆର ପ୍ଲାଜା, ବଡ ବଜାର, ସାନ ବଜାର ନିକଟରେ ଥିବା ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟ ଓ ଔଷଧ ଦୋକାନରେ ଚଢାଉ କରିଥିଲା। ସେଠାରେ ଅତି ବିପଜ୍ଜନକ ଓ ଅସ୍ବାସ୍ଥ୍ୟକର ପରିବେଶରେ କାମ କରୁଥିବା ୨୦ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି ବୋଲି ବ୍ରହ୍ମପୁର ଶ୍ରମ ଜିଲା ଅଧିକାରୀ ବାବୁ ଚରଣ ପାତ୍ର ସୂଚନା ଦେଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ନାବାଳିକା ଥିବା ସେ କହିଛନ୍ତି। ସେମାନଙ୍କୁ ଏବେ କାଉନ୍ସେଲିଂ ପାଇଁ ଶିଶୁ ମଙ୍ଗଳ କମିଟି ନିକଟକୁ ପଠାଇ ଦିଆଯାଇଛି।
ମଙ୍ଗଳବାର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ବିଭିନ୍ନ ସ୍ଥାନରୁ ୭ ଶିଶୁ ଶ୍ରମିକ ଉଦ୍ଧାର ହୋଇଥିବା ବେଳେ ବୁଧବାର ଗୋଷାଣୀନୂଆଗଁା ଅଞ୍ଚଳରୁ ୬ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରାଯାଇଥିଲା। ଏହା ଆସନ୍ତା ୨୯ ତାରିଖ ଯାଏ ବ୍ରହ୍ମପୁର ପୋଲିସ ଜିଲାର ୧୦ ଥାନା ଅନ୍ତର୍ଗତ ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟ, ଫାଷ୍ଟଫୁଡ଼ ଦୋକାନରେ ଚଢାଉ ଜାରି ରଖିବେ ବୋଲି ସୂଚନା ଦିଆଯାଇଛି।
Posted inଆମ ଜିଲା ଖବର, ଗଞ୍ଜାମ View All
ରାକ୍ଷୀ ପାଇଁ ସହର ଭିଡ଼: ମିଠା ଦେକାନରେ ଚାଲିଛି ପ୍ରସ୍ତୁତି
କେସିଙ୍ଗା,୨୭।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରଠାରୁ ଗ୍ରାମାଞ୍ଚଳରେ ଆସନ୍ତା କାଲି ଶୁକ୍ରବାର ରାକ୍ଷୀ ପାଳନ କରାଯିବ। ସେଥିପାଇଁ ସହରର ବିଭିନ୍ନ ଛକ, ଜାତୀୟ ରାଜପଥ ୨୬…
ବାଇକ-ବଳଦ ମୁହାଁମୁହିଁ ଧକ୍କା: ଯୁବକ ଗୁରୁତର, ଘଟଣାସ୍ଥଳରେ ବଳଦର ମୃତ୍ୟ
ଥୁଆମୂଳ ରାମପୁର, ୨୭।୮ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଭବାନୀପାଟଣା ରାସ୍ତାର କୃଷି କାର୍ଯ୍ୟାଳୟ ନିକଟସ୍ଥ ସ୍କିଲ ଡେଭଲପମେଣ୍ଟ ଟ୍ରେନିଂ ସେଣ୍ଟର ନିକଟରେ ବୁଧବାର ସା ପ୍ରାୟ ୬ଟା…
ପୋଖରୀରେ ବୁଡି ବୃଦ୍ଧା ମୃତ
ଦେବଗଡ, ୨୭।୮ (ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଅନ୍ତର୍ଗତ ଠିଆନାଳ ବିଡିଘାଟ ଗ୍ରାମରେ ଗୁରୁବାର ପୋଖରୀରେ ବୁଡି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ମୃତ…
ପାଟଶାଢ଼ିରେ ଗଙ୍ଗାଧରଙ୍କ ତପସ୍ବିନୀ
ସୋନପୁର,୨୭।୮ (ମୃତ୍ୟୁଞ୍ଜୟ ଶତପଥୀ): ରାଖୀ ପୂର୍ଣ୍ଣିମାରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ। ଏହାକୁ ସ୍ମରଣୀୟ କରିବାକୁ ବରିଷ୍ଠ ବୁଣାକାର ଏକ ସ୍ବତନ୍ତ୍ର ଶାଢ଼ି ପ୍ରସ୍ତୁତ କରିଛନ୍ତି।…
ନଭେମ୍ବର ୨୪ରୁ ଐତିହାସିକ ବାଲିଯାତ୍ରା
କଟକ,୨୭।୮(କାର୍ତ୍ତିକ ସାହୁ): ଐତିହାସିକ ବାଲିଯାତ୍ରା କଟକ-୨୦୨୬ ଚଳିତବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ପୂର୍ବାପେକ୍ଷା ଅଧିକ ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେବାକୁ ଯୋଜନା କରାଯାଇଛି। ଚଳିତବର୍ଷ…
କୋଠରି ଅଛିି, ପାନୀୟ ଜଳ, ଶୌଚାଳୟ ନାହିଁ
କୋରାପୁଟ,୨୭ା୮(ଅମିତାଭ ବେହେରା): ଶିକ୍ଷାର ବିକାଶ ପାଇଁ ସରକାର ବହୁ କୋଟି ଟଙ୍କା ବ୍ୟୟ କରୁଛନ୍ତି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ଲୋକମାନେ ବାସ କରୁଥିବା ଅଞ୍ଚଳଗୁଡ଼ିକରେ…
ତହସିଲଦାର, ଏଆର୍ଆଇ ନିଲମ୍ବିତ
ନୂଆପଡ଼ା,୨୭ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ତହସିଲ ଅନ୍ତର୍ଗତ ଚାନ୍ଦୋପଲା ଗଁାରେ ଜମି ବିକ୍ରିରେ ଜାଲିଆତି କରିବା ଅଭିଯୋଗରେ ମଙ୍ଗଳବାର ତହସିଲଦାର ସର୍ବେଶ୍ୱର ଜାଲ ଓ…
ରାୟଗଡ଼ାରେ ବଲାଙ୍ଗୀର ପୋଲିସର ଚଢ଼ାଉ: ବିପୁଳ ସୁନା-ରୂପା ଅଳଙ୍କାର ଜବତ, ୨ ସନ୍ଦିଗ୍ଧ…
କଲ୍ୟାଣସିଂହପୁର, ୨୬।୮ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ବଲାଙ୍ଗୀର ଜିଲା ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଚୋରି ସୁନା ଓ ରୂପା ଅଳଙ୍କାର ଜବତ…
Archives

