ନାବାଳିକା ଗଣବଳାତ୍କାର, ହତ୍ୟା ଘଟଣା: କଂଗ୍ରେସ ପକ୍ଷରୁ ଟାୟାର ଜାଳି ରାସ୍ତା ଅବରୋଧ

ନବରଙ୍ଗପୁର,୨୬।୧୨(ବି.ପ୍ର.): ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ ବାମୁଣି ପଞ୍ଚାୟତର ଜଣେ ନାବାଳିକାଙ୍କୁ ଗଣବଳାତ୍କାର ଓ ହତ୍ୟା ଘଟଣାରେ ଜିଲା କଂଗ୍ରେସ ପକ୍ଷରୁ ଗୁରୁବାର ବନ୍ଦପାଳନ କରାଯାଇଛି। ୨୬ନଂ ଜାତୀୟ ରାଜପଥର ମାଝିଗୁଡା ଛକ ନିକଟରେ ଟାୟାର  ଜାଳି ରାସ୍ତା ଅବରୋଧ କରାଯାଇଛି। ଫଳରେ ୧୦ଟି ବ୍ଲକ ଓ ଦୁଇଟି ପୌରାଞ୍ଚଳରେ ଏହା ପ୍ରଭାବ ପକାଇଛି। ଦୋକାନବଜାର ବନ୍ଦ ସହ ଗାଡ଼ିମୋଟର ଚଳାଚଳରେ ବ୍ୟାହତ ସୃଷ୍ଟି ହୋଇଛି। ନବରଙ୍ଗପୁର ସହରର ମାଝିଗୁଡ଼ା ଓ ଚାମୁରିଆଗୁଡା ଛକ ନିକଟରେ କଂଗ୍ରେସ କର୍ମୀମାନେ ଅଭିଯୁକ୍ତଙ୍କୁ ଗିରଫ ଦାବି କରିଛନ୍ତି। ପିସିସି କାର୍ଯ୍ୟକାରୀ ସଭାପତି ତଥା ପୂର୍ବତନ ଏମ୍‌ପି ପ୍ରଦୀପ ମାଝି ଓ ଜିଲା କାର୍ଯ୍ୟକାରୀ ସଭାପତି ମୁନା ତ୍ରିପାଠୀଙ୍କ ନେତୃତ୍ୱରେ ଶତାଧିକ କଂଗ୍ରେସ କର୍ମୀ ଏକତ୍ରିତ ହୋଇ ରାସ୍ତା ବନ୍ଦ କରିଛନ୍ତି। କଂଗ୍ରେସ ଭବନ ନିକଟରେ ଜିଲା ସଭାପତି ତ୍ରିପାଠୀ, ପୂର୍ବତନ ଏମ୍‌ପି ପ୍ରଦୀପ ମାଝି, ଅବଦୁଲ ଫିରୋଜ, ଦିଲ୍ଲୀପ ବେହେରା, ସଂଜୟ ନାୟକ, ପୂର୍ବତନ ବିଧାୟକ ସଦନ ନାୟକ, ନଗର ସଭାପତି ଉତ୍ତମ ତ୍ରିପାଠୀ ପ୍ରମୁଖ ଏହି ବନ୍ଦପାଳନରେ ସାମିଲ ହୋଇଛନ୍ତି। ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri