ନାବାଳିକା ବଳାତ୍କାରୀଙ୍କୁ ୧୦ବର୍ଷ ଜେଲ

ଭଦ୍ରକ ଅଫିସ, ୨୧।୯ – ଭଦ୍ରକ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ଅଦାଲତର ବିଚାରପତି ପ୍ରଣତି ସାହା ଶନିବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଦୋଷୀ ସପନ ପରିଡ଼ା ଓରଫ୍‌ ରବୀନ୍ଦ୍ରଙ୍କୁ ୧୦ ବର୍ଷ ଜେଲ ଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନା ଶୁଣାଣି କରିଛନ୍ତି। ଉଲ୍ଲେଖନୀୟ ଯେ, ୨୦୧୩ ମେ ୩୦ରେ ଧାମରା ସାମୁଦ୍ରିକ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଏକୁଟିଆ ପାଇ ପାଇକସାହି ଗ୍ରାମର ସପନ ବଳାତ୍କାର କରିଥିଲେ। ଏପରିକି ନାବାଳିକାଙ୍କୁ ଭୁଜାଲି ଦେଖାଇ ଘଟଣା ସମ୍ପର୍କରେ କାହାରିକୁ କହିଲେ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ। ଏହାମଧ୍ୟରେ ନାବାଳିକା ଜଣଙ୍କ ଗର୍ଭବତୀ ହୋଇଥିଲେ। ପରେ ଘଟଣା ସମ୍ପର୍କରେ ଜାଣି ପୀଡ଼ିତାଙ୍କ ବାପାଙ୍କ ଅଭିଯୋଗ କ୍ରମେ ସେପ୍ଟେମ୍ବର ୨୪ରେ ଧାମରା ସାମୁଦ୍ରିକ ଥାନା ପୋଲିସ ମାମଲା(ନଂ.୨୨/୧୩) ରୁଜୁ କରିଥିଲା। ପୋଲିସ ସପନଙ୍କ ବିରୋଧରେ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଥିଲା। କୋର୍ଟ ୧୫ ଜଣ ସାକ୍ଷ୍ୟଙ୍କ ପ୍ରମାଣକୁ ଭିତ୍ତିକରି ଅଭିଯୁକ୍ତ ସପନଙ୍କୁ ଦୋଷୀ ସାବ୍ୟସ୍ତ କରି ଏହି ଦଣ୍ଡାଦେଶ ଶୁଣାଣି କରିଛନ୍ତି। ସରକାରଙ୍କ ତରଫରୁ ମନୋରଞ୍ଜନ ଦାସ ମକଦ୍ଦମା ପରିଚଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?