ନାବାଳିକା ଗର୍ଭବତୀ, ଅଭିଯୁକ୍ତଙ୍କୁ ଜେଲ ଦଣ୍ଡ

ନିରାକାରପୁର,୨୨ା୯(ଡି.ଏନ.ଏ.): ବିବାହ ପାଇଁ ଦୁଇ ପରିବାର ମଧ୍ୟରେ ଆଲୋଚନା ହେଲା। ଝିଅ ନାବାଳିକା ଥିବାରୁ ସାବାଳିକା ହେବା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ଦୁଇ ପରିବାର ସହମତି ପ୍ରକାଶ କରିଥିଲେ। ଏପରିସ୍ଥଳେ ଝିଅପୁଅଙ୍କ ଅବାଧ ମିଳାମିଶା ଯୋଗୁ ନାବାଳିକା ଏବେ ଗର୍ଭବତୀ। ଏ ନେଇ ନାବାଳିକାଙ୍କ ଅଭିଯୋଗକ୍ରମେ ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି। ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଞ୍ଚଳରେ ଏଭଳି ଘଟଣା ଆଲୋଡନ ସୃଷ୍ଟି କରିଛି। ଗିରଫ ଅଭିଯୁକ୍ତ ହେଲେ ଏହି ଥାନା ଭଗବତୀପଡାର ପ୍ରଶାନ୍ତ କାଣ୍ଡି (୨୧)।

ପୀଡିତାଙ୍କ ମା’ ଥାନାରେ କରିଥିବା ଅଭିଯୋଗ ଅନୁଯାୟୀ, ପ୍ରାୟ ୬ମାସ ପୂର୍ବେ ପ୍ରଶାନ୍ତ ଓ ତାଙ୍କ ଝିଅଙ୍କ ମଧ୍ୟରେ ବିବାହ ପାଇଁ ସ୍ଥିର ହୋଇଥିଲା। ହେଲେ ଝିଅର ୧୫ବର୍ଷ ହୋଇଥିବାରୁ ସେ ସାବାଳିକା ହେବା ପର୍ଯ୍ୟନ୍ତ ଉଭୟ ପରିବାର ଅପେକ୍ଷା କରିବା ପାଇଁ କଥାବାର୍ତ୍ତା ହୋଇଥିଲେ। କିନ୍ତୁ ଏପରି ସମୟରେ ପ୍ରଶାନ୍ତ ତାଙ୍କ ଝିଅ ସହ ମିଳାମିଶା କରିଥିଲେ। ଫଳରେ ନାବାଳିକା ଚାରି ମାସର ଗର୍ଭବତୀ ହୋଇଥିଲେ। ଏହା ଜାଣିବା ପରେ ନାବାଳିକାଙ୍କ ମା’ ପ୍ରଶାନ୍ତଙ୍କ ପରିବାରକୁ ଜଣାଇଥିଲେ। ହେଲେ ସେମାନେ ଏହାକୁ ଗୁରୁତ୍ୱ ନ ଦେବାରୁ ସେ ପ୍ରଶାନ୍ତଙ୍କ ସମେତ ତାଙ୍କ ବାପା ଓ ଭାଇଙ୍କ ନାମରେ ଶୁକ୍ରବାର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଆଇପିସି ଦଫା ୩୩୬,(୩),(୨),(ଏନ୍‌),୨୯୪/୫୦୬, ୩୪ରେ ମାମଲା (ନଂ.୯୦/୧୯) ରୁଜୁ କରି ପ୍ରଶାନ୍ତଙ୍କୁ ଗିରଫ କରିଥିଲା। ଟାଙ୍ଗୀ କୋର୍ଟରେ ପ୍ରଶାନ୍ତଙ୍କ ଜାମିନ ନାମଞ୍ଜୁର ହେବାରୁ ଖୋର୍ଦ୍ଧା ଜେଲକୁ ପଠାଇ ଦିଆଯାଇଛି। ଅନ୍ୟପକ୍ଷେ ନାବାଳିକାଙ୍କୁ ଡାକ୍ତରୀ ମାଇନା ପାଇଁ ଖୋର୍ଦ୍ଧା ସରକାରୀ ମେଡିକାଲକୁ ପଠାଯାଇଥିବା କହିଛନ୍ତି ଥାନା ଏଏସ୍‌ଆଇ ଶରତ କୁମାର ପାଇକରାୟ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...

ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…

ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri