ନାଭିଗୟାରେ ପିଣ୍ଡଦାନ କଲେ ଲକ୍ଷାଧିକ ଭକ୍ତ

ଯାଜପୁର ଟାଉନ,୨୯।୯(ଡି.ଏନ.ଏ.)- ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜା ଅଷ୍ଟାଦଶ ଶକ୍ତିପୀଠରୁ ଅନ୍ୟତମ ଶକ୍ତିପୀଠଭାବେ ସାରା ବିଶ୍ୱରେ ପରିଚିତ। ଏହି ଶକ୍ତିପୀଠରେ ନାଭିଗୟାକ୍ଷେତ୍ର ଅବସ୍ଥିତ। ତ୍ରିଗୟା ମଧ୍ୟରୁ ନାଭିଗୟା ଅନ୍ୟତମ। ବିରଜା ମନ୍ଦିର ପରିସରରେ ଥିବା ନାଭିଗୟାକ୍ଷେତ୍ରରେ ବର୍ଷସାରା ରାଜ୍ୟ ତଥା ରାଜ୍ୟ ବାହାରୁ ଭକ୍ତମାନେ ଆସି ପିଣ୍ଡଦାନ କରିଥାନ୍ତି। ମାତ୍ର ବର୍ଷର ପିତୃପକ୍ଷ ଓ ମାତୃପକ୍ଷରେ ସର୍ବାଧିକ ଭକ୍ତ ନାଭିଗୟାରେ ପିଣ୍ଡଦାନ କରୁଥିବା ଦେଖିବାକୁ ମିଳେ। ସେହି ଉପଲକ୍ଷେ ପିତୃପକ୍ଷର ଅମାବାସ୍ୟା ମହାଳୟା ତିଥି ଥିବାରୁ ମା’ ବିରଜା ମନ୍ଦିର ପରିସରରେ ଥିବା ନାଭିଗୟାରେ ଭକ୍ତମାନେ ପିଣ୍ଡଦାନ କରିବା ନିମନ୍ତେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ପିତୃପକ୍ଷ ଆଶ୍ୱୀନ ମାସର କୃଷ୍ଣପକ୍ଷ ପ୍ରତିପଦାଠାରୁ ଆରମ୍ଭ ହୋଇ ଆଶ୍ୱିନ ମାସ ଅମାବାସ୍ୟା ପର୍ଯ୍ୟନ୍ତ ଚାଲିଥାଏ। ଏହି ୧୫ଦିନ ଧରି ଭକ୍ତମାନେ ନାଭିଗୟାରେ ପିଣ୍ଡଦାନ କରିଥାନ୍ତି। ପିତୃପକ୍ଷ ଆଶ୍ୱିନ ମାସର କୃଷ୍ଣପକ୍ଷ ପ୍ରତିପଦାଠାରୁ ଆରମ୍ଭ ହୋଇ ମହାଳୟା ତିଥିଦିନ ଶେଷ ହୋଇଥାଏ। ପିତୃପକ୍ଷରେ ନାଭିଗୟାରେ ପିଣ୍ଡଦାନ କଲେ ପିତୃଗଣ ମୋକ୍ଷ ହୁଅନ୍ତି ବୋଲି ପୁରାଣ ବର୍ଣ୍ଣିତ ଅଛି। ଏହି ୧୫ଦିନ ଧରି ନାଭିଗୟାରେ ପିଣ୍ଡଦାନ କରିବା ପାଇଁ ରାଜ୍ୟ ତଥା ରାଜ୍ୟ ବାହାରୁ ଭକ୍ତମାନେ ଆସି ପିଣ୍ଡଦାନ କରିବା ସହ ମା’ ବିରଜାଙ୍କ ଦର୍ଶନ ଲାଭ କରି କୃପାଲାଭ କରିଥାନ୍ତି। ପିତୃପକ୍ଷର ଶେଷଦିନ ମହାଳୟା ତିଥିରେ ମଙ୍ଗଳବାର ନାଭିଗୟା କ୍ଷେତ୍ରରେ ପିଣ୍ଡଦାନ ନିମନ୍ତେ ପ୍ରବଳ ଭକ୍ତଙ୍କ ଭିଡ଼ ହୋଇଥିଲା। ଭକ୍ତମାନେ ପିଣ୍ଡଦାନ ସାରି ମା’ ବିରଜାଙ୍କ ଦର୍ଶନ ସାରି ସ୍ବଗୃହ ଅଭିମୁଖେ ଗମନ କରିଥିଲେ। ଭକ୍ତଙ୍କ ଭିଡ଼କୁ ଲକ୍ଷ୍ୟ ରଖି ମନ୍ଦିର ପ୍ରଶାସକ ନାରାୟଣ ଚନ୍ଦ୍ର ଧଳଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଶାନ୍ତିଶୃଙ୍ଖଳା ସହ ଭକ୍ତମାନେ ପିଣ୍ଡଦାନ କରିବା ନିମନ୍ତେ ସମସ୍ତ ବନ୍ଦୋବସ୍ତ କରାଯାଇଥିଲା। ଭିଡ଼କୁ ଲକ୍ଷ୍ୟ ରଖି ଶାନ୍ତିଶୃଙ୍ଖଳା ନିମନ୍ତେ ଯାଜପୁର ଜିଲା ଆରକ୍ଷୀ ଅଧୀକ୍ଷକ ଚରଣ ସିଂ ମୀନାଙ୍କ ନିର୍ଦ୍ଦେଶକ୍ରମେ ଥାନାଧିକାରୀ ଆଶିଷ କୁମାର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବ୍ୟାପକ ପୋଲିସ ମୁତୟନ କରାଯାଇଥିଲା। ମା’ଙ୍କ ଅଙ୍ଗଲାଗି ସେବାୟତ ନରେନ୍ଦ୍ର ପାଣି, ଗୋବିନ୍ଦ ପାଣି, ନନ୍ଦକିଶୋର ପାଣି, ମୁରଲୀଧର ପାଣି, ଅମୂଲ୍ୟ ପାଣି, ବିଷ୍ଣୁଚରଣ ପାଣି-୧, ମୃତ୍ୟୁଞ୍ଜୟ ପାଣି, ଦେବାଶିଷ ପାଣି, ନୀଳକଣ୍ଠ ପାଣି, ଦୁର୍ଗାମାଧବ ପାଣି, ବାମଦେବ ପାଣି, ଅଗ୍ନେଶ୍ୱର ପାଣି, ବିଷ୍ଣୁଚରଣ ପାଣି-୨, ରଞ୍ଜନ ପାଣି, ସଞ୍ଜୟ ପାଣି, ଲକ୍ଷ୍ମୀଧର ପାଣି, ଚନ୍ଦ୍ରମଣି ପାଣି, ପ୍ରଦୀପ କୁମାର ପାଣି, ଅଶୋକ ପାଣି, କିଶୋର ପାଣି, ପ୍ରକାଶ ପାଣି ପ୍ରମୁଖ ପଣ୍ଡାମାନେ ଭକ୍ତମାନଙ୍କର ଶାନ୍ତିଶୃଙ୍ଖଳାର ସହ ପିଣ୍ଡଦାନ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ପରିବାରଲୋକେ କରୁଥିଲେ ନାପସନ୍ଦ, ପ୍ରେମିକଙ୍କୁ ପାଇବାକୁ ଅପହରଣ ନାଟକ ରଚିଥିଲେ ପ୍ରେମିକା, ଏବେ ପୋଲିସ…

ଫୁଲବାଣୀ, ୨ା୧(ରାକେଶ କୁମାର ରାଉତ)- କନ୍ଧମାଳ ଜିଲା ଗୋଛାପଡା ଥାନା ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ କେତେ ଜଣ ଯୁବକ ତାଙ୍କ ଗାଁ ନିକଟରୁ...

ରେଳବାଇ ଷ୍ଟାଣ୍ଡିଂ କମିଟି ବୈଠକ: ଜିଲାର ଦାବି ଉପସ୍ଥାପନ କଲେ ପାରଳାଖେମୁଣ୍ଡି ବିଧାୟକ

ପାରଳାଖେମୁଣ୍ଡି,୨ା୧(ଗିରିଧାରୀ ପରିଚ୍ଛା)-ରେଳବାଇ ଷ୍ଟାଣ୍ଡିଂ କମିଟି ବୈଠକ ପୁରୀଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି। ଏଥିରେ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ତଥା ରାଜ୍ୟସଭା ଏମ୍‌ପି ଡ. ସିଏମ୍‌ ରମେଶ...

ପ୍ରଭାକର ସ୍ମାରକୀ ଭଲିବଲ୍‌ ଟୁର୍ନାମେଣ୍ଟ; ଫାଇନାଲକୁ ଗଲା ବ୍ରହ୍ମପୁର ପାଓ୍ବାର ସିକ୍ସ

ଦିଗପହଣ୍ଡି, ୨।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୫ମ ଦିବସ ଶୁକ୍ରବାର ପ୍ରଥମ...

କଲରାପତରିଆ ସହ ସମ୍ବର ଶିଙ୍ଘ ଜବତ ମାମଲା: ୬ଜଣଙ୍କୁ କୋର୍ଟ ଚାଲାଣ କଲା ଖଡ଼ିଆଳ ବନଖଣ୍ଡ

ଖଡ଼ିଆଳ,୨।୧(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ବନଖଣ୍ଡ ପକ୍ଷରୁ କଲରାପତରିଆ ବାଘ ଛାଲ ଏବଂ ଦୁଇଟି ସମ୍ବର ଶିଙ୍ଘ ଜବତ ମାମଲାରେ ଛଅଜଣ କୋର୍ଟ...

ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…

କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର...

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଅଜାଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...

ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri