ନାବାଳିକା ବଳାତ୍କାର ମାମଲା : ଦୋଷୀଙ୍କୁ ୭ ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ,୧୭।୧୨-ଏକ ବଳାତ୍କାର ମାମଲାର ବିଚାର କରି ସୋମବାର ବାଲେଶ୍ୱର ସ୍ପେଶାଲ ଟ୍ରାକ୍‌ କୋର୍ଟ କମ୍‌ ଆସିଷ୍ଟାଣ୍ଟ ସେସନ ଜଜ୍‌ ଆରାଧନା ଷଡ଼ଙ୍ଗୀ ଦୋଷୀଙ୍କୁ ୭ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏହାସହ ୫ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦାୟ ଆଉ ୬ମାସ ଜେଲଦଣ୍ଡ ଭୋଗିବାକୁ ରାୟରେ କୁହାଯାଇଛି।
୨୦୧୨ ଜୁଲାଇ ୧୮ ତାରିଖରେ ସଦର ଥାନା ଅଞ୍ଚଳର ଜଣେ ନାବାଳିକା ତାଙ୍କ ବାପାଙ୍କ ସାଙ୍ଗ ରାମଚନ୍ଦ୍ରଙ୍କ ଘରକୁ ମାଛଧରା ଜାଲ ଆଣିବା ପାଇଁ ଯାଇଥିଲେ। ସେହିପରି ସମୟରେ ଘରେ କେହି ନ ଥିବାର ସୁଯୋଗ ନେଇ ରାମଚନ୍ଦ୍ର ଉକ୍ତ ନାବାଳିକାଙ୍କୁ ବଳାତ୍କାର କରିଥିଲେ। ଏ ବିଷୟରେ ନାବାଳିକା ଜଣକ ଘରେ ଆସି ଜଣାଇଥିଲେ। ତାଙ୍କ ପରିବାର ପକ୍ଷରୁ ସଦର ଥାନାରେ ଅଭିଯୋଗ କରାଯିବା ପରେ ଏକ ମାମଲା ରୁଜୁ କରାଯାଇଥିଲା। ଏହି ମାମଲାର ବିଚାର କରାଯାଇ ଅଭିଯୁକ୍ତଙ୍କୁ ଦଣ୍ଡାଦେଶ ଦିଆଯାଇଛି। ସରକାରଙ୍କ ତରଫରୁ ଆଇନଜୀବୀ ଉପତ୍ଳ ମହାନ୍ତି ମାମଲାକୁ ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri