ନାରୀ ସୁରକ୍ଷା ଉପରେ ଫୋକସ: ଆଜି ଦାୟିତ୍ୱ ନେବେ ୩୦୦ ମହିଳା ଏସ୍‌ପିଓ

ଭୁବନେଶ୍ୱର,୨ା୧(ବ୍ୟୁରୋ): ଏଣିକି ରାଜଧାନୀରେ ମହିଳାଙ୍କୁ ସୁରକ୍ଷା ଦେବେ ମହିଳା। ଦିନକୁ ଦିନ ବଢୁଥିବା ନାରୀ ନିର୍ଯାତନା, ଅତ୍ୟାଚାର, ବଳାତ୍କାରକୁ ରୋକିବା ପାଇଁ କମିଶନରେଟ ପୋଲିସ ପକ୍ଷରୁ ମହିଳା ସ୍ପେଶାଲ ପୋଲିସ ଅଫିସର(ଏସ୍‌ପିଓ) ଗଠନ କରାଯାଇଛି। ତେବେ ଗୁରୁବାର ଏହି ଏସ୍‌ପିଓମାନେ ଦାୟିତ୍ୱ ନେବେ ବୋଲି ଜଣାପଡିଛି। ଏଥିପାଇଁ ପ୍ରାୟ ୩୦୦ଜଣ ମହିଳା ଓ ଯୁବତୀ କମିଶନରେଟ୍‌ ବିଲ୍ଡିଂରେ ବିଧିବଦ୍ଧ ଭାବେ ନିଯୁକ୍ତି ପାଇବେ। ଏହି ଏସପିଓମାନେ ନିଜ ନିଜ ଘରୋଇ ପ୍ରତିଷ୍ଠାନ ଓ ଶିକ୍ଷାନୁଷ୍ଠାନରେ ଘଟୁଥିବା ଅସଦାଚରଣ ଓ ନିର୍ଯାତନା ଘଟଣାରେ ରୋକ ଲଗାଇବା ନେଇ କାର୍ଯ୍ୟ କରିବା ସହ ପୋଲିସକୁ ସହାୟତା କରିବେ।
ପୋଲିସ କମିଶନର ଡ. ସୁଧାଂଶୁ ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଗୁରୁବାର ପୂର୍ବାହ୍ନ ସାଢ଼େ ୧୧ଟାରେ କମିଶନରେଟ୍‌ ବିଲ୍ଡିଂରେ ଏ ନେଇ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏହି ଅବସରରେ ଦାୟିତ୍ୱ ଗ୍ରହଣ କରିବାକୁ ଥିବା ଏସ୍‌ପିଓଙ୍କୁ ଟି-ସାର୍ଟ ପ୍ରଦାନ କରାଯିବ। ଏଥିରେ ଏସପିଓମାନଙ୍କୁ ଉତ୍ସାହିତ କରିବା ପାଇଁ ସିନେ ଅଭିନେତା ମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସୂଚନାଯୋଗ୍ୟ, ବିଭିନ୍ନ କଲେଜର ଛାତ୍ରୀ ଓ ବ୍ୟବସାୟିକ ପ୍ରତିଷ୍ଠାନ ମହିଳାଙ୍କ ଉପରେ ବଢ଼ୁଥିବା ନିର୍ଯାତନା ଉପରେ ରୋକ ଲଗାଇବା ନେଇ ପୂୂର୍ବରୁ କମିଶନରେଟ୍‌ ପୋଲିସ ଏହି ନିଷ୍ପତ୍ତିି ନେଇଥିଲା। ଗତ ଡିସେମ୍ବର ୧୬ରେ ଏ ନେଇ ୪୮ଟି ସଂସ୍ଥାକୁ ଚିଠି ଲେଖିଥିଲେ। ଏସ୍‌ପିଓ ପଦବୀ ପାଇଁ କର୍ମଚାରୀଙ୍କୁ ଚିହ୍ନଟ କରି ଏକ ତାଲିକା ଦେବାକୁ ସଂସ୍ଥାଗୁଡ଼ିକୁ କୁହାଯାଇଥିଲା। ବୁଧବାର ଅପରାହ୍ନ ସୁଦ୍ଧା ପ୍ରାୟ ୩୫ଟି ସଂସ୍ଥାର ୨୫୦ରୁ ଊର୍ଦ୍ଧ୍ୱ ମହିଳା କର୍ମଚାରୀ ଓ ଛାତ୍ରୀଙ୍କ ତାଲିକା ପୋଲିସର ହସ୍ତଗତ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଚାଲିଗଲା ଇଲେକ୍ଟ୍ରିସିଆନ ଶୁଭମଙ୍କ ଜୀବନ, ୩ ଗୁରୁତର

ଦିଗପହଣ୍ଡି,୧୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗାଁ ବାବାଜୀ ଗୁମ୍ଫ ନିକଟ ମୁଖ୍ୟରାସ୍ତାରେ ଶୁକ୍ରବାର ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ…

ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ: ଗୁରୁତର ରୋଗୀଙ୍କୁ ଖଟିଆରେ ବୋହିନେଲେ ୭ କିମି

ଭଞ୍ଜନଗର,୧୩।୬(ବାବୁଲା ପ୍ରଧାନ): ଜଙ୍ଗଲରେ ବସବାସ କରୁଥିବା ଲୋକେ କେତେ ଦୁର୍ଦ୍ଦିନରେ ଏବେବି ବସବାସ କରନ୍ତି ତାହାର ଏକ ଜ୍ୱଳନ୍ତ ଉଦାହରଣ ଶୁକ୍ରବାର ଦେଖିବାକୁ ମିଳିଛି। କନ୍ଧମାଳ ଜିଲା…

୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି 

ଭୁବନେଶ୍ୱର, ୧୨/୬ : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି।…

ମୋହନା ଅଞ୍ଚଳରେ କାଳବୈଶାଖି ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ

ମୋହନା, ୧୨।୬( ମନ୍ମଥ ମିଶ୍ର ): ମୋହନା ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖି ପ୍ରଭାବରେ ପ୍ରବଳ ବେଗରେ ପବନ ବହିବା ସହ  ଶୁକ୍ରବାର  ସନ୍ଧ୍ୟା ସମୟରେ ବର୍ଷା…

୧୭ ଡ୍ରମ୍‌ ମଦ ପୋଚ ନଷ୍ଟକଲେ ଗ୍ରାମବାସୀ

ନନ୍ଦପୁର,୧୨ା୬(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକ ବନମାଳିପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମବାସୀ ଲୁଚାଇ ରଖାଯାଇଥିବା ୧୭ ଡ୍ରମ୍‌ ମଦ ପୋଚ ନଷ୍ଟ…

ବଜ୍ରପାତରେ ମହିଳାଙ୍କ ମୃତ୍ୟୁ

ଲାଞ୍ଜିଗଡ଼,୧୨ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ଦାରପଟା ଗ୍ରାମର କନକ ବେହେରା (୪୫)ଙ୍କ ଶୁକ୍ରବାର ବଜ୍ରପାତରେ ମୃତ୍ୟୁ ଘଟିଛି। ସୂଚନାନୁସାରେ ଅପରାହ୍ନ ସାଢେ…

ବଜ୍ରପାତରେ ୨୦ ଛେଳିମେଣ୍ଢା ମୃତ

ପାତ୍ରପୁର,୧୨ା୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜିଲୁଣ୍ଡା ନିକଟସ୍ଥ ପାହାଡ ଅଞ୍ଚଳର ଏକ ଜମିରେ ଶୁକ୍ରବାର ବଜ୍ରପାତରେ ଗୋଟିଏ ଛେଳି ଓ ୧୯ ମେଣ୍ଢାଙ୍କ…

ମଣ୍ଡି ଅଭାବ: ଥୁଆମୂଳ ରାମପୁରରେ ଦଲାଲଙ୍କ କବ୍‌ଜାରେ ଆମ୍ବ ଚାଷୀ

ଥୁଆମୂଳ ରାମପୁର, ୧୨/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ସରକାରୀ ବଜାର ବ୍ୟବସ୍ଥା ନଥିବାରୁ ଆମ୍ବ ଚାଷୀ ବ୍ୟାପକ ଶୋଷଣର ଶିକାର ହେଉଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri