Posted inଖେଳ

ନାମାଙ୍କନ ଦାଖଲ କଲେ ଆଝାରୁଦ୍ଦିନ

ହାଇଦ୍ରାବାଦ,୧୯।୯(ପିଟି): ପୂର୍ବତନ ଭାରତୀୟ ଅଧିନାୟକ ମହମ୍ମଦ ଆଝାରୁଦ୍ଦିନ ହାଇଦ୍ରାବାଦ କ୍ରିକେଟ ଆସୋସିଏଶନ (ଏଚ୍‌ସିଏ)ର ସଭାପତି ପଦ ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ଆସୋସିଏଶନର ବିଭିନ୍ନ ପଦ ଲାଗି ଆସନ୍ତା ୨୭ ତାରିଖରେ ନିର୍ବାଚନ ହେବ। ସେ ପୂର୍ବତନ ମୁଖ୍ୟ ନିର୍ବାଚନ କମିଶନର ଭି.ଏସ୍‌. ସମ୍ପଥଙ୍କ ନିକଟରେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ମୁଁ ସମସ୍ତଙ୍କ ମତକୁ ନେଇ କ୍ରିକେଟକୁ ଆଗକୁ ନେବାକୁ ଚାହେଁ। ଜିଲା କ୍ରିକେଟ ପାଇଁ ମଧ୍ୟ କିଛି କରିବାକୁ ଆଶା ରଖିଛି ବୋଲି ଆଝାରୁଦ୍ଦିନ କହିଛନ୍ତି। ଉପସଭାପତି ଲାଗି ପୂର୍ବତନ ପ୍ରଶାସକ ପି. ଆର. ମାନସିଂଙ୍କ ପୁଅ ବିକ୍ରମ ମାନସିଂ ନାମାଙ୍କନ ଦାଖଲ କରିଛନ୍ତି। ଏମାନଙ୍କ ବ୍ୟତୀତ ଅଜମଲ ଅସାଦ (ସମ୍ପାଦକ), ପି. ଶ୍ରୀନିବାସ (ଯୁଗ୍ମ ସମ୍ପାଦକ), ଜି. ଶ୍ରୀନିବାସ (ଟ୍ରେଜରର) ଓ ପି. ଅନୁରୁଧା ( କାଉନ୍ସିଲର) ଅନ୍ୟାନ୍ୟ ପଦ ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ଆସନ୍ତା ୨୩ ତାରିଖରେ ନାମାଙ୍କନ ପ୍ରତ୍ୟାହାର କରାଯାଇପାରିବ। ପୂର୍ବତନ ଅଧିନାୟକଙ୍କୁ ବିକ୍ରମ ଓ ଅନ୍ୟମାନେ ସମର୍ଥନ କରୁଛନ୍ତି। ଉଲ୍ଲେଖଥାଉ କି, ୨୦୧୭ରେ ସଭାପତି ପଦ ପାଇଁ ଦାଖଲ କରିଥିବା ନାମାଙ୍କନପତ୍ରକୁ ପ୍ରତ୍ୟାଖ୍ୟାନ କରାଯାଇଥିଲା। କାରଣ ତାଙ୍କ ଉପରକୁ ବିସିସିଆଇ ବାସନ୍ଦ ଉଠାଇଥିବା ନେଇ ପ୍ରମାଣ କରିପାରି ନ ଥିଲେ। ନିର୍ବାଚନ କର୍ମକର୍ତ୍ତା କହିଛନ୍ତି ଆଝାରୁଦ୍ଦିନଙ୍କ ଭୋଟିଂ ନେଇ କୌଣସି ସ୍ପଷ୍ଟ ସୂଚନା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର…

ଗାଙ୍ଗୁଲିଙ୍କ ଜୀବନ ପ୍ରତି ବିପଦ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଏବଂ ତାଙ୍କ ପତ୍ନୀ ଡୋନା ଗାଙ୍ଗୁଲିଙ୍କୁ ହତ୍ୟା ଧମକ ମିଳିଛି। ବର୍ତ୍ତମାନ କ୍ରିକେଟ ଆସୋସିଏସନ ଅଫ…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

ପୈତୃକ ଗାଁରେ ଘର କାମ ଆରମ୍ଭ କଲେ ରିଷଭ ପନ୍ତ

ପିଥୋରାଗଡ଼(ଉତ୍ତରାଖଣ୍ଡ),୧୦ା୮: ରିଷଭ ପନ୍ତଙ୍କ ମା’ ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ନିଜ ପୈତୃକ ଗାଁକୁ ଫେରିବା ପରେ ସେମାନଙ୍କ ଘରର ପୁନଃ ନିର୍ମାଣ କାମ ଆରମ୍ଭ ହୋଇଛି। ଏହାକୁ…

କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲରେ ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ) : ଛତ୍ରପୁର ସ୍ଥିତ କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲ ପକ୍ଷରୁ ସିଆଇସିଏସଇ ସ୍ପୋଟର୍‌ସ ଏଣ୍ଡ ଗେମ୍ସ ପକ୍ଷରୁ ଦିନିକିଆ ଆଞ୍ଚଳିକ…

ବୈଭବ ସୂର୍ଯ୍ୟବଂଶୀଙ୍କ ବୟସକୁ ନେଇ ଏମିତି ବୟାନ ଦେଲେ ବ୍ରେଟ ଲି, ସଭିଏଁ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୮: ଯୁବ ଭାରତୀୟ ବ୍ୟାଟ୍ସମ୍ୟାନ ବୈଭବ ସୂର୍ଯ୍ୟବଂଶୀ କମ ବୟସରେ ତାଙ୍କ ଖେଳ ଦ୍ୱାରା କ୍ରିକେଟ ଜଗତର ଦୃଷ୍ଟି ଆକର୍ଷଣ କରିଛନ୍ତି। ଏବେ, ପୂର୍ବତନ ଅଷ୍ଟ୍ରେଲୀୟ ଦ୍ରୁତ…

CWG: କମନ ଓ୍ବେଲଥ ଚାମ୍ପିୟନଙ୍କୁ ଭେଟି ବଡ଼ କଥା କହିଲେ ମୋଦି, ‘ଲାଗୁଥିଲା ଯେମିତି ପ୍ରତି ବୁନ୍ଦା ଲୁହରୁ ଝରୁଥିଲା ସ୍ବର୍ଣ୍ଣ ପଦକ’

ନୂଆଦିଲ୍ଲୀ,୧୦।୮: ପ୍ରଧାନମନ୍ତ୍ରୀ ମୋଦି ରାଜ୍ୟଗୋଷ୍ଠୀ କ୍ରୀଡା ଚାମ୍ପିୟନମାନଙ୍କୁ ଭେଟିଥିଲେ। ସେ ରବିବାର ଖେଳାଳିମାନଙ୍କୁ ଭେଟିଥିଲେ ଏବଂ ଇନଷ୍ଟାଗ୍ରାମରେ ଆଲୋଚନାର ଏକ ଭିଡିଓ ଶେୟାର କରିଥିଲେ। ସେ ଖେଳାଳିମାନଙ୍କୁ…

ପଡିକଲଙ୍କ ଶତକ, ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ୩୫୭/୬

କଲମ୍ବୋ,୮ା୮: ଶ୍ରୀଲଙ୍କା ଏକାଦଶ ବିପକ୍ଷରେ ଚାଲିଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ର ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଦେବଦତ୍ତ ପଡିକଲଙ୍କ ଅପରାଜିତ ଶତକ ବଳରେ ଭାରତ ୬ ଉଇକେଟ ହରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri