ନାବାଳିକା ଗାଧୋଇବା ବେଳେ ଭିଡିଓ ରେକର୍ଡିଂ କରି ଯୁବକ ଗିରଫ

ବାରିପଦା ଅଫିସ,୧୪।୮- ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଅଞ୍ଚଳରେ ଜନୈକା ନାବାଳିକାଙ୍କ ଗାଧୁଆ ସମୟର ଦୃଶ୍ୟ ମୋବାଇଲରେ ରେକର୍ଡିଂ କରି ଜଣେ ଯୁବକ ଗିରଫ ହୋଇଛନ୍ତି। ପୋଲିସ ତାଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ ବାଙ୍ଗିରିପୋଷି ଥାନା କୁମ୍ଭାର ମୁଣ୍ଡାକଟା ଗ୍ରାମର ସୋନୁ ପାତ୍ର (୨୦) । ଟାଉନ ଥାନାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସଦର ଏସ୍‌ଡିପିଓ କେ.ପି ପଟ୍ଟନାୟକ ଏହି ସୂଚନା ଦେଇଛନ୍ତି।
ପୋଲିସ କହିବା ଅନୁଯାୟୀ, ବାରିପଦା ସହରର ଜଣେ ବ୍ୟକ୍ତିଙ୍କ ଘରେ ସୋନୁ ଭଡ଼ାରେ ରହି ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ। ସୋମବାର ରାତି ପ୍ରାୟ ୮ଟା ବେଳେ ଉକ୍ତ ଓ୍ବାର୍ଡର ଜଣେ ନାବାଳିକା ତାଙ୍କ ଗାଧୁଆ ଘରେ ଗାଧୋଉଥିଲେ। ଏହି ସମୟରେ ସୋନୁ ଗାଧୁଆ ଘରର ଆଜବେଷ୍ଟ ଛାତକୁ ଚଢି ସେଠାରେ ଥିବା କଣାରେ ନାବାଳିକା ଗାଧୋଇବା ସମୟର ଦୃଶ୍ୟ ନିଜ ମୋବାଇଲରେ ରେକର୍ଡିଂ କରୁଥିଲେ। ନାବାଳିକା ଏହା ଜାଣିପାରି ପାଟି କରିଥିଲେ। ପରିବାର ଓ ପଡ଼ୋଶୀ ଲୋକେ ଧାଇଁ ଆସି ସୋନୁଙ୍କୁ କାବୁକରି ବାରିପଦା ଟାଉନ ପୋଲିସ ଜିମା ଦେଇଥିଲେ। ତଦନ୍ତ ବେଳେ ସୋନୁଙ୍କ ମୋବାଇଲରେ ଏକାଧିକ ମହିଳା ଓ ଯୁବତୀମାନଙ୍କ ଗାଧୋଇବା ତଥା ଆପତ୍ତିଜନକ ଦୃଶ୍ୟ ରେକର୍ଡିଂ ହୋଇଥିବା ଜଣାପଡ଼ିବାରୁ ପୋଲିସ ଏହାକୁ ଜବତ କରିଛି। ଉକ୍ତ ମୋବାଇଲକୁ ପରୀକ୍ଷା ପାଇଁ ଲ୍ୟାବକୁ ପଠାଯିବ ବୋଲି ଏସଡିପିଓ ପଟ୍ଟନାୟକ କହିଛନ୍ତି। ନାବାଳିକାଙ୍କ ବାପାଙ୍କ ଅଭିଯୋଗ ମୁତାବକ ପୋଲିସ ଏକ ମାମଲା (ନଂ.୧୭୫/୧୯) ରୁଜୁ କରିଛି। ପୋଲିସ ପକ୍ଷରୁ ଆୟୋଜିତ ଏହି ଖବରଦାତା ସମ୍ମିଳନୀରେ ବାରିପଦା ଟାଉନ ଥାନା ଅଧିକାରୀ ଅଶୋକ କୁମାର ନାୟକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଜାଗା ପ୍ରଦାନ ପାଇଁ ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ସ୍ମାରକପତ୍ର

ଛତ୍ରପୁର,୭ା୧୨(ଦିଲ୍ଲୀପ ସାମଲ): ଓଡ଼ିଶା ଡ୍ରାଇଭର ମହାସଂଘ କବିସୂର୍ଯ୍ୟନଗର ଶାଖାର ନିଜସ୍ବ କାର୍ଯ୍ୟାଳୟ ପାଇଁ ସରକାରୀ ଜାଗା ପ୍ରଦାନ ନିମନ୍ତେ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର...

ଖେଳ ଦେଖି ଘରକୁ ଫେରୁଥିଲେ ସେନା କର୍ମଚାରୀ, ସଂଘବଦ୍ଧ ଆକ୍ରମଣରେ ଚାଲିଗଲା ଜୀବନ

ଛତ୍ରପୁର,୭ା୧୨(ଦିଲ୍ଲୀପ ସାମଲ): ଖେଳ ଦେଖି ଘରକୁ ଫେରୁଥିବା ବେଳେ ଦୁର୍ବୃତ୍ତଙ୍କ ସଂଘବଦ୍ଧ ଆକ୍ରମଣର ଶିକାର ହୋଇ ଜୀବନ ହାରିଛନ୍ତି ଜଣେ ଭାରତୀୟ ସେନା କର୍ମଚାରୀ ।...

ରାଜ୍ୟର ବିଭିନ୍ନ ସ୍ଥାନରେ ଆୟକରଚଢ଼ାଉ: ମିଳିଲା ନଗଦ ୫୦ କୋଟି ଟଙ୍କା

ବୌଦ୍ଧ/ଭୁବନେଶ୍ୱର(ଅଜିତ କୁମାର ବାରିକ/ସତ୍ୟଜିତ୍‌ ରାଉତ), ୭।୧୨ଓଡ଼ିଶାରେ ସାଧାରଣ ନିର୍ବାଚନ ପୂର୍ବରୁ ଆକ୍ସ ମୋଡରେ ଆୟକର ବିଭାଗ। ରାଜ୍ୟର ବିଭିନ୍ନ ସ୍ଥାନରେ ଛାପା ମାରିଛି ଆୟକର ବିଭାଗ।...

ଅମଳ ବେଳେ ଭିଜିଲା ଧାନ ଫସଲ

ଲାଠୋର/ଖପ୍ରାଖୋଲ, ୭ା୧୨(ଭୁବନେଶ୍ୱର ବାରିକ/ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଅଞ୍ଚଳରେ ମଙ୍ଗଳବାର ରାତିରୁ ଲଗାଣ ବର୍ଷା ଚାଷୀଙ୍କ ଚିନ୍ତା ବଢାଇ ଦେଇଛି। କ୍ଷେତରେ ଅମଳ...

ଫସଲ ଉଜାଡ଼ିଦେଲା ଅଦିନିଆ ବର୍ଷା: ବ୍ୟାପକ ଧାନ, କପା ଫସଲ ନଷ୍ଟ

ରାୟଗଡ଼ା,୭।୧୨(ଆଶିଷ ରଞ୍ଜନ ପଣ୍ଡା): ମିଗ୍‌ଜୋମ୍‌ ପ୍ରଭାବରେ ରାୟଗଡ଼ା ଜିଲାର ପ୍ରତ୍ୟେକ ଅଞ୍ଚଳରେ ବୁଧବାର ଦିନସାରା ବର୍ଷା ଲାଗି ରହିଛି । ମଙ୍ଗଳବାର ସକାଳୁ ପାଗ କୋହଲା...

ପୁନରୁଦ୍ଧାର ଅପେକ୍ଷାରେ ଗୌରଚରଣଙ୍କ ସ୍ମୃତିପୀଠ

ବେଗୁନିଆ,୭।୧୨(ହର ପ୍ରସନ୍ନ ପଣ୍ଡା)କବି ଦ୍ୱିଜ ଗୌରଚରଣ ଅଧିକାରୀ ଜନସାଧାରଣଙ୍କ ମାନସ ପଟରେ ଉଭେଇ ଯିବାକୁ ବସିଛନ୍ତି। ଏପରିକି ତାଙ୍କର ସ୍ମୃତି ପୀଠ ମଧ୍ୟ ମାଟିରେ ଲୀନ...

ଚାଷୀଙ୍କ ଅଣ୍ଟା ଭାଙ୍ଗିଦେଲା ବର୍ଷା

ବ୍ରହ୍ମପୁର,୭ା୧୨ (ସ୍ମୃତି ରଞ୍ଜନ ମହାଲିକ)ବାତ୍ୟା ମିଗଜୋମ ପ୍ରଭାବରେ ଗଞ୍ଜାମ ଜିଲାରେ ପ୍ରବଳ ବର୍ଷା ହୋଇଛି। ଧାନ କଟା ହୋଇ ବିଲରେ ପଡିଥିବାରୁ ବର୍ଷା ଯୋଗୁ ଶତାଧିକ...

ମତ୍ସ୍ୟଜୀବୀଙ୍କ ସଂଖ୍ୟା ରିପୋର୍ଟ ବିଭାଗ ପାଖରେ ନାହିଁ

ପାରାଦୀପ,୭ା୧୨(ଶରତ ରାଉତ)ରାଜ୍ୟର ପ୍ରମୁଖ ମତ୍ସ୍ୟ ଉତ୍ପାଦନ ସ୍ଥାନ ହେଲା ପାରାଦୀପ ମାଛଧରା ବନ୍ଦର। ଏହି ମାଛଧରା ବନ୍ଦର ଉପରେ ୫୦ ହଜାରରୁ ଅଧିକ ଲୋକ ନିର୍ଭରଶୀଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri