Posted inଖେଳ

ନାଲକୋ କପ୍‌ ବାସ୍କେଟବଲ ଉଦ୍‌ଘାଟିତ

କଟକ ଅଫିସ,୨୮।୧୧- ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ସିନିୟର ରାଜ୍ୟ ବାସ୍କେଟବଲ ଚାମ୍ପିୟନଶିପ ନାଲକୋ କପ୍‌-୨୦୧୯ ବୁଧବାର ଉଦ୍‌ଘାଟିତ ହୋଇଛି। ଓଡ଼ିଶା ବାସ୍କେଟବଲ ଆସୋସିଏଶନ(ଓବିଏ) ଆନୁକୂଲ୍ୟରେ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତାରେ ୩୧ଟି ପୁରୁଷ ଦଳ ଓ ୧୬ଟି ମହିଳା ଦଳ ଅଂଶ ଗ୍ରହଣ କରିଛନ୍ତି। ଉଦ୍‌ଘାଟନୀ ଦିବସରେ ଖେଳାଯାଇଥିବା ମହିଳା ବର୍ଗର ମ୍ୟାଚ୍‌ରେ ଗଞ୍ଜାମ ୨୨-୧୩ ପଏଣ୍ଟରେ ସମ୍ବଲପୁରକୁ, ରାଉରକେଲା ଷ୍ଟିଲ ପ୍ଲାଣ୍ଟ ୩୨-୧୪ ପଏଣ୍ଟରେ ଭଦ୍ରକକୁ, ବିଏଏ ୪୭-୨୬ ପଏଣ୍ଟରେ ଓଡ଼ିଶା ପୋଲିସକୁ ପରାସ୍ତ କରିଛି। ପୁରୁଷ ବର୍ଗରେ ବିବିସି ୪୮-୨୩ ପଏଣ୍ଟରେ ସମ୍ବଲପୁରକୁ, ଟଟର୍ସ ୫୫-୩୩ ପଏଣ୍ଟରେ ସୁପ୍ରିମକୁ ପରାସ୍ତ କରିଛି। ଉଦ୍‌ଘାଟନୀ ଉତ୍ସବରେ ଓଡ଼ିଶା ଅଲିମ୍ପିକ ଆସୋସିଏଶନ ସମ୍ପାଦକ(ଇନଚାର୍ଜ) ଅଭିଜିତ ପାଲ, ଏକରାର ହୁସେନ, ଓବିଏ ସଭାପତି ଅଶୋକ କୁମାର ସାହୁ ଓ ସମ୍ପାଦକ ଜ୍ଞାନ ରଞ୍ଜନ ପରିଡ଼ା ଅତିଥି ଭାବେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣ, ନଟରାଜ ସେମିରେ

ଗ୍ଲାସ୍‌ଗୋ, ୨୪ା୭:ଭାରତୀୟ ସନ୍ତରଣକାରୀ ଶ୍ରୀହରି ନଟରାଜ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣର ୫୦ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ହିଟ୍‌ରଗୁଡ଼ିକରୁ ଶ୍ରେଷ୍ଠ ୧୬ଜଣ ଏହି…

ଡୋପିଙ୍ଗ ମାମଲା, ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ଜୁଡୋକା ମାନ୍‌

ନୂଆଦିଲ୍ଲୀ,୨୪ା୭: ବର୍ମିଂହାମ୍‌ ରାଜ୍ୟଗୋଷ୍ଠୀ କ୍ରୀଡ଼ା ରୌପ୍ୟ ପଦକ ବିଜୟିନୀ ଜୁଡୋକା ତୁଲିକା ମାନ୍‌ଙ୍କୁ ଚଳିତ ଗ୍ଲ୍‌ାସ୍‌ଗୋ ସଂସ୍କରଣରୁ ପ୍ରତ୍ୟାହାର କରି ନିଆଯାଇଛି। ଗତ ୧୨ ମାସ ମଧ୍ୟରେ…

ଭାଇରାଲ ସେଲିବ୍ରେଶନକୁ ନେଇ ମୁହଁ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୪।୭: ଇଂଲଣ୍ଡ ଗସ୍ତର ବିଫଳତାକୁ ପଛରେ ପକାଇ, ବୈଭବ ସୂର୍ଯ୍ୟବଂଶୀ ଗୁରୁବାର ଜିମ୍ବାୱେ ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚରେ ଏକ ଚମତ୍କାର ଇନିଂସ ଖେଳି ଅର୍ଦ୍ଧଶତକ ହାସଲ…

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ପ୍ରଥମ ଟି୨୦ ଜିତିଲା ଭାରତ

ହରାରେ,୨୩ା୭: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଏବଂ ବଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୭ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର…

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

୨ବର୍ଷ ପରେ ଦମଦାର ପ୍ରତ୍ୟାବର୍ତ୍ତନ, ପ୍ରଥମ ବଲ୍‌ରେ ୱିକେଟ୍ ନେଇ ଇତିହାସ ରଚିଲେ ମୟଙ୍କ

ନୂଆଦିଲ୍ଲୀ,୨୩।୭: ମୟଙ୍କ ଯାଦବ ଜିମ୍ବାୱେ ବିପକ୍ଷରେ ଖେଳାଯାଉଥିବା ପ୍ରଥମ ଟି-୨୦ ମ୍ୟାଚ୍‌ରେ ଦୁଇ ବର୍ଷରୁ ଅଧିକ ସମୟ ପରେ ପ୍ରତ୍ୟାବର୍ତ୍ତନ କରିଛନ୍ତି । ସେ ତାଙ୍କର ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri