ନାବାଳିକା ଅପହରଣ, ବଳାତ୍କାର ମାମଲା: ଦୋଷୀଙ୍କୁ ୧୦ବର୍ଷ ସଶ୍ରମ ଜେଲ୍‌

ଫୁଲବାଣୀ ଅଫିସ,୧୬ା୧୨-ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ସୋମବାର ଫୁଲବାଣୀ ଅତିରିକ୍ତ ଦୌରାଜଜ୍‌ ତଥା ସ୍ବତନ୍ତ୍ର ବିଚାରପତି ସମର ବିଳାସ ବେହେରା ଅଭିଯୁକ୍ତଙ୍କୁ ୧୦ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧୫ ହଜାର ଟଙ୍କା ଜରିମାନା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହା ଅନାଦେୟ ଅଧିକ ୬ ମାସ ଜେଲ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଯୁବକ ହେଲେ ଅନୁଗୋଳ ଜିଲା ଛେଣ୍ଡିପଦା ଥାନା କସଲା ଗ୍ରାମର ନିତ୍ୟାନନ୍ଦ ବେହେରା ା
୨୦୧୭ ଏପ୍ରିଲ ୧୦ ତାରିଖରେ ବାଲିଗୁଡ଼ା ଥାନା ଅଞ୍ଚଳର ଜଣେ ନାବାଳିକା ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରକୁ ଟିଭି ଦେଖିବାକୁ ଯାଇଥିଲେ ା ଲାଇନ୍‌ ଚାଲିଯିବାରୁ ଅନ୍ଧାରରେ ସେ ଘରକୁ ଫେରୁଥିଲେ। ଏହି ସମୟରେ ନିଜ ସାଙ୍ଗ ଘରକୁ ଯାଇଥିବା ନିତ୍ୟାନନ୍ଦ ତାଙ୍କୁ ଏକୁଟିଆ ପାଇ ରାସ୍ତାରୁ ଟେକି ନେଇ ନିକଟସ୍ଥ ଜଙ୍ଗଲରେ ବଳାତ୍କାର କରିଥିଲେ ା ଏହାପରେ ନାବାଳିକାଙ୍କୁ ନେଇ ପାଖରେ ଚାଲିଥିବା ଦଣ୍ଡନାଚ ସ୍ଥାନରେ ଛାଡ଼ି ଦେଇଥିଲେ ା ପରିବାର ଲୋକେ ଖୋଜାଖୋଜି କରି ଝିଅକୁ ଦଣ୍ଡନାଚ ସ୍ଥାନରୁ ପାଇଥିଲେ ା ନାବାଳିକା ଜଣକ ଘଟଣା ସମ୍ପର୍କରେ ପରିବାର ଲୋକଙ୍କୁ ଜଣାଇବା ପରେ ପରଦିନ ଅର୍ଥାତ୍‌ ୧୧ ତାରିଖରେ ଦାଦା ବାଲିଗୁଡା ଥାନାରେ ଏତଲା ଦେଇଥିଲେ ା ପୋଲିସ ନଂ. ୪୯/୧୭ରେ ଏକ ମାମଲା ରୁଜୁ କରିବା ସହ ନିତ୍ୟାନନ୍ଦଙ୍କୁ ଗିରଫ କରିଥିଲା ା ଉପଯୁକ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ବିଚାରପତି ଉପରୋକ୍ତ ରାୟ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଅସୀମ ପ୍ରହରାଜ ମାମଲା ପରିଚାଳନା କରୁଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

‘ଛାତ୍ରୀଛାତ୍ରଙ୍କ ସଫଳତା ଆମ ପୁରସ୍କାର’

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri