ନାଲ୍‌କୋର ୪୦ତମ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର, ୯ା୧(ବ୍ୟୁରୋ): ନାଲ୍‌କୋର ୪୦ତମ ପ୍ରତିଷ୍ଠା ଦିବସ ଭୁବନେଶ୍ୱରସ୍ଥିତ ନାଲ୍‌କୋ ନଗରଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ନାଲ୍‌କୋ ଅଧ୍ୟକ୍ଷ ଶ୍ରୀଧର ପାତ୍ର ଉଦ୍‌ବୋଧନ ଦେଇ କହିଥିଲେ ଯେ, ବିଗତ ୪ ଦଶନ୍ଧିରେ ନାଲ୍‌କୋ ଅନେକ ମାଇଲ୍‌ଖୁଣ୍ଟ ଅତିକ୍ରମ କରିଛି। ବ୍ୟବସାୟିକ ଉତ୍କର୍ଷର ୪୦ତମ ବର୍ଷରେ ପାଦ ଥାପୁଥିବାବେଳେ ନାଲ୍‌କୋକୁ ସମୟ ଅନୁସାରେ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ନବୀନତା ଏବଂ ସୃଜନଶୀଳତା ଉପରେ ଗୁରୁତ୍ୱାରୋପ କରିବାକୁ ପଡ଼ିବ। ନାଲ୍‌କୋର ପ୍ରତିଷ୍ଠାତାମାନଙ୍କୁ ସେ ଧନ୍ୟବାଦ ଜ୍ଞାପନ କରିବା ସହ ଏହାକୁ ଏକ ସଫଳ ଶିଳ୍ପାନୁଷ୍ଠାନ ଭାବେ ଗଢ଼ିତୋଳିବା ଲାଗି ନିରନ୍ତର କାର୍ଯ୍ୟରତ କର୍ମଚାରୀମାନଙ୍କୁ ଅଭିନନ୍ଦନ ଜଣାଇଥିଲେ।
ଏହି ଅବସରରେ କଳାକାର, ଅନୁଷ୍ଠାନ ଏବଂ ପ୍ରସିଦ୍ଧ ବିଶାରଦଙ୍କୁ ଓଡ଼ିଶୀ ନୃତ୍ୟ, ଦିବ୍ୟାଙ୍ଗମାନଙ୍କ ଥଇଥାନ ନିମନ୍ତେ କାର୍ଯ୍ୟ ଏବଂ ସଂସ୍କୃତ ଭାଷାର ପ୍ରଚାର ପ୍ରସାର ଆଦି ପାଇଁ ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯାଇଛି। ସଂସ୍କୃତ ଭାଷା ଓ ସାହିତ୍ୟର ପ୍ରଚାରପ୍ରସାର ପାଇଁ ପ୍ରଫେସର ପ୍ରଫୁଲ୍ଲ କୁମାର ମିଶ୍ର ଏବଂ ପ୍ରଫେସର ରଘୁନାଥ ପଣ୍ଡାଙ୍କୁ ‘ନାଲ୍‌କୋ କାଳିଦାସ ସମ୍ମାନ’ ପ୍ରଦାନ କରାଯାଇଛି। ଓଡ଼ିଶୀ ନୃତ୍ୟ କ୍ଷେତ୍ରରେ ସଫଳତା ଓ ଅବଦାନ ଲାଗି ନୃତ୍ୟଗୁରୁ ବର୍ଗରେ ଭରତ ଚରଣ ଗିରି ଓ ରୂପଶ୍ରୀ ମହାପାତ୍ରଙ୍କୁ ‘ନାଲ୍‌କୋ ଖାରବେଳ ସମ୍ମାନ’ ପ୍ରଦାନ କରାଯାଇଥିବାବେଳେ ନୃତ୍ୟଶିଳ୍ପୀ ବର୍ଗରେ ଗୌରୀଶଙ୍କର ଦାଶ ଓ ମଞ୍ଜୁଶ୍ରୀ ପଣ୍ଡାଙ୍କୁ ନାଲ୍‌କୋ ଖାରବେଳ ସମ୍ମାନ ପ୍ରଦାନ କରାଯାଇଛି। ସେହିପରି ଭିନ୍ନକ୍ଷମଙ୍କ ଥଇଥାନ ନିମନ୍ତେ କାର୍ଯ୍ୟ ପାଇଁ ଗଞ୍ଜାମ ଅର୍ଥୋପେଡିକାଲି ହାଣ୍ଡିକ୍ୟାପ୍‌ଡ ୱେଲ୍‌ଫେୟାର୍‌ ଆସୋସିଏଶନ୍‌କୁ ‘ନାଲ୍‌କୋ ସ୍ମାଇଲ୍ସ’ ପୁରସ୍କାର ପ୍ରଦାନ କରାଯାଇଛି। ପ୍ରତ୍ୟେକ ବିଜେତାଙ୍କୁ ପୁରସ୍କାର ରାଶି ଓ ମାନପତ୍ର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ବନ୍ଦ କରିଦେବି ଜନସୁରାଜ ପାର୍ଟି…,’ କାହିଁକି ଏମିତି କହିଲେ ପ୍ରଶାନ୍ତ କିଶୋର? ଜାଣନ୍ତୁ ଏହା ପଛର କାରଣ

ପାଟନା,୪।୮: ବାଙ୍କିପୁର ଉପନିର୍ବାଚନରେ ଏକ ବଡ଼ ବିଜୟ ପରେ, ଜନ ସୁରାଜ ପ୍ରତିଷ୍ଠାତା ଏବଂ ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଏକ ସ୍ବତନ୍ତ୍ର ଆଲୋଚନାରେ ଅନେକ ଗୁରୁତ୍ୱପୂର୍ଣ୍ଣ…

E20 ପେଟ୍ରୋଲକୁ ନେଇ ଦିଲ୍ଲୀରେ ତେଜିଲା ରାଜନୀତି! ପିଏମ ଆବାସ ଅଭିମୁଖେ ଯାଉଥିବାବେଳେ କେଜ୍‌ରିୱାଲଙ୍କୁ…

ନୂଆଦିଲ୍ଲୀ,୪।୮: ଆମ ଆଦମୀ ପାର୍ଟି (AAP)ର ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ମାର୍ଚ୍ଚ ପାଇଁ ବାହାରିଛନ୍ତି। ତାଙ୍କ ସହ ଏଏପିର ନେତା ଓ କର୍ମୀମାନେ…

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…

୧୬ ଅଗଷ୍ଟ ସୁଦ୍ଧା ସାରିଦିଅନ୍ତୁ ଏହି କାମ, ନଚେତ୍ ମିଳିନପାରେ ଗ୍ୟାସ ସିଲିଣ୍ଡର

ନୂଆଦିଲ୍ଲୀ,୪।୮: ଏଲପିଜି ଗ୍ରାହକମାନେ ଅଗଷ୍ଟ ୧୫ ପୂର୍ବରୁ ସେମାନଙ୍କର ଇ-କେୱାଇସି କରିବା ବାଧ୍ୟତାମୂଳକ ରହିଛି । ସମୟ ମଧ୍ୟରେ ଇ-କେୱାଇସି ପୂରଣ ନକଲେ ଅଧିକ ମୂଲ୍ୟରେ ସିଲିଣ୍ଡର…

କି ଦଣ୍ଡ ମିଳିବ ଉଦୟନିଧି ଷ୍ଟାଲିନଙ୍କୁ ,ସେ ତ୍ରିଶାଙ୍କ ବିଷୟରେ କ’ଣ କହିଥିଲେ? ଥାଲାପତି ବିଜୟଙ୍କ ସହ ଅଭିନେତ୍ରୀଙ୍କ ସମ୍ପର୍କ କ’ଣ? ଜାଣନ୍ତୁ ….

ଚେନ୍ନାଇ,୪।୮: ତ୍ରିଶା କୃଷ୍ଣନଙ୍କ ବିଷୟରେ ଦୁଇ-ଆକ୍ଷେପ ମନ୍ତବ୍ୟ ଦେଇ ଉପ ମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଗୁରୁତର ସମସ୍ୟାରେ ପଡ଼ିଛନ୍ତି। ଜଣେ ଘନିଷ୍ଠ ବନ୍ଧୁଙ୍କ ବିଷୟରେ ଏହି ମନ୍ତବ୍ୟ…

ଗିରଫ ହେବା ପରେ ଉଦୟନିଧି ଷ୍ଟାଲିନଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ-ମୁଁ କ’ଣ…

ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କ ଅଡ଼ୁଆ ବଢ଼ିଛି। ଅଭିନେତ୍ରୀ ତ୍ରିଶାଙ୍କୁ ନେଇ କରିଥିବା ମନ୍ତବ୍ୟ ତାଙ୍କ ପାଇଁ ମହଙ୍ଗା ପଡ଼ିଛି। ତ୍ରିଶାଙ୍କୁ ନେଇ କଥିତ ଦ୍ୱିଅର୍ଥବୋଧକ…

ବିଦେଶରେ ଥାଇ ଏମିତି କାମ କଲେ ପ୍ରିୟଙ୍କା ଚୋପ୍ରା: ସମସ୍ତେ କହୁଛନ୍ତି ବାଃ ବାଃ

ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ସବୁଠି ରାଜ କରୁଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଚର୍ଚ୍ଚାରେ। ବଲିଉଡରେ ସଫଳତା ହାସଲ କରିବା ପରେ ସେ ଅନେକ ବର୍ଷ ଧରି…

ଭାଜପାର ପରାଜୟ ପରେ ମୋଦିଙ୍କ ସହ ବଡ଼ ଆଲୋଚନା କଲେ ନୀତିନ ନବୀନ? ଫଟୋ ହେଉଛି ଭାଇରାଲ

ନୂଆଦିଲ୍ଲୀ,୪।୮: ସଂସଦ ଅଧିବେଶନ ମଧ୍ୟରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ‘ମଙ୍ଗଳ ମିଳନ’ ସମାବେଶରୁ ଏକ ଆକର୍ଷଣୀୟ ଫଟୋ ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ମୋଦି ଏବଂ ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri