ନାବାଳିକା ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ୍‌

ଅନୁଗୋଳ ଅଫିସ, ୨୧।୧

ଅନୁଗୋଳ ଜିଲା ରେଙ୍ଗାଳି ଥାନା ଅଞ୍ଚଳରେ ୨୦୧୩ର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ସୋମବାର ଅନୁଗୋଳ ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ ଜଜ୍‌ ପ୍ରଭାକର ଗଣ୍ଠିଆ ଅଭିଯୁକ୍ତ ପ୍ରଶାନ୍ତ ସାମଲଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୧୦ ବର୍ଷ କାରାଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହ ୧୦ ହଜାର ଟଙ୍କା ଜରିମାନା ଓ ଅନାଦାୟ ସ୍ଥଳେ ଅଧିକ ୬ ମାସ ଜେଲ ଦଣ୍ଡ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।
ମାମଲା ଅନୁଯାୟୀ, ଦଶମ ଶ୍ରେଣୀରେ ପଢ଼ୁଥିବା ସମ୍ପୃକ୍ତା ନାବାଳିକାଙ୍କ ସହ ଅଭିଯୁକ୍ତ ପ୍ରଶାନ୍ତ ପ୍ରଥମେ ପ୍ରେମ ସମ୍ପର୍କ ରଖିଥିଲେ। ମାଟ୍ରିକ୍‌ ପରୀକ୍ଷା ସରିବା ପରେ ନାବାଳିକାଙ୍କୁ ଘରୁ ନେଇ ବିବାହ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ହେଲେ ୨୦୧୩ ମାର୍ଚ୍ଚ ୨୦ ସନ୍ଧ୍ୟାରେ ଅଭିଯୁକ୍ତ ନାବାଳିକାଙ୍କୁ ଫୋନ କରି ଘର ବାହାରକୁ ଡାକିଥିଲେ। ନାବାଳିକା ଜଣଙ୍କ ବାହାରକୁ ଆସିବା ପରେ ତାଙ୍କୁ କିଛି ଦୂରକୁ ନେଇ ଅନିଚ୍ଛାସତ୍ତ୍ବେ ଶାରୀରିକ ସମ୍ପର୍କ ରଖିଥିଲେ। ୩/୪ ମାସ ପରେ ବିବାହ କରିବେ ବୋଲି ଅଭିଯୁକ୍ତ କହିବାରୁ ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ପାଟି ଶୁଣି ନାବାଳିକାଙ୍କ ମା’ ପହଞ୍ଚତ୍ବାରୁ ଅଭିଯୁକ୍ତ ପ୍ରଶାନ୍ତ ତାଙ୍କୁ ଧକ୍କା ମାରିବା ସହ ନାବାଳିକାଙ୍କୁ ମାଡ଼ ମାରି ଫେରାର ହୋଇଯାଇଥିଲେ। ଘଟଣା ସମ୍ପର୍କରେ କାହାକୁ କହିଲେ ଜୀବନରୁ ମାରିଦେବେ ବୋଲି ଧମକ ଦେଇଥିଲେ। ସେହି ମାସ ୨୪ ତାରିଖରେ ନାବାଳିକା ରେଙ୍ଗାଳି ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ପ୍ରଶାନ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ୧୫ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ଅତିରିକ୍ତ ଜିଲା ଓ ଦୌରା ଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ ଜଜ୍‌ ଅଭିଯୁକ୍ତ ପ୍ରଶାନ୍ତଙ୍କୁ ୧୦ ବର୍ଷ ଜେଲ୍‌ ଦଣ୍ଡ ପ୍ରଦାନ କରିଥିଲେ। ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ସରୋଜ ପଟ୍ଟନାୟକ ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

୨୮ ଯାଏ ଝଡ଼ବର୍ଷା: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୩ା୩ (ବନ୍ଦନା ସେଠୀ):ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଲାଗି ରହିଥିବା ଝଡ଼ବର୍ଷାର ପ୍ରଭାବ କମିଥିଲେ ହେଁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା…

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…

ବାଇକ ସହ ମୁହାଁମୁହିଁ ହେଲା ଭାଜପା ନେତାଙ୍କ ଗାଡ଼ି, ଚିଟିଙ୍ଗ ଘାଟିରେ….

ପାରଳାଖେମୁଣ୍ଡି,୨୩।୩(ଗିରିଧାରୀ ପରିଛା): ଚିଟିଙ୍ଗ ଘାଟିରେ ସଡ଼କ ଦୁର୍ଘଟଣା ହୋଇଛି । କାର – ବାଇକ ମୁହାଁ ମୁହିଁ ଧକ୍କା ହୋଇଥିବା ସୂଚନା ରହିଛି । ଚନ୍ଦ୍ରଗିରି ଚିଟିଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri