ନାବାଳିକା ବଳାତ୍କାର ମାମଲା: ଦୋଷୀଙ୍କୁ ୧୦ ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୧୯।୫(ଡି.ଏନ.ଏ.)-ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ବାଲେଶ୍ୱର ଜିଲା ସ୍ବତନ୍ତ୍ର ବିଚାରପତି ପୋକ୍ସୋ ଅଜନ୍ତା ଷଡଙ୍ଗୀ ଶନିବାର ଅଭିଯୁକ୍ତ ଯୁବକଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଦଣ୍ଡସ୍ବରୂପ ଦୋଷୀଙ୍କୁ ୧୦ ବର୍ଷ ଜେଲ୍‌ ସହ ୫ ହଜାର ଟଙ୍କା ଜରିମାନା ଆଦେଶ ଦିଆଯାଇଛି। ଜରିମାନା ଅନାଦାୟ ଆଉ ୩ ମାସ ଜେଲଦଣ୍ଡ ଭୋଗିବାକୁ ରାୟରେ କୁହାଯାଇଛି।
୨୦୧୬ ଏପ୍ରିଲ ୪ ତାରିଖରେ ସୋର ଥାନା ଅଞ୍ଚଳସ୍ଥିତ ମାମୁ ଘରକୁ ସମ୍ପୃକ୍ତ ନାବାଳିକା ବୁଲିବାକୁ ଆସିଥିଲେ। ସେହି ଅଞ୍ଚଳର ଦେବବ୍ରତ ମାଝି(୨୬) ତାଙ୍କୁ ବଳପୂର୍ବକ ଉଠାଇନେଇ ବଳାତ୍କାର କରିଥିଲେ। ଏନେଇ ସୋର ଥାନାରେ ମାମଲା (ନଂ.୭୩/୨୦୧୬) ରୁଜୁ କରାଯାଇ କୋର୍ଟରେ ଶୁଣାଣି ଚାଲିଥିଲା। ଜିଲା ସ୍ବତନ୍ତ୍ର ବିଚାରପତି ୧୨ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ଏହି ରାୟ ଶୁଣାଇଛନ୍ତି। ସରକାରୀ ଓକିଲ ପ୍ରଣବ କୁମାର ପଣ୍ଡା ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ମୁନରେ ପେଟ୍ରୋଲ ପମ୍ପରୁ ଲୁଟ୍, ସିସିଟିଭିରେ କଏଦ ହେଲା ଘଟଣା

ବସ୍ତା, ୪।୭ (ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା  ବସ୍ତା ଥାନା ଅନ୍ତର୍ଗତ ଦରଡାସ୍ଥିତ ଏକ ପେଟ୍ରୋଲ ପମ୍ପରୁ ବନ୍ଧୁକ ଦେଖାଇ ଲୁଟ୍ ହୋଇଥିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ…

ପେଟ୍ରୋଲ ପମ୍ପରେ ବନ୍ଧୁକ ଦେଖାଇ ଲୁଟ୍‌

ବାଲେଶ୍ୱର, ୪।୭( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଗାନ୍ଧୀ ଛକ – ବାଲିଆପାଳ ରାସ୍ତାର ଦରଡା ପେଟ୍ରୋଲ ପମ୍ପରୁ ଶୁକ୍ରବାର ବିଳମ୍ୱିତ ରାତିରେ…

ଋଣ ଟଙ୍କା ଦେଉନ, ଆତ୍ମହତ୍ୟା କରିବି: ବିଷ ବୋତଲ ଧରି ବ୍ୟାଙ୍କ ମ୍ୟାନଜର୍‌ଙ୍କ ଆଗରେ…

ଭୋଗରାଇ,୪ା୭(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ଚନ୍ଦନେଶ୍ୱର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ସମ୍ମୁଖରେ ଶୁକ୍ରବାର ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ବ୍ୟାଙ୍କ ମ୍ୟାନେଜର…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri