ନାରୀ ନିର୍ଯାତନା, ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁକୁ ନେଇ ବିଧାନସଭାରେ ଝଡ଼: ଅପରାହ୍ନ ୩ଯାଏ ଗୃହକାର୍ଯ୍ୟ ମୁଲତବୀ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଯାଜପୁର ଜିଲାର ପଞ୍ଚାୟତ ନିର୍ବାହୀ ଅଧିକାରୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାକୁ ନେଇ ବିଧାନସଭାରେ ଝଡ଼ ସୃଷ୍ଟି ହୋଇଛି। ପ୍ରଶ୍ନକାଳ ବାତିଲ କରି ଏହି ପ୍ରସଙ୍ଗ ଉପରେ ପ୍ରଥମେ ଆଲୋଚନା କରାଯାଉ। ଏଭଳି ଦାବି କରି ଉଭୟେ ବିରୋଧୀ ଭାଜପା ଏବଂ କଂଗ୍ରେସ ସରକାରଙ୍କୁ ହଲାପଟା କରିଛନ୍ତି। ରାଜ୍ୟରେ ନାରୀ ନିର୍ଯାତନା ବଢ଼ି ଚାଲିଥିବା ବେଳେ ନାବାଳିକାଙ୍କୁ ବଳାତ୍କାର କରାଯାଉଛି। ଏହା ଅତ୍ୟନ୍ତ ସମ୍ବେଦନଶୀଳ ଘଟଣା। ପ୍ରଥମେ ଏହି ପ୍ରସଙ୍ଗରେ ଆଲୋଚନା କରାଯାଉ। ଉଭୟେ ବିରୋଧୀ ଦଳ ନାରୀ ନିର୍ଯାତନା ଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ପ୍ରସଙ୍ଗକୁ ନେଇ ମୁଲତବୀ ପ୍ରସ୍ତାବ ଦେଇଥିଲେ। ଏହି ପ୍ରସଙ୍ଗ ପ୍ରଥମେ ଆଲୋଚନା କରିବାକୁ ଉଭୟ ଦଳ ଅଡ଼ି ବସିଥିଲେ। ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇବା ପାଇଁ ବାଚସ୍ପତି କହିବାରୁ କଂଗ୍ରେସ ଦଳର ସଦସ୍ୟମାନେ ଉତ୍‌କ୍ଷିପ୍ତ ହୋଇ ଉଠିଥିଲେ। ଭାଜପା ସଦସ୍ୟମାନେ ମଧ୍ୟ ନାରୀ ନିର୍ଯାତନା ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିଥିଲେ। ଉଭୟ ଦଳର ସଦସ୍ୟଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁ ଗୃହକାର୍ଯ୍ୟ ଅଚଳ ହୋଇଯାଇଥିଲା। ପରିସ୍ଥିତି ଅସମ୍ଭାଳ ହେବାରୁ ବାଚସ୍ପତି ଅପରାହ୍ନ ଯାଏ ଗୃହକୁ ମୁଲତବୀ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri